ଜୁନ୍‌ ୨୦୨୨ ସୁଦ୍ଧା ବରମୁଣ୍ଡା ଆଇଏସ୍‌ବିଟି

ଭୁବନେଶ୍ୱର, ୨୬।୭(ବ୍ୟୁରୋ): ୨୦୨୨ ଜୁନ୍‌ ସୁଦ୍ଧା ସରିବ ଭୁବନେଶ୍ୱର ବରମୁଣ୍ଡାରେ ହେବାକୁ ଥିବା ଇଣ୍ଟର ଷ୍ଟେଟ ବସ୍‌ ଟର୍ମିନାଲ (ଆଇଏସ୍‌ବିଟି) କାମ। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ ପ୍ରକଳ୍ପ ସ୍ଥାନ ବୁଲି ଦେଖିଛନ୍ତି। ଏହାସହ ସେ ଇଣ୍ଟର ଷ୍ଟେଟ ବସ୍‌ ଟର୍ମିନାଲର କାର୍ଯ୍ୟ ଅଗ୍ରଗତି ନେଇ ସମୀକ୍ଷା ମଧ୍ୟ କରିଛନ୍ତି। ୧୫.୫ ଏକର ପରିମିତ ଜମିରେ ଏହି ବସ୍‌ ଟର୍ମିନାଲ କାମ ଚାଲିଥିବାବେଳେ ଏଥିଲାଗି ୧୮୦ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଜୁନ୍‌ ୨୦୨୨ ସୁଦ୍ଧା ଏହି ପ୍ରକଳ୍ପ କାମ ଶେଷ କରିବା ପାଇଁ ଲକ୍ଷ୍ୟ ରହିଛି। ଖଣ୍ଡଗିରିରେ ୩୦୦ ବସ୍‌ ପାର୍କିଂ କ୍ଷମତା ବିଶିଷ୍ଟ ବସ୍‌ ଡିପୋ ମଧ୍ୟ ଏହାର ଏକ ଅଂଶବିଶେଷ। ଠିକ୍‌ ସମୟରେ କାମ ଶେଷ କରିବା ଉପରେ ୫-ଟି ସଚିବ ଗୁରୁତ୍ୱ ପ୍ରଦାନ କରିଛନ୍ତି। ଉକ୍ତ ପ୍ରକଳ୍ପର ଗୁଣବତ୍ତା ନେଇ ପାଣ୍ଡିଆନ ଗୁରୁତ୍ୱ ପ୍ରଦାନ କରିଛନ୍ତି। ଏହାଛଡ଼ା ଅନ୍ୟ ପ୍ରକଳ୍ପ କାର୍ଯ୍ୟଗୁଡ଼ିକର ମଧ୍ୟ ସେ ସମୀକ୍ଷା କରିଛନ୍ତି।
ସେହିପରି ଜୟଦେବ ବିହାର-ପଟିଆ ରାସ୍ତାରେ ଟ୍ରାଫିକ କମ୍‌ କରିବା ପାଇଁ ସମାନ୍ତରାଳ ରାସ୍ତା କାମ ପିଡବ୍ଲ୍ୟୁଡି ଦ୍ୱାରା ଚାଲିଛି। ଏହି ରାସ୍ତା ସିଆର୍‌ପିଏଫ ଛକରୁ ଇନ୍‌ଷ୍ଟିଚ୍ୟୁଟ ଅଫ ମାଥ୍‌ମେଟିକ୍ସକୁ ସଂଯୋଗ କରିବ। ୯୨ କୋଟି ଟଙ୍କା ବ୍ୟୟରେ ୧୩.୬ କି.ମି. ରାସ୍ତା ନିର୍ମାଣ କରାଯାଉଛି। ବର୍ତ୍ତମାନ ଜାଭିୟରଛକରୁ ଇନ୍‌ଫୋସିଟି ଛକ ପର୍ଯ୍ୟନ୍ତ ୬ ଲେନ୍‌ ବିଶିଷ୍ଟ ୫.୧୭ କି.ମି. ରାସ୍ତା କାର୍ଯ୍ୟ କରାଯାଉଛି। ଏହି ପ୍ରକଳ୍ପ କାମ ଆସନ୍ତା ଫେବୃୟାରୀ ସୁଦ୍ଧା ଶେଷ କରିବା ଲାଗି ଲକ୍ଷ୍ୟ ରଖାଯାଇଛି। ଅନ୍ୟପକ୍ଷରେ ଚନ୍ଦ୍ରଶେଖରପୁରଠାରେ ପିପିପି ମୋଡ୍‌ରେ ବିଡିଏ ପକ୍ଷରୁ ସୁଲଭ ଗୃହ ନିର୍ମାଣ କରାଯାଉଛି। ୨୦.୨୧ ଏକର ଜାଗାରେ ୨୬୦୦ ଘର ନିର୍ମାଣାଧୀନ ରହିଛି। ଏହି କଲୋନୀରେ ପ୍ରାଥମିକ ସ୍କୁଲ, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର, ସପିଂ ଏରିଆ ଓ ଖେଳିବା ପାଇଁ ବ୍ୟବସ୍ଥା କରାଯାଉଛି। ଏହି ପ୍ରକଳ୍ପ ଦୁଇଟି ପର୍ଯ୍ୟାୟରେ ସେପ୍ଟେମ୍ବର ୨୦୨୨ ସୁଦ୍ଧା ଶେଷ କରିବାର ଲକ୍ଷ୍ୟ ରଖାଯାଇଛି। ସେହିପରି ୨୨୧ କୋଟି ଟଙ୍କା ବ୍ୟୟରେ ଇଡ୍‌କୋ ଦ୍ୱାରା ଇନ୍‌ଫୋସିଟି ନିକଟରେ ଇନକ୍ୟୁବେସନ ଟାଓ୍ବାର ନିର୍ମାଣାଧୀନ ରହିଛି। ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ଏହି ପ୍ରକଳ୍ପ କାର୍ଯ୍ୟ ଶେଷ ହେବାର ଲକ୍ଷ୍ୟ ରଖାଯାଇଛି। ୫-ଟି ସଚିବଙ୍କ ସମୀକ୍ଷା ସମୟରେ ସାଙ୍ଗରେ ବିଏମ୍‌ସି କମିଶନର ସଞ୍ଜୟ ସିଂହ, ପୂର୍ତ୍ତ ସଚିବ କ୍ରିଷନ କୁମାର ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିନିଲ କ୍ରିଷ୍ଣା ଉପସ୍ଥିତ ଥିଲେ। ଉନ୍ନତମାନର କାର୍ଯ୍ୟ ଉପରେ ୫-ଟି ସଚିବ ଗୁରୁତ୍ୱ ଦେଇଥିବାବେଳେ ନିର୍ଦ୍ଦିଷ୍ଟ ସମୟସୀମା ସୁଦ୍ଧା ପ୍ରକଳ୍ପ ନିର୍ମାଣ କାମ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri