ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ମୂଲ୍ୟବାନ ସାମଗ୍ରୀ

ପାରଳାଖେମୁଣ୍ଡି,୧୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କିଛି ଦିନ ବ୍ୟବଧାନ ପରେ ପୁଣି ଚୋରି ଘଟଣା ସାମନାକୁ ଆସିଛି । ପାରଳା ସହରର ଓମ୍‌ ଶାନ୍ତି କଲୋନୀ(୪)ରେ ମଙ୍ଗଳବାର ବିଳମ୍ବିତ ରାତିରେକେଶବ ପ୍ରଧାନଙ୍କ ଘରେ ଦୁର୍ବୃତ୍ତମାନେ କଳାକନା ବୁଲାଇଛନ୍ତି।

ସୂଚନାଯୋଗ୍ୟ, କେଶବ ଓ ତାଙ୍କ ଭଉଣୀ ସେଠାରେ ଏକ ଭଡ଼ା ଘରେ ରହୁଥିଲେ। କେଶବଙ୍କ ଭଉଣୀ କୌଣସି ଏକ କାମରେ ନିଜ ଗ୍ରାମ ପୁରୁଷୋତ୍ତମପୁର ଯାଇଥିବା ବେଳେ କେଶବ ବିଳମ୍ବିତ ରାତିରେ ଦଣ୍ଡକାଳୀ ନାଟ ଦେଖିବା ପାଇଁ ସ୍ଥାନୀୟ ହାଟପଦା ଯାଇଥିଲେ। ନାଟ ସରିବା ପରେ ସେ ଭୋର୍‌ ସମୟରେ ଘରକୁ ଫେରିବା ବେଳେ ଦେଖିବାକୁ ପାଇଲେ ଯେ, ଘର କବାଟ ବାହାର ପଟୁ ଖୋଲା ହୋଇ କୌଣସି ଦୁର୍ବୁତ୍ତ ତାଙ୍କ ଘରେ ଥିବା ୭ ଭରି ସୁନା ଗହଣା ସହ ବହୁ ମୂଲ୍ୟବାନ ସାମଗ୍ରୀ ଚୋରି କରିନେଇଛନ୍ତି। ଘରର ତାଲା ଭାଙ୍ଗି ଆଲମାରୀ ତାଡ଼ି ଦୁର୍ବୃତ୍ତମାନେ ଚୋରି କରିଥିବା ଜଣାପଡ଼ିଛି।
ସଙ୍ଗେ ସଙ୍ଗେ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଏକ ଲିଖିତ ଅଭିଯୋଗ କରିବା ପରେ ଘଟଣାସ୍ଥଳରେ ପୋଲିସ୍‌ ଓ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ସିସିଟିଭି ଫୁଟେଜ୍‌କୁ ଆଧାର କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri