ନଭେମ୍ବର ୨୯ ପୂର୍ବରୁ ଉପନିର୍ବାଚନ

ଭୁବନେଶ୍ୱର/ନୂଆଦିଲ୍ଲୀ, ୫।୯(ବ୍ୟୁରୋ): ଆସନ୍ତା ନଭେମ୍ବର ୨୯ ତାରିଖ ପୂର୍ବରୁ ଓଡିଶାରେ ଖାଲି ରହିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଆସନ ଲାଗି ଉପନିର୍ବାଚନ ଅନୁଷ୍ଠିତ ହେବ। ବିଧାୟକଙ୍କ ମୃତ୍ୟୁ ଯୋଗୁ ଉଭୟ ଆସନ ଖାଲି ରହିଛି। ଏହାକୁ ମିଶାଇ ଦେଶରେ ଖାଲି ପଡିଥିବା ମୋଟ ୬୫ ବିଧାନସଭା ଓ ଲୋକ ସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନ ସହ ବିହାରରେ ବିଧାନସଭା ନିର୍ବାଚନ ହେବ। ଶୁକ୍ରବାର ଅନୁଷ୍ଠିତ ବୈଠକ ପରେ ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି।
ବିଭିନ୍ନ ରାଜ୍ୟରେ ୬୪ ବିଧାନସଭା ଓ ଗୋଟିଏ ଲୋକ ସଭା ଆସନ ଖାଲି ପଡିଛି। ବିିଭିନ୍ନ ରାଜ୍ୟର ମୁଖ୍ୟ ଶାସନ ସଚିବ ଏବଂ ରାଜ୍ୟ ନିର୍ବାଚନ ଅଧିକାରୀଙ୍କଠାରୁ ମିଳିଥିବା ରିପୋର୍ଟକୁ ଆଧାରକରି ବୈଠକରେ ସମୀକ୍ଷା କରାଯାଇଥିଲା। କରୋନା ମହାମାରୀ ସାଙ୍ଗକୁ ରାଜ୍ୟରେ ଦେଖା ଦେଇଥିବା ବନ୍ୟା ପରିସ୍ଥିତିକୁ ନେଇ ଅନେକ ରାଜ୍ୟ ସରକାର ଉପ ନିର୍ବାଚନ ଘୁଞ୍ଚାଇବାକୁ ପ୍ରସ୍ତାବ ଦେଇଥିଲେ। ତେବେ ଆସନ୍ତା ନଭେମ୍ବର ୨୯ ତାରିଖ ସୁଦ୍ଧା ବିହାରର ୨୪୩ଟି ବିଧାନସଭା ଆସନ ପାଇଁ ନିର୍ବାଚନ ପ୍ରକ୍ରିୟା ଶେଷ ହେବ। ତେଣୁ ଏହି ସମୟ ପୂର୍ବରୁ ସମସ୍ତ ଉପନିର୍ବାଚନ ଶେଷ କରିବାକୁ କମିଶନ ନିଷ୍ପତ୍ତି ନେଇଛନ୍ତି। ଉପନିର୍ବାଚନ ପାଇଁ ଖୁବଶୀଘ୍ର ତାରିଖ ଘୋଷଣା କରାଯିବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇ ଦିଆଯାଇଛି।
କରୋନା ମହାମାରୀ ସମୟରେ ନିର୍ବାଚନ ହେଉଥିବାରୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଗାଇଡଲାଇନକୁ କଡାକଡି ପାଳନ କରିବାକୁ ହେବ। ପ୍ରାର୍ଥୀମାନେ ଅନଲାଇନରେ ପ୍ରାର୍ଥୀପତ୍ର ଦାଖଲ କରିବେ। ଶୋଭାଯାତ୍ରା କରି ନାମାଙ୍କନ ପତ୍ର ଦାଖଲକୁ ବାରଣ କରାଯାଇଛି। ଯଦି କେହି ବ୍ୟକ୍ତିଗତ ଭାବେ ନାମାଙ୍କନ ପତ୍ର ଦାଖଲ କରିବାକୁ ଚାହିଁବେ ସେଥିପାଇଁ ମାତ୍ର ଦୁଇ ଜଣଙ୍କୁ ଅନୁମତି ମିଳିବ। ମୁହଁରେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ୱ ରକ୍ଷା କରି ପ୍ରାର୍ଥୀମାନେ ପ୍ରାର୍ଥୀପତ୍ର ଦାଖଲ କରିବେ। ରାଜ୍ୟର ଦୁଇଟି ବିଧାନସଭା ଉପନିର୍ବାଚନ ଲାଗି ମଧ୍ୟ ଖୁବଶୀଘ୍ର ତାରିଖ ଘୋଷଣା ହେବ। ଏଠାରେ ସୂଚନା ଯୋଗ୍ୟ ଯେ ବାଲେଶ୍ୱର ଭାଜପା ବିଧାୟକ ମଦନ ମୋହନ ଦତ୍ତଙ୍କର ଜୁନ ୧୭ ତାରିଖରେ ପରଲୋକ ହୋଇଥିଲା। ସେହିପରି ତିର୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କର ଜୁଲାଇ ୬ ତାରିଖରେ ବିୟୋଗ ହୋଇଥିଲା। ଉଭୟ ସଦସ୍ୟଙ୍କ ପରଲୋକ ଯୋଗୁ ଏହି ଦୁଇଟି ଆସନ ଖାଲି ରହିଛି । କରୋନା ମହାମାରୀ ସଂକ୍ରମଣ ବ୍ୟାପୀଥିବାରୁ ଉପ ନିର୍ବାଚନ ପାଇଁ ପ୍ରସ୍ତୁତି ସରଗରମ ହୋଇ ନାହିଁ। ଏହା ସତ୍ତ୍ୱେ ବିଜେଡି, କଂଗ୍ରେସ ଓ ଭାଜପା ଉପ ନିର୍ବାଚନ ପାଇଁ ନିଜର ପ୍ରସ୍ତୁତି ଇତି ମଧ୍ୟରେ ଆରମ୍ଭ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri