Posted inଖେଳ

କଟକରେ ପୁଣି ବିଡବ୍ଲ୍ୟୁଏଫ୍‌ ଟୁର୍‌ ସୁପର-୧୦୦

କଟକ,୯ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ରାଜ୍ୟ ବ୍ୟାଡ୍‌ମିଣ୍ଟନ ପ୍ରେମୀମାନଙ୍କୁ ପୁଣି ଥରେ ଅନେକ ତାରକା ଖେଳାଳିଙ୍କୁ ଦେଖିବାର ସୁଯୋଗ ମିଳିବ। କାରଣ କଟକରେ ପୁଣି ଥରେ ଆୟୋଜନ ହେବାକୁ ଯାଉଛି ଏସିଆ ମହାଦେଶର ଅନ୍ୟତମ ମର୍ଯ୍ୟାଦାଜନକ ଟୁର୍ନାମେଣ୍ଟ ବିଡବ୍ଲ୍ୟୁଏଫ ଟୁର୍‌ ସୁପର-୧୦୦। ଆସନ୍ତା ୧୨ ତାରିଖରୁ ଆରମ୍ଭ ହୋଇ ଏହା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ସମସ୍ତ ମ୍ୟାଚ୍‌ ଖେଳାଯିବ। ବ୍ୟାଡ୍‌ମିଣ୍ଟନ ୱାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ) ଦ୍ୱାରା ଆୟୋଜିତ ଏହି ଟର୍ନାମେଣ୍ଟ ଲଗାତର ଦ୍ୱିତୀୟ ଥର ଓଡ଼ିଶାରେ ହେବାକୁ ଯାଉଛି। ବିଡବ୍ଲ୍ୟୁଏଫ ଟୁର୍‌ ସୁପର-୧୦୦ର ଚଳିତ ସଂସ୍କରଣର ନାମ ରଖାଯାଇଛି ଓଡ଼ିଶା ମାଷ୍ଟର୍ସ-୨୦୨୩। ପ୍ରଥମ ସଂସ୍କରଣ ମଧ୍ୟ କଟକରେ ଖେଳାଯାଇଥିଲା। ୨୦୨୨ରେ ହୋଇଥିବା ପ୍ରଥମ ସଂସ୍କରଣ ବେଶ୍‌ ସଫଳ ହେବା ପରେ ପୁନର୍ବାର କଟକରେ ଆୟୋଜନ କରିବାକୁ ସ୍ଥିର କରାଯାଇଛି। ଏହି ପରିପ୍ରେକ୍ଷୀରେ କ୍ରୀଡ଼ା ସଚିବ ଆର. ଭିନିଲ କ୍ରିଷ୍ଣା କହିଛନ୍ତି ଯେ, ଏହି ଖେଳର ପ୍ରଚାର, ପ୍ରସାର ପ୍ରତି ବିଶେଷ ଦୃଷ୍ଟି ଦିଆଯାଉଛି । କଟକରେ ପୁଣି ଥରେ ଓଡ଼ିଶା ମାଷ୍ଟର୍ସ ଆୟୋଜନ କରାଯିବ। ବ୍ୟାଡ୍‌ମିଣ୍ଟନ ପ୍ରତି ଗୁରୁତ୍ୱ ଦିଆଯାଉଛି। ରାଜ୍ୟର ଖେଳାଳିମାନଙ୍କ ପାଇଁ ଏହା ଉତ୍ସାହପ୍ରଦ ହେବ ବୋଲି ସେ କହିଥିଲେ। ଏହି କ୍ରୀଡ଼ା ଭିତ୍ତିଭୂମିର ବିକାଶ ଯେତିକି ଜରୁରୀ, ଏଭଳି ଅନ୍ତର୍ଜାତୀୟ ସ୍ତରର ଟୁର୍ନାମେଣ୍ଟ ଆୟୋଜନ ମଧ୍ୟ ସେତିକି ଜରୁରୀ। ବିଶ୍ୱର ଅନେକ ରାଷ୍ଟ୍ରର ପ୍ରତିଭାବାନ ବ୍ୟାଡ୍‌ମିଣ୍ଟନ ଖେଳାଳି ଟୁର୍ନାମେଣ୍ଟରେ ଭାଗ ନେବେ ବୋଲି ସଚିବ କହିଛନ୍ତି। ଟୁର୍ନାମେଣ୍ଟର ପୁରସ୍କାର ରାଶି ହେଉଛି ୧ ଲକ୍ଷ ଡଲାର, ଭାରତୀୟ ମୂଦ୍ରାରେ ଯାହା ପ୍ରାୟ ୮୪ଲକ୍ଷ ଟଙ୍କା ସହ ସମାନ। ଭାରତର ନାମୀଦାମୀ ବ୍ୟାଡ୍‌ମିଣ୍ଟନ ତାରକାଙ୍କ ସମେତ ବିଦେଶୀ ରାଷ୍ଟ୍ରର ପ୍ରତିଯୋଗୀମାନେ ଏଥିରେ ଭାଗ ନେବେ । ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଟୁର୍ନାମେଣ୍ଟ ଆୟୋଜନ ନେଇ ସମସ୍ତ ପ୍ରସ୍ତୁତି ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri