୨୦୩୦ ସୁଦ୍ଧା ଟ୍ରେନ୍‌ରେ ୪୫% ପଣ୍ୟ ପରିବହନ ଲକ୍ଷ୍ୟ

ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ପଣ୍ୟ ପରିବହନ ଅଂଶ ବୃଦ୍ଧି ଲକ୍ଷ୍ୟରେ ରେଳ ମନ୍ତ୍ରଣାଳୟ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛି। ବର୍ତ୍ତମାନର ୨୮% ପଣ୍ୟ ପରିବହନକୁ ୨୦୩୦ ସୁଦ୍ଧା ୪୫% ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଲକ୍ଷ୍ୟ ରହିଛି। ଏନେଇ ଜାତୀୟ ରେଳ ଯୋଜନା(ଏନ୍‌ଆର୍‌ପି)-୨୦୩୦ର ଅଧ୍ୟକ୍ଷ ତଥା ରେଳପଥ ବୋର୍ଡ ଅଧ୍ୟକ୍ଷ ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ସହିତ ବୋର୍ଡର ପଦାଧିକାରୀ, ଜୋନାଲ ମହାପ୍ରବନ୍ଧକ, ବିଭାଗୀୟ ମୁଖ୍ୟ, ଡିଆର୍‌ଏମ୍‌ ଓ ଅନ୍ୟ ପ୍ରମୁଖ ଅଧିକାରୀଙ୍କ ସହ ଏକ ବୈଠକ ବସିଥିଲା। ଏଥିରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟା ଭୂଷଣ, ଖୋର୍ଦ୍ଧା ରୋଡ୍‌, ସମ୍ବଲପୁର ଏବଂ ୱାଲ୍‌ଟିୟର ରେଳମଣ୍ଡଳର ପ୍ରବନ୍ଧକଙ୍କ ସମେତ ପ୍ରମୁଖ ବିଭାଗୀୟ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ(ଏଆଇ), ଡାଟା ଆନାଲିଟିକ୍ସ ଓ ଏନ୍‌ଆର୍‌ପି ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ତଥ୍ୟ ବିଶ୍ଳେଷଣ ଓ କୃତ୍ରିମ ବୁଦ୍ଧିମତାର ବ୍ୟବହାର ସହିତ ଚାହିଦା ଅନୁଯାୟୀ ଟ୍ରେନ୍‌ ଚଳାଇବା, ସେବା ଗୁଣବତ୍ତା ଉନ୍ନତ କରିବା, ଉତ୍କୃଷ୍ଟ ଉତ୍ସ ବ୍ୟବହାର ମାଧ୍ୟମରେ ଖର୍ଚ୍ଚ ନିୟନ୍ତ୍ରଣ କରିବା, ଭବିଷ୍ୟତର ଭିତ୍ତିଭୂମି ଯୋଜନା, କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ଓ ଅଭିଯୋଗ ହ୍ରାସ କରିବା ଆଦି ସମ୍ବନ୍ଧରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର।…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ…

୨୨କୋଟି ଵ୍ୟୟ ଅଟକଳରେ ନବୀକରଣ ହୋଇଛି କେସିଙ୍ଗା ରେଲୱେ ଷ୍ଟେଶନ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅଧିନସ୍ଥ କେସିଙ୍ଗା ରେଲୱେ ଷ୍ଟେଶନର ଶୁଭ ଉଦଘାଟନ ଶୁକ୍ରବାର ରେଳ ବିଭାଗ ପକ୍ଷରୁ କରାଯିବ । କେସିଙ୍ଗା ଷ୍ଟେଶନର ନବୀକରଣ…

ବିଶ୍ୱରେ ଚାଇନାର ପ୍ରାଧାନ୍ୟ, ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇଲେ ଜିନପିଙ୍ଗ

ବେଜିଂ,୧୬।୭: ଏକ ସର୍ଭେରେ ଚାଇନା ଆମେରିକା ତୁଳନାରେ ଭଲ ସ୍ଥିତିରେ ଥିବା ଦର୍ଶାଯାଇଛି। ସମ୍ପ୍ରତି, ପିଉ ରିସର୍ଚ୍ଚ ସେଣ୍ଟର 2026 ଆରମ୍ଭରେ ୩୬ଟି ଦେଶରେ ଏକ ସର୍ଭେ…

ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜ ଉପରେ ଟିକସ ଲଗାଇପାରିବେ କି? ଜାଣନ୍ତୁ କ’ଣ କହୁଛି ଅନ୍ତର୍ଜାତୀୟ ଆଇନ

ତେହରାନ,୧୬।୭: ବିଶ୍ୱ ରାଜନୈତିକ ଏବଂ ରଣନୈତିକ ମୋର୍ଚ୍ଚାରେ ଆମେରିକା ଏବଂ ଇରାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ପୁଣିଥରେ ସଂଘର୍ଷର ଏକ ପ୍ରମୁଖ କେନ୍ଦ୍ର ପାଲଟିଛି। ଏହି ଗୁରୁତ୍ୱପୂର୍ଣ୍ଣ…

ମାତ୍ର ୧ ଟଙ୍କାରେ ୧ ଲକ୍ଷ କୋଟି ଟଙ୍କା ବିବାଦର ସମାଧାନ କରିବେ ସୁପ୍ରିମକୋର୍ଟ: ଜାଣନ୍ତୁ ଚର୍ଚ୍ଚିତ ମାମଲା ବିଷୟରେ

ନୂଆଦିଲ୍ଲୀ,୧୬।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକ ମଧ୍ୟରୁ ଅନ୍ୟତମ କଲ୍ୟାଣୀ ପରିବାର ସହିତ ଜଡିତ ପାରିବାରିକ ବିବାଦ ଏକ ଗୁରୁତ୍ୱପୂର୍ଣ୍ଣ ଆଇନଗତ ମୋଡ଼ରେ ପହଞ୍ଚିଛି। ପ୍ରାୟ ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri