Posted inଖେଳ

ବିଡବ୍ଲ୍ୟୁଏଫ୍‌ ଜୁନିୟର ର଼୍ୟାଙ୍କିଙ୍ଗ୍‌: ଟପ୍‌ ଟେନ୍‌ ରେ ୬ ଭାରତୀୟ

ନୂଆଦିଲ୍ଲୀ, ୧୬ା୧ (ପି.ଟି.)- ସଦ୍ୟ ପ୍ରକାଶିତ ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ(ବିଡବ୍ଲ୍ୟୁଏଫ୍‌) ଜୁନିୟର ବିଶ୍ୱ ର଼୍ୟାଙ୍କିଙ୍ଗ ଟପ୍‌ ଟେନ୍‌ରେ୬ଜଣ ଭାରତୀୟ ରହିଛନ୍ତି। ଯୁବ ବ୍ୟାଡ୍‌ମିଣ୍ଟନ ଖେଳାଳି ବରୁଣ କପୁର ଓ ସାମିୟା ଇମାଦ ଫାରୁକି ସେମାନଙ୍କ କାଟେଗୋରୀରେ କ୍ୟାରିୟର ଶ୍ରେଷ୍ଠ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ପୁରୁଷ ସିଙ୍ଗଲ୍ସ ଖେଳାଳିଙ୍କ ମଧ୍ୟରେ ବରୁଣ ୪ସ୍ଥାନ ଉପରକୁ ଉଠିଥିବାବେଳେ ମହିଳା ବିଭାଗରେ ସାମିୟାଙ୍କର ୬ ସ୍ଥାନ ପଦୋନ୍ନତି ଘଟିଛି। ଗତବର୍ଷ ବରୁଣଙ୍କ ପ୍ରଦର୍ଶନ ଖୁବ୍‌ ଭଲ ରହିଥିଲା। ସେ ୬ଟି ଜୁନିୟର ଟାଇଟଲ ଜିତିଥିଲେ। ୨୦୨୦ ନଭେମ୍ବରରେ ସେ ଦ୍ୱାଦଶ ପର୍ତ୍ତୁଗିଜ୍‌ ଇଣ୍ଟରନ୍ୟାଶନାଲ ଜିତିଥିଲେ। ଅନ୍ୟପକ୍ଷରେ ପୂର୍ବତନ ୧୫ ବର୍ଷରୁ କମ୍‌ ଏସିଆନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ବିଜୟିନୀ ୧୭ ବର୍ଷୀୟା ସାମିୟା ଗତବର୍ଷ ଜୁନିୟର ସର୍କିଟ୍‌ରେ ସ୍ଥିର ପ୍ରଦର୍ଶନ କରିଥିଲେ। ଟପ୍‌ ୧୦ ପୁରୁଷ ବ୍ୟାଡ୍‌ମିଣ୍ଟନ ଖେଳାଳିଙ୍କ ମଧ୍ୟରେ ବରୁଣ ଏକମାତ୍ର ଭାରତୀୟ ଭାବେ ସ୍ଥାନ ପାଇଛନ୍ତି। ମହିଳା ସିଙ୍ଗଲ୍ସ କାଟେଗୋରି ଟପ୍‌ ଟେନ୍‌ରେ ସ୍ଥାନ ପାଇଥିବା ଅନ୍ୟ ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳିମାନେ ହେଲେ ତସନିମ୍‌ ମୀର୍‌ (୪), ତ୍ରିସା ଜୋଲି (୮) ଏବଂ ଆଦିତି ଭଟ୍ଟ (୧୦)। ସେହିପରି ମହିଳା ଡବଲ୍ସ କାଟେଗୋରି ଟପ୍‌ ଟେନ୍‌ରେ ରେ ତ୍ରିସା (୮), ତନିଶା କ୍ରାଷ୍ଟୋ (୯) ଏବଂ ଆଦିତି (୯) ଆଦି ଭାରତୀୟ ଖେଳାଳି ରହିଛନ୍ତି। ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ)ର ସଭାପତି ହିମନ୍ତ ବିଶ୍ୱ ଶର୍ମାଙ୍କ ସୂଚନା ଅନୁସାରେ ବର୍ତ୍ତମାନ ଟପ୍‌ ୨୦ରେ ଭାରତର ୧୦ ଖେଳାଳି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଟିମ ଇଣ୍ଡିଆକୁ ଘାରିଲାଣି 2026 ଟି-20 ବିଶ୍ୱକପରୁ ବାହାରି ଯିବାର ଭୟ; ଗୋଟିଏ ପରାଜୟ ବଢାଇଲା ଟେନସନ

ନୂଆଦିଲ୍ଲୀ,୨୨।୬: ଜୁନ ୧ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଭାରତ ପରାଜୟ ବରଣ କରିଥିଲା। ଏହି ଫଳାଫଳ ଗ୍ରୁପ ୧ ପଏଣ୍ଟ ଟେବୁଲର ଗତିଶୀଳତାକୁ ସମ୍ପୂର୍ଣ୍ଣ…

ପିତୃ ଦିବସରେ ବାପାଙ୍କୁ ବିଳାସପୂର୍ଣ୍ଣ କାର ଉପହାର ଦେଲେ ଏହି କ୍ରିକେଟର, ଦାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୬: ଭାରତୀୟ ଟିମର ଇଂଲଣ୍ଡ ଗସ୍ତ ୧ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି। ଏହି ଗସ୍ତ ସମୟରେ, ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ପାଞ୍ଚଟି ଟି-୨୦ ମ୍ୟାଚ…

ପ୍ଲେୟାର ଅଫ ଦ ମ୍ୟାଚ ବିବେଚିତ ହେବା ପରେ ସମାଲୋଚକମାନଙ୍କୁ କଡ଼ା ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୨।୬: ଶ୍ରୀଲଙ୍କା ଏ’କୁ ପରାସ୍ତ କରିବା ପରେ ‘ପ୍ଲେୟାର ଅଫ ଦି ମ୍ୟାଚ’ ବିବେଚିତ ବୈଭବ ସୂର୍ଯ୍ୟବଂଶୀ କହିଛନ୍ତି ଯେ ସେ ପ୍ରଥମ ୧୦ ଓଭରର ଫାଇଦା…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri