Posted inଜାତୀୟ

୬ ରାଜ୍ୟ-କେନ୍ଦ୍ର ଶାସିତ ଅଞ୍ଚଳର ୭ ବିଧାନସଭା-ଲୋକସଭା ଆସନରେ ଉପ-ନିର୍ବାଚନ: ୨୭ରେ ମତଦାନ…

ନୂଆଦିଲ୍ଲୀ,୧୮।୧ : ତ୍ରିପୁରା, ମେଘାଳୟ ଏବଂ ନାଗାଲାଣ୍ଡ ଆଦି ତିନୋଟି ଉତ୍ତର-ପୂର୍ବ ରାଜ୍ୟ ପାଇଁ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ବୁଧବାର ଏହା ଘୋଷଣା କରିଛନ୍ତି। ଏଥିସହ ସେ ୬ ଟି ରାଜ୍ୟରେ ସାତୋଟି ବିଧାନସଭା ଏବଂ ଲୋକସଭା ଆସନରେ ଉପ-ନିର୍ବାଚନର ପ୍ରକ୍ରିୟା ଏବଂ ତାରିଖ ଘୋଷଣା କରିଛନ୍ତି।

ଯେଉଁ ଆସନଗୁଡିକ ପାଇଁ ଉପ-ନିର୍ବାଚନ ଘୋଷଣା କରାଯାଇଛି ସେଥିମଧ୍ୟରେ ଅରୁଣାଚଳ ପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଏବଂ ତାମିଲନାଡୁର ପ୍ରତ୍ୟେକରେ ଗୋଟିଏ ବିଧାନସଭା ଆସନ ଏବଂ ମହାରାଷ୍ଟ୍ରର ଦୁଇଟି ବିଧାନସଭା ଆସନ ରହିଛି। ଏହା ସହିତ ଲାକ୍ଷାଦ୍ୱୀପ କେନ୍ଦ୍ର ଶାସିତ ଅଞ୍ଚଳରେ ଗୋଟିଏ ଲୋକସଭା ଆସନ ପାଇଁ ମଧ୍ୟ ଉପ-ନିର୍ବାଚନ ଅନୁଷ୍ଠିତ ହେବ।

ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ଏହି ଆସନଗୁଡିକର ନିର୍ବାଚନ ପାଇଁ ଜାନୁଆରୀ ୩୧ ରେ ବିଜ୍ଞପ୍ତି ଜାରି କରାଯିବ। ଏବଂ ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ଫେବୃଆରୀ ୭ । ଫେବୃଆରୀ ୮ ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ଏଥି ସହିତ, ଫେବୃଆରୀ ୧୦ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ। ଫେବୃଆରୀ ୨୭ ରେ ଏହି ଆସନଗୁଡିକରେ ମତଦାନ ଅନୁଷ୍ଠିତ ହେବ। ମାର୍ଚ୍ଚ ୨ରେ ଉପ-ନିର୍ବାଚନର ଫଳାଫଳ ଘୋଷଣା କରାଯିବ।

ଉପ-ନିର୍ବାଚନ ହେବାକୁ ଥିବା ବିଧାନସଭା ଆସନ ମଧ୍ୟରେ ଅରୁଣାଚଳ ପ୍ରଦେଶର ଲୁମଲା ବିଧାନସଭା ଆସନ, ଝାଡଖଣ୍ଡର ରାମଗଡ, ପଶ୍ଚିମବଙ୍ଗର ସାଗରଦିଘୀ, ତାମିଲନାଡୁର ଏରୋଡ ଏବଂ ମହାରାଷ୍ଟ୍ରର କସବା ପେଠ ଓ ଚିଞ୍ଚୱାଡରେ ଦୁଇଟି ବିଧାନସଭା ଆସନ ରହିଛି। ଏହା ସହିତ ଲାକ୍ଷାଦ୍ୱୀପ ଲାକ୍ଷାଦ୍ୱୀପ କେନ୍ଦ୍ର ଶାସିତ ଅଞ୍ଚଳର ଲୋକସଭା ଆସନ ପାଇଁ ଉପ-ନିର୍ବାଚନ ଅନୁଷ୍ଠିତ ହେବ


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri