ଏ ସବୁ କାମ କରି ଜଣେ ବ୍ୟକ୍ତି ସମଗ୍ର ବିଶ୍ୱକୁ ନିୟନ୍ତ୍ରଣ କରିପାରିବେ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ଅନେକ ସମସ୍ୟାର ସମାଧାନ କରିବା ସହିତ ଜୀବନ ସହ ଜଡିତ ମୂଲ୍ୟବୋଧ ବିଷୟରେ ଆଲୋଚନା କରିଛନ୍ତି। ଏଥି ସହିତ ସେ ଅନେକ ଶ୍ଲୋକ ବର୍ଣ୍ଣନା କରିଛନ୍ତି ଏବଂ କହିଛନ୍ତି ଯେ, ଜଣେ ବ୍ୟକ୍ତି ମଧୁର କଥା କହିବା ସହିତ ସତ୍ୟ କହିବା ଉଚିତ୍‌। ସେ ଏହା ମଧ୍ୟ କହିଛନ୍ତି ଯେ କେଉଁ କାମ କରି ଜଣେ ବ୍ୟକ୍ତି ଜଗତକୁ ନିୟନ୍ତ୍ରଣ କରିପାରିବ।

ଏହି ଶ୍ଳୋକରେ ଚାଣକ୍ୟ କହିଛନ୍ତି, ଯଦି ଆପଣ ସମଗ୍ର ବିଶ୍ୱକୁ ବଶୀଭୂତ କରିବାକୁ ଚାହୁଁଛନ୍ତି, ତେବେ ମନ୍ଦ କାର୍ଯ୍ୟକୁ ପରିତ୍ୟାଗ କରିବାକୁ ପଡିବ। ସେ କହିଛନ୍ତି ଯେ, ଏହାକୁ ତ୍ୟାଗ କଲେ ସମସ୍ତେ ଆପଣଙ୍କୁ ପସନ୍ଦ କରିବା ଆରମ୍ଭ କରିବେ। ବିଶ୍ୱକୁ ନିୟନ୍ତ୍ରଣ କରିବାର ଏକମାତ୍ର ଉପାୟ ହେଉଛି ଯେପରି ଆପଣଙ୍କ କଥାରେ କାହାକୁ କ୍ଷତି ନ ପହଞ୍ଚେ।

ଚାଣକ୍ୟ ଏହି ଶ୍ଳୋକରେ କଥାର ମହତ୍ତ୍ୱ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ, ବସନ୍ତ ଆସିବା ପର୍ଯ୍ୟନ୍ତ କୋଇଲି ଯେପରି ଚୁପ ରହିଥାଏ। ବସନ୍ତ ଆସିଲେ ସମସ୍ତେ ତାର ମଧୁର ସ୍ବର ଶୁଣନ୍ତି। ଯଦି ତୁମେ ମଧୁର କଥା କହିପାରିବ ନାହିଁ, ତେବେ ଚୁପ ରହିବା ଭଲ।

ଆଚାର୍ଯ୍ୟ ଚାଣକ୍ୟ ଏହି ଶ୍ଳୋକରେ କହିଛନ୍ତି ଯେ, ଜଣେ ଲୋଭୀ ବ୍ୟକ୍ତିଙ୍କୁ ଟଙ୍କା ଦ୍ୱାରା ବଶିଭୂତ କରିହେବ। ମାତ୍ର ଯଦି ଜଣେ ପଣ୍ଡିତ କିମ୍ବା ଜ୍ଞାନୀ ବ୍ୟକ୍ତିଙ୍କୁ ବଶିଭୂତ, କରିବାକୁ ଚାହାନ୍ତି ତେବେ ତାଙ୍କ ସାମ୍ନାରେ କେବଳ ସତ୍ୟ କହିବା ଉଚିତ୍‌। ଯଦି ଜଣେ ମୂର୍ଖକୁ ନିୟନ୍ତ୍ରଣ କରିବାକୁ ଚାହୁଁଛ, ତେବେ ସେ ଯେପରି କହୁଛନ୍ତି ଠିକ୍‌ ସେହିପରି କରିବା ଉଚିତ୍‌। ସେ କହିଛନ୍ତି ଯେ, ମୂର୍ଖ ଲୋକମାନେ ମିଥ୍ୟା ପ୍ରଶଂସାରେ ସନ୍ତୁଷ୍ଟ ହୁଅନ୍ତି। ଅହଂକାରୀ ବ୍ୟକ୍ତିଙ୍କୁ ହାତ ଜୋଡି କିମ୍ବା ଉପଯୁକ୍ତ ସମ୍ମାନ ଦେଇ ନିୟନ୍ତ୍ରଣ କରିହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri