୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ ପୂରଣ ଲାଗି ଉପନିର୍ବାଚନ କରାଯିବାକୁ ରାଜ୍ୟ ନିର୍ବାଚନ କମିଶନ ସ୍ଥିର କରି ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନ ଗଞ୍ଜାମ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।

ଜିଲାର ଜଗନ୍ନାଥ ପ୍ରସାଦ ବ୍ଲକ କୁଡୁତାଇ ଓ ବୁଡୁରୁଙ୍ଗୁ ପଞ୍ଚାୟତ ସରପଞ୍ଚ, କବିସୂର୍ଯ୍ୟନଗର ବ୍ଲକ୍‌ ବୋରସିଙ୍ଗି ପଞ୍ଚାୟତ ସରପଞ୍ଚ, ଶେରଗଡ଼ ବ୍ଲକ ତାକରଡ଼ା ପଞ୍ଚାୟତ ସରପଞ୍ଚ ଏବଂ ସୋରଡ଼ା ବ୍ଲକ ଗାଙ୍ଗପୁର ପଞ୍ଚାୟତ ସରପଞ୍ଚ ପଦବୀ ଖାଲି ପଡ଼ିଥିବାରୁ ଏଗୁଡ଼ିକରେ ଉପନିର୍ବାଚନ ହେବ ା

ସେହିପରି କବିସୂର୍ଯ୍ୟନଗର ବ୍ଲକ୍‌ ଗୁଡ଼ିଆଳି ପଞ୍ଚାୟତ ସମିତିସଭ୍ୟ ଓ କୁକୁଡ଼ାଖଣ୍ଡି ବ୍ଲକ୍‌ ଡେଙ୍ଗାପଦର ପଞ୍ଚାୟତ ସମିତିସଭ୍ୟ ପଦବୀ ପାଇଁ ମଧ୍ୟ ଉପନିର୍ବାଚନ କରାଯିବ। ଜଗନ୍ନାଥପ୍ରସାଦ ବ୍ଲକ୍‌ ଅନ୍ଧେଇଗାଁ ପଞ୍ଚାୟତର ୩ ନମ୍ବର ଓ୍ବାର୍ଡ ସଭ୍ୟ, ଗେରେଡ଼ା ପଞ୍ଚାୟତର ୬ ନମ୍ବର ଓ୍ବାର୍ଡ ସଭ୍ୟ ଓ ଖମରାପଲି ପଞ୍ଚାୟତର ୧୨ ନମ୍ବର ଓ୍ବାର୍ଡ ସଭ୍ୟ, କବିସୂର୍ଯ୍ୟନଗର ବ୍ଲକ ବୋଲୋସର ପଞ୍ଚାୟତର ୬ ନମ୍ବର ଓ୍ବାର୍ଡ ସଭ୍ୟ, ଖଜାପାଲି ପଞ୍ଚାୟତର ୬ ଓ ୧୦ ନମ୍ବର ଓ୍ବାର୍ଡ ସଭ୍ୟ ଏବଂ ପୋଲସରା ବ୍ଲକ୍‌ ଢୁଙ୍କାପଡ଼ା ପଞ୍ଚାୟତର ୧୦ ନମ୍ବର ଓ୍ବାର୍ଡ ସଭ୍ୟ, ଜକର ପଞ୍ଚାୟତର ୫ ନମ୍ବର ଓ୍ବାର୍ଡ ସଭ୍ୟ ଓ ମଥୁରା ପଞ୍ଚାୟତର ୧୪ ନମ୍ବର ଓ୍ବାର୍ଡ ସଭ୍ୟ ପଦବୀ ପାଇଁ ମଧ୍ୟ ଉପନିର୍ବାଚନ କରାଯିବାକୁ ସ୍ଥିର ହୋଇଛି।

ଭାରତ ନିର୍ବଚାନ କମିଶନ ପକ୍ଷରୁ ଚଳିତ ବର୍ଷ ଜାନୁଆରୀରେ ପ୍ରକାଶ ପାଇଥିବା ନିର୍ବାଚନାମଣ୍ଡଳୀସ୍ତରୀୟ ଭୋଟର ତାଲିକାକୁ ଆଧାର କରି ଉକ୍ତ ଉପନିର୍ବାଚନ ହେବ। ତେବେ ଉକ୍ତ ଭୋଟର ତାଲିକା ସଂଶୋଧନ କରାଯିବ। ନୂଆ ନାମ ସଂଯୋଗ କରାଯିବନି, କେବଳ ଉକ୍ତ ଭୋଟର ତାଲିକା ସଂଶୋଧନ ହେବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏପ୍ରିଲ ୩୦ ମଧ୍ୟରେ ପଞ୍ଚାୟତର ଭୋଟର ତାଲିକା ଉପରେ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ। ମେ ୨ରୁ ୫ ମଧ୍ୟରେ ଉକ୍ତ ଆପତ୍ତି ଅଭିଯୋଗର ତଦନ୍ତ କରି ଫଇସଲା ହେବ ଏବଂ ମେ ୬ ତାରିଖରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri