ପ୍ରକାଶ ପାଇଲା ଉପନିର୍ବାଚନ ବିଜ୍ଞପ୍ତି: ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲରେ ହେବ ମତଦାନ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ରେ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ପ୍ରାର୍ଥତ୍ପତ୍ର ଦାଖଲ କରାଯାଉଛି। ଅକ୍ଟୋବର ୧୬ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଅକ୍ଟୋବର ୧୭ରେ ପ୍ରାର୍ଥିପତ୍ର ଯାଞ୍ଚ ହେବା ସହ ଅକ୍ଟୋବର ୧୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି। ମତଦାନ ପରେ ନଭେମ୍ବର ୧୦ରେ ଭୋଟଗଣତି ହେବ।

ପ୍ରଥମ ଥର ପାଇଁ ଏହି ନିର୍ବାଚନରେ ନିୟୋଜିତ ସରକାରୀ କର୍ମଚାରୀ ୮୦ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଏବଂ କରୋନା ସଂକ୍ରମିତମାନେ ପୋଷ୍ଟାଲ ବାଲାଟରେ ନିଜର ମତଦାନ କରିବେ। ଏଣୁ ପୋଷ୍ଟାଲ ବାଲାଟରେ ଭୋଟ ଦାନ କିପରି ସୁରୁଖୁରୁରେ କରାଯିବ ସେନେଇ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ବାଲେଶ୍ୱର ଓ ଜଗତସିଂହପୁର ଜିଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ ସମୀକ୍ଷା କରିଛନ୍ତି।

 

ପ୍ରାର୍ଥତ୍ପତ୍ର ଦାଖଲ ପରଠାରୁ ୧୩ ତାରିଖ ପର୍ଯ୍ୟନ୍ତ ନିର୍ବାଚନରେ ନିୟୋଜିତ କର୍ମଚାରୀ ଘରଘର ବୁଲି ଫର୍ମ-୧୨ ଯୋଗାଇ ଦେବେ। ଯେଉଁମାନେ ଚାହିଁବେ ସେମାନେ ପୋଷ୍ଟାଲ ବାଲାଟରେ ଭୋଟ ଦେବା ଲାଗି ୧୪ ତାରିଖ ସୁଦ୍ଧା ନିର୍ବାଚନ ଅଧିକାରୀଙ୍କୁ ଆବେଦନପତ୍ର ଦେଇଦେବେ। ପୋଷ୍ଟାଲ ବାଲାଟ ବ୍ୟବସ୍ଥା ଥିଲେ ବି ବରିଷ୍ଠ ନାଗରିକ ମତଦାନ କେନ୍ଦ୍ରକୁ ଯାଇ ମତଦାନ ସାବ୍ୟସ୍ତ କରିପାରିବେ। କିନ୍ତୁ କରୋନା ସଂକ୍ରମିତ ପୋଷ୍ଟାଲ ବାଲାଟରେ ମତଦାନ କରିବା ବାଧ୍ୟତାମୂଳକ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri