Posted inଜାତୀୟ

୨୦୨୫ ସୁଦ୍ଧା ଦେଶବ୍ୟାପୀ ସ୍ଥାପନ ହେବ ଡୋପଲର ପାଣିପାଗ ରାଡାର…

ନୂଆଦିଲ୍ଲୀ,୧୬।୧ : କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି ଯେ ଗତ ଆଠରୁ ନଅ ବର୍ଷ ମଧ୍ୟରେ ପାଣିପାଗ ବିଭାଗର ପୂର୍ବାନୁମାନର ସଠିକତା ପ୍ରାୟ ୪୦ ପ୍ରତିଶତ ବୃଦ୍ଧି ପାଇଛି। ଏହି କ୍ରମରେ, ୨୦୨୫ ସୁଦ୍ଧା, ସମଗ୍ର ଦେଶରେ ଏକ ଡୋପଲର ପାଣିପାଗ ରାଡାର ନେଟୱାର୍କ ସ୍ଥାପିତ ହେବ। ଦେଶରେ ଡୋପଲର ରାଡାର ସଂଖ୍ୟା ୨୦୧୩ ରେ ୧୫ ରୁ ୨୦୨୩ ରେ ୩୭କୁ ବୃଦ୍ଧି ପାଇଛି।

ଆସନ୍ତା ଦୁଇରୁ ତିନି ବର୍ଷ ମଧ୍ୟରେ ଭାରତ ଏହି ସଂଖ୍ୟାକୁ ୬୨ରେ ପହଞ୍ଚାଇବାର ଲକ୍ଷ୍ୟ ରଖିଛି। ଆଗାମୀ ଦିନରେ ୨୫ ଟି ନୂଆ ରାଡାର ସ୍ଥାପନ କରାଯିବ। ଭାରତ ପାଣିପାଗ ବିଭାଗ (ଆଇଏମଡି) ର ୧୪୮ ତମ ଫାଉଣ୍ଡେଶନ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ସିଂ କହିଛନ୍ତି ଯେ ପୂର୍ବାନୁମାନର ଉନ୍ନତି ସହିତ ବିପର୍ଯ୍ୟୟ ଜନିତ ମୃତ୍ୟୁ ହାର ଏକକ ସଂଖ୍ୟାକୁ ଖସି ଆସିଛି।
ଆଇଏମଡି ରବିବାର ଦିନ ହିମାଚଳ ପ୍ରଦେଶ, ଉତ୍ତରପ୍ରଦେଶ ଏବଂ ଜମ୍ମୁ-କଶ୍ମୀରରେ ଚାରିଟି ଡୋପଲର ପାଣିପାଗ ରାଡାର କମିଶନ କରିଛି। ଏହି କାରଣରୁ ପଶ୍ଚିମ ହିମାଳୟ ଅଞ୍ଚଳରେ ପାଣିପାଗ ନିରୀକ୍ଷଣ କ୍ଷମତା ସୁଦୃଢ଼ ହୋଇପାରିବ। ଉତ୍ତରାଖଣ୍ଡର ସୁରକଣ୍ଡା ଦେବୀ, ହିମାଚଳର ଜୋତ ଏବଂ ମୁରାରୀ ଦେବୀ ଏବଂ ଜାମ୍ମୁ କଶ୍ମୀରର ବାନିହଲ ରେ ଏଗୁଡ଼ିକ ସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri