୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସବୁ ଘରକୁ ପାନୀୟ ଜଳ

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ଆସନ୍ତା ୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତ ପରିବାରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିପାଇଁ ୫୦,୨୬୩ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ପୁରୀ ହେଉଛି ପ୍ରଥମ ସହର ଯେଉଁଠି ସମସ୍ତ ପରିବାରକୁ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନରେ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯାଇଛି। ଖୋଲା କେନାଲ ବଦଳରେ ଗଭୀର ନଳକୂପ ଓ ପାର୍ବତୀଗିରି ମେଗା ଉଠା ଜଳସେଚନ ଜରିଆରେ ଚାଷଜମିକୁ ପାଇପ ଜରିଆରେ ଜଳସେଚନ କରିବାକୁ ବ୍ୟବସ୍ଥା କରାଯାଉଛି। ଏହାଦ୍ୱାରା ଜମି ଅଧିଗ୍ରହଣ ଆବଶ୍ୟକତା ନ ଥିବା ବେଳେ ଅଯଥା ଜଳ ଅପଚୟକୁ ମଧ୍ୟ ରୋକାଯାଇ ପାରିବ। ଚାଷୀମାନଙ୍କର ଆୟ ବଢ଼ାଇବା ସହ ମଧ୍ୟସ୍ଥ ବ୍ୟବସ୍ଥା ଉଚ୍ଛେଦ କରିବାକୁ ପ୍ରଥମେ ଓଡ଼ିଶା ଏଗ୍ରି କନ୍‌କ୍ଲେଭ କରାଯାଇଛି। ଚାଷୀଙ୍କ ଆୟ ବଢ଼ାଇବା ପାଇଁ ଦୀର୍ଘମିଆଦି କୃଷି ଉପରେ ଫୋକସ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ସୋମବାର ବିଧାନସଭାରେ ନିଜର ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ଖାଦ୍ୟ ସୁରକ୍ଷା ମିଶନରେ ଓଡ଼ିଶା ବୃହତ୍‌ ରାଜ୍ୟଗୁଡ଼ିକ ମଧ୍ୟରେ ୪ର୍ଥ ସ୍ଥାନରେ ରହିଛି। କୋଭିଡ୍‌ ମହାମାରୀ ପ୍ରଥମ ପର୍ଯ୍ୟାୟରେ ୧ ହଜାର ଓ ଦ୍ୱିତୀୟ ପର୍ଯ୍ୟାୟରେ ୧ ହଜାର ଟଙ୍କା ଲେଖାଏ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ସ୍କିମ୍‌ ଅଧୀନରେ ଥିବା ହିତାଧିକାରୀଙ୍କୁ ପ୍ରଦାନ କରାଯାଇଛି। ଏ ବାବଦରେ ୯୬୦ କୋଟି ଟଙ୍କା ରାଜ୍ୟ ସରକାର ଖର୍ଚ୍ଚ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଜୁ ପକ୍କାଘର ଯୋଜନାରେ ୨୦୧୪ରୁ ଦିଆଯାଇଥିବା ପକ୍କାଘର ମରାମତି ପାଇଁ ୩ ହଜାର ଟଙ୍କା ଆର୍ଥିକ ସହାୟତା ଦିଆଯାଉଛି। ଏ ବାବଦରେ ୩ ଲକ୍ଷ ପରିବାରକୁ ୧,୪୪୪ କୋଟି ଟଙ୍କା ପ୍ରଦାନ କରାଯାଇଛି। ଯେଉଁମାନେ ପକ୍କାଘର ପାଇବାରୁ ବଞ୍ଚିତ ହୋଇଛନ୍ତି ସେମାନଙ୍କୁ ୫ ହଜାର ଟଙ୍କା ଦେବାକୁ ବ୍ୟବସ୍ଥା କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମିଶନ ଶକ୍ତି ଜରିଆରେ ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ସେମାନଙ୍କର ସାମାଜିକ, ଆର୍ଥିକ ଏବଂ ରାଜନୈତିକ ଉତ୍‌ଥାନ କରାଯାଇ ଆସୁଛି। ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ଲାଗି ୧୫% ସିଟ୍‌ ସଂରକ୍ଷଣ କରିବା ସହ ପ୍ରଥମ ପର୍ଯ୍ୟାୟରେ ୧୦୭୬ ହାଇସ୍କୁଲକୁ ରୂପାନ୍ତରୀକରଣ କରାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୩,୩୬୫ ଅଧିକ ହାଇସ୍କୁଲକୁ ରୂପାନ୍ତରଣ କରାଯିବ। ଏହା ଦ୍ୱାରା ଆମ ପିଲାମାନେ ସରକାରୀ ହାଇସ୍କୁଲରେ ବିଶ୍ୱସ୍ତରୀୟ ଭିତ୍ତିଭୂମି ଓ ଶୈକ୍ଷିକ ପରିବେଶ ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକୁ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ସାମିଲ କରାଯାଇ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯାଉଛି। ରାଜ୍ୟ ସରକାର ୨୦୩୩ ପର୍ଯ୍ୟନ୍ତ ଭାରତୀୟ ହକି ଟିମ୍‌ର ପ୍ରାୟୋଜକ ରହିିବାକୁ ନିଷ୍ପତ୍ତି ନେଇଛନ୍ତି। ଜନସାଧାରଣଙ୍କୁ ଉତ୍ତମ ପ୍ରଶାସନିକ ସୁବିଧା ଯୋଗାଇ ଦେବାକୁ ୫-ଟି ଅଭିନବ ବ୍ୟବସ୍ଥାରେ ସମସ୍ତ ବିଭାଗକୁ ସାମିଲ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟବାସୀଙ୍କ ସହଯୋଗ ଏବଂ ସରକାରଙ୍କ ପୂର୍ବ ପ୍ରସ୍ତୁତି ଯୋଗୁ କରୋନା ମହାମାରୀକୁ ମୁକାବିଲା କରିବାରେ ସକ୍ଷମ ହୋଇପାରିଛୁ। ପ୍ରତ୍ୟେକ ଜୀବନ ଆମ ପାଇଁ ମୂଲ୍ୟବାନ୍‌। ସ୍ବାସ୍ଥ୍ୟ ସେବା ଉପରେ ଲୋକଙ୍କ ବିଶ୍ୱାସ ବୃଦ୍ଧି ପାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୯୬.୫ ଲକ୍ଷ ପରିବାରକୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରାଯାଇଛି। ସରକାରୀ ଓ ସହବନ୍ଧିତ ବେସରକାରୀ ଡାକ୍ତରଖାନାଗୁଡ଼ିକରେ ଦୈନିକ ୧.୫ ଲକ୍ଷ ଲୋକ କ୍ୟାଶ୍‌ଲେସ୍‌ ସେବା ପାଇ ପାରୁଛନ୍ତି। ମହାମାରୀ ପ୍ରଭାବରୁ ଅର୍ଥନୀତିକୁ ବଞ୍ଚାଇ ରଖିବା ଏକ ବଡ଼ ଆହ୍ବାନ ଥିଲା। ଏହି ଆହ୍ବାନକୁ ସମ୍ଭାଳି ଅର୍ଥନୀତିକୁ ପୁନର୍ଜୀବିତ କରାଇବାରେ ସଫଳ ହୋଇପାରିଛୁ। ଗତ ୧୦ ବର୍ଷ ମଧ୍ୟରେ ଜାତୀୟ ଆର୍ଥତ୍କ ଅଭିବୃଦ୍ଧି ହାର ୫.୩ ପ୍ରତିଶତ ହୋଇଥିବା ବେଳେ ଓଡ଼ିଶାର ଅଭିବୃଦ୍ଧି ୬.୫ ପ୍ରତିଶତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?