ଉପ ନିର୍ବାଚନ: ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ଆସନ ଲାଗି ଉପ ନିର୍ବାଚନ ହେବ। ଏ ନେଇ ପ୍ରଚାର ପ୍ରସାର ଜୋରଦାର ଚାଲିଛି। ୩ ଦଳ ପ୍ରଚାର କାର୍ଯ୍ୟରେ ଲାଗିପଡ଼ିଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ପ୍ରଚାର କରିବେ ବୋଲି ଦଳ ପକ୍ଷରୁ କୁହାଯାଇଛି। ତେବେ ମୁଖ୍ୟମନ୍ତ୍ରୀ ବୁଧବାର ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କ ପାଇଁ ପ୍ରଚାର କରିବେ।
ସେହିପରି ସେ ଆସନ୍ତା ୨୯ ତାରିଖରେ ବାଲେଶ୍ୱର ସଦର ବିଧାୟକ ପ୍ରାର୍ଥୀ ସ୍ବରୂପ ଦାସଙ୍କ ପାଇଁ ଭର୍ଚୁଆଲ ପ୍ରଚାର କରିବେ । ସ୍ବରୂପଙ୍କ ପାଇଁ ସେ ଅପରାହ୍ନ ୪.୩୦ ରୁ ୫ଟା ଯାଏ ପ୍ରଚାର କରିବେ ବୋଲି ଜଣାପଡ଼ିଛି।