ଜୁନ୍‌ ୨୫ ସୁଦ୍ଧା ରତ୍ନଭଣ୍ଡାର ସ୍ଥିତି ସତ୍ୟପାଠ ଦାଖଲ ହେବ

କଟକ ଅଫିସ,୧୭ା୩: ହାଇକୋର୍ଟରେ ଗୁରୁବାର ପୁରୀ ଶ୍ରୀମନ୍ଦିର ସଂସ୍କାର ସମ୍ପର୍କିତ ମାମଲାର ଶୁଣାଣି ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିରର ଜଗମୋହନ ଓ ନାଟମଣ୍ଡପ କାର୍ଯ୍ୟ ଚାଲିଥିବା ତଥ୍ୟ ଉପସ୍ଥାପନ କରାଯାଇଛି। ଏଏସ୍‌ଆଇ ପକ୍ଷରୁ ଗତ ୧୪ରୁ ଆରମ୍ଭ ହୋଇଥିବା ମନ୍ଦିର ମରାମତି କାର୍ଯ୍ୟ ଆସନ୍ତା ମେ’ ୩୧ ତାରିଖ ସୁଦ୍ଧା ସାରିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ରଥଯାତ୍ରା ପୂର୍ବରୁ ଏସବୁ କାର୍ଯ୍ୟ ଶେଷ ହେବ। ତେବେ ପରବର୍ତ୍ତୀ ଶୁଣାଣି ପୂର୍ବରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟର ସ୍ଥିତାବସ୍ଥା ରିପୋର୍ଟ ସରକାର ହାଇକୋର୍ଟରେ ଦାଖଲ କରିବେ। କୋଣାର୍କ ସୂର୍ଯ୍ୟମନ୍ଦିର ମରାମତିର ସ୍ଥିତାବସ୍ଥା ରିପୋର୍ଟ ମଧ୍ୟ ଏକ ସଙ୍ଗେ ଦାଖଲ କରାଯିବାକୁ ନିର୍ଦ୍ଦେଶ ରହିଛି। ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ସଂକ୍ରାନ୍ତୀୟ ସତ୍ୟପାଠ ଦାଖଲ ନିମନ୍ତେ ୨୦୨୨ ଅକ୍ଟୋବର ୧୮ରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ଅଦ୍ୟାବଧି ଏହି ସତ୍ୟପାଠ ଦାଖଲ ହୋଇପାରିନାହିଁ। ରତ୍ନଭଣ୍ଡାର ଶେଷ ଥର ପାଇଁ କେବେ ଖୋଲା ଯାଇଥିଲା, ଆଜିପର୍ଯ୍ୟନ୍ତ କାହିଁକି ଖୋଲାଯାଇନାହିଁ ଆଦି ବିଭିନ୍ନ ପ୍ରଶ୍ନର ଉତ୍ତର ସେଥିରେ ପ୍ରଦାନ କରାଯିବା କଥା। ଏହାକୁ ନେଇ ହାଇକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଆଗାମୀ ଜୁନ୍‌ ୨୫ ତାରିଖ ମଧ୍ୟରେ ନିଶ୍ଚିତ ଭାବେ ରତ୍ନଭଣ୍ଡାର ସମ୍ପର୍କିତ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠରେ ମାମଲାର ଶୁଣାଣି ହୋଇଥିଲା। ଆସନ୍ତା ଜୁଲାଇ ୧୦ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଲୋକ କୁମାର ମହାପାତ୍ର ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?