ପାଞ୍ଚଶହରୁ ଉର୍ଦ୍ଧ୍ୱ ଶବଦାହ କରି ଚର୍ଚ୍ଚାରେ ଶିବରାମ

ଗଞ୍ଜାମ,୧୯।୯(ଡି.ଏନ.ଏ.): ପେସାରେ ଜଣେ ବ୍ୟବସାୟୀ। ହେଲେ ସମସ୍ତେ ତାଙ୍କୁ ମଶାଣି ସାଥୀ ଭାବେ ଜାଣନ୍ତି l ଶବଦାହ ପାଇଁ କେହି ଡାକନ୍ତୁ ବା ନ ଡାକନ୍ତୁ ସେ ସବୁ କାମ ଛାଡି ସେ ମଶାଣିରେ ପହଞ୍ଚିଯାନ୍ତି। ଏଥିରେ ତାଙ୍କୁ ତୃପ୍ତି ମିଳିଥାଏ ବୋଲି ସେ କହନ୍ତି l ଏଭଳି ଜଣେ ନିଆରା ଯୁବକ ହେଲେ ଶିବରାମ ଜେନା। ଘର ଗଞ୍ଜାମ ଏନଏସି ଅନ୍ତର୍ଗତ ପଇଁତୋଳା ଗ୍ରାମରେ। ତାଙ୍କ ବାପା ପ୍ରହ୍ଲାଦ ନାଟକରେ ପ୍ରହ୍ଲାଦ ଭୂମିକାରେ ନିଖୁଣ ଅଭିନୟ କରି ବେଶ ଖ୍ୟାତି ଅର୍ଜନ କରିଛନ୍ତିl ସେତେବେଳେ ଅଭାବ ଅନଟନ ଯୋଗୁ ଅଧାରୁ ପାଠ ପଢା ଛାଡି ବାପାଙ୍କୁ ଚାଷ କାର୍ଯ୍ୟରେ ସହଯୋଗ କରି ଆଗକୁ ବଢିଥିଲେ। ସେ ଏବେ ବ୍ୟବସାୟ କରୁଛନ୍ତି। ୪୫ ବର୍ଷ ବୟସରେ ସେ ଏବେ ୫୦୦ରୁ ଉର୍ଦ୍ଧ୍ୱ ଶବଦାହ କରି ମହନୀୟତାର ପରିଚୟ ଦେଇଛନ୍ତି। ପୂର୍ବରୁ ଗ୍ରାମ କିମ୍ବା ବାହାରେ ଯେକୌଣସି ବ୍ୟକ୍ତିଙ୍କ ମୃତ୍ୟୁ ହେଲେ ସୁକୁରିଆ ତରାଇ ନାମକ ବ୍ୟକ୍ତି ମଶାଣିରେ ଶବଦାହ କରୁଥିଲେ। ତାଙ୍କର ମୃତ୍ୟୁ ହେବା ପରେ ଶିବରାମ ତାହାକୁ ଆପଣାଇବା ପାଇଁ ମନେ ମନେ ସ୍ଥିର କରିଥିଲେ। ଜାତି ଅଜାତି ବାଛ ବିଚାର ନ କରି ସେ ଏହି କାର୍ଯ୍ୟ କରନ୍ତି। ଶବଦାହକୁ ପୁଣ୍ୟ କାମ ଭାବନ୍ତି ଶିବରାମ। ଏପରି ନିସ୍ବାର୍ଥପର କାର୍ଯ୍ୟ ପାଇଁ ସେ ଗଞ୍ଜାମ ଅଞ୍ଚଳରେ ବହୁ ପ୍ରଶଂସା ସାଉଁଟି ପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri