Posted inଖେଳ

ଏମିତି କାମ କରି ସମସ୍ତଙ୍କ ହୃଦୟ ଜିତିଲେ ରାହୁଲ

ଜୋହାନ୍ସବର୍ଗ,୪।୧: ଭାରତୀୟ କ୍ରିକେଟରେ କେଏଲ ରାହୁଲ ଏବେ ଚର୍ଚ୍ଚାରେ ଅଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ସେଞ୍ଚୁରିଅନ ଟେଷ୍ଟରେ ୧୨୩ ରନ ସ୍କୋର କରିବା ପରେ କେ.ଏଲ ରାହୁଲଙ୍କୁ ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଅଧିନାୟକ କରାଯାଇଥିଲା। ଏଥି ସହିତ ରାହୁଲ ସୋମବାର ଜୋହାନ୍ସବର୍ଗର ୱାଣ୍ଡରର୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଦଳର ଅଧିନାୟକତ୍ୱ କରୁଛନ୍ତି। ବିରାଟ କୋହଲି ବ୍ୟାକ ସ୍ପାସମ ଯୋଗୁ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଖେଳୁନାହାଁନ୍ତି। ଏପରି ପରିସ୍ଥିତିରେ ତାଙ୍କ ସ୍ଥାନରେ ରାହୁଲଙ୍କୁ ଅଧିନାୟକତ୍ୱ ଦାୟିତ୍ୱ ଦିଆଯାଇଛି। ସେ ମ୍ୟାଚର ପ୍ରଥମ ଇନିଂସରେ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ ମଧ୍ୟ ଅନ୍ୟ ଏକ କାରଣରୁ ସେ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି ଏବଂ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି।
ଦକ୍ଷିଣ ଆଫ୍ରିକା ୱାଣ୍ଡରର୍ସ ଗ୍ରାଉଣ୍ଡରେ ଏକ ଭଲ ଖେଳ ପ୍ରଦର୍ଶନ କରିଥିଲା। ୨୦୨ ରନରେ ଭାରତକୁ ଅଲଆଉଟ୍‌ କରିଥିଲା। ଏସବୁ ମଧ୍ୟରେ ରାହୁଲ ଲାଇଭ ମ୍ୟାଚ ସମୟରେ କିଛି କରିଥିଲେ, ଯାହାକୁ ସୋସିଆଲ ମିଡିଆରେ ପ୍ରଶଂସା କରାଯାଉଛି। ମ୍ୟାଚ ସମୟରେ ରାହୁଲ କ୍ରିଜରେ କାଗିସୋ ରାବାଡାଙ୍କୁ କ୍ଷମା ମାଗିଛନ୍ତି। ଏହା ପରେ ସମସ୍ତେ ତାଙ୍କ ନମ୍ରତାକୁ ପ୍ରଶଂସା କରୁଛନ୍ତି।
ଭାରତର ପ୍ରଥମ ଇନିଂସର ପଞ୍ଚମ ଓଭରରେ ରାବାଡା ବୋଲିଂ କରିବାକୁ ପ୍ରସ୍ତୁତ ପ୍ରାୟ ଥିଲେ। ସେ ତାଙ୍କର ରନ ଅପ ଶେଷ କରିଥିଲେ, କିନ୍ତୁ ଷ୍ଟାଣ୍ଡ-ଇନ ରାହୁଲ ନିଜକୁ ପଛକୁ ଟାଣି ନେଇଥିଲେ। ସେ ଏହା କରିବା ପରେ ସଙ୍ଗେ ସଙ୍ଗେ ରାବାଡାଙ୍କୁ କ୍ଷମା ମାଗିବା ସହ ଅମ୍ପାୟାରଙ୍କୁ କ୍ଷମା ମାଗିବା ପାଇଁ ମଧ୍ୟ ହାତ ବଢାଇଥିଲେ। ଲୋକେଶ ରାହୁଲ ଏହି ମ୍ୟାଚ୍‌ରେ ୫୦ ରନ ସଂଗ୍ରହ କରିଥିବାବେଳେ ରବିଚନ୍ଦ୍ରନ ଅଶ୍ୱିନ ୪୬ ରନ ସଂଗ୍ରହ କରିଛନ୍ତି।

https://twitter.com/BenaamBaadshah4/status/1477950043709534209


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?