୨୦୨୫ ସୁଦ୍ଧା ଭାରତୀୟ ଟିକା ବଜାର ୨୫୨ ବିଲିୟନ ଟଙ୍କାରେ ପହଞ୍ଚିବ…

ଲଣ୍ଡନ,୩୦।୪ : ଫାର୍ମା ଏବଂ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଦେଶର ଅଗ୍ରଗତି ଉପରେ ଆଲୋକପାତ କରି କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ରବିବାର କହିଛନ୍ତି ୨୦୨୫ ସୁଦ୍ଧା ଭାରତୀୟ ଟିକା ବଜାର ୨୫୨ ବିଲିୟନ ଟଙ୍କାରେ ପହଞ୍ଚିବ। ବ୍ରିଟେନ ଗସ୍ତରେ ଆସିଥିବା କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ୧୭୫ ବର୍ଷ ପୁରୁଣା ଲଣ୍ଡନ ବିଜ୍ଞାନ ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି। ସେ ଭାରତରେ ସମାନ ବିଜ୍ଞାନ ସଂଗ୍ରହାଳୟ ସ୍ଥାପନ ବିଷୟରେ କହିଥିଲେ।

ମନ୍ତ୍ରୀ କହିଛନ୍ତି, ଏହି ସଂଗ୍ରହାଳୟ ସ୍ଥାପନ କରିବାର କଳ୍ପନା ହେଉଛି ସାଧାରଣ ନାଗରିକଙ୍କୁ ବିଶେଷ କରି ଯୁବକମାନଙ୍କୁ ସେମାନଙ୍କର ଲୁକ୍କାୟିତ ସାମର୍ଥ୍ୟକୁ ହୃଦୟଙ୍ଗମ କରିବାରେ ସାହାଯ୍ୟ କରିବା ଏବଂ ବେଳେବେଳେ ସେମାନଙ୍କର ଅନ୍ତର୍ନିହିତ ଦକ୍ଷତା ଆବିଷ୍କାର କରିବା ଯାହା ସେମାନେ ନିଜ ବିଷୟରେ ନିଜେ ମଧ୍ୟ ଜାଣି ନ ଥିବେ। ବିଜ୍ଞାନ ସଂଗ୍ରହାଳୟ ଲଣ୍ଡନର ସାଉଥ କେନ୍ସିଙ୍ଗଟନ ପ୍ରଦର୍ଶନୀ ରୋଡରେ ଅବସ୍ଥିତ। ଏହା ୧୮୫୭ରେ ପ୍ରତିଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri