ମହିଳାଙ୍କୁ ହତ୍ୟା କରି କପା କିଆରିରେ ମୃତଦେହ ପୋତିବାକୁ ଉଦ୍ୟମ, ଘଟଣାସ୍ଥଳରେ ପୋଲିସ ପହଞ୍ଚି…

ବଲାଙ୍ଗୀର,୩ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଚିତ୍ରାମୁଣ୍ଡା ଗାଁର ଏକ କପା କିଆରିରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ିଛି ଜଣେ ବିବାହିତା ୩ ସନ୍ତାନଙ୍କର ମା’ର ମୃତଦେହ। ହତ୍ୟା କରି ମୃତଦେହକୁ ପୋତି ଦେବାକୁ ଉଦ୍ୟମ କରାଯାଇଛି। ମୁରିବହାଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ନାଁ ରଞ୍ଜିତା ସାହୁ।

ଶନିବାର ସକାଳୁ କପାଚାଷ କରିଥିବା ତାଙ୍କ ଜମିକୁ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ସେ ଘରକୁ ଫେରି ନ ଥିବା ବେଳେ ରଞ୍ଜିତାଙ୍କ ଝିଅ ତାଙ୍କ ମାମୁଘର ଲୋକଙ୍କୁ ମାଆ ଘରକୁ ଫେରି ନ ଥିବା ଖବର ଦେଇଥିଲେ l ମାମୁ ଘର ଲୋକେ ଗାଁକୁ ଆସି ଖୋଜାଖୋଜି କରିବା ପରେ କପାଚାଷ ଜମିର ଏକ ପରିତ୍ୟକ୍ତ କୁଅରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ପରେ ପୋଲିସକୁ ଏନେଇ ଖବର ଦେଇଥିଲେ। ରଞ୍ଜିତାଙ୍କ ବାପଘର ଲୋକ ଆସି ସବୁ ଦେଖିଲା ପରେ ଏହା ହତ୍ୟା ବୋଲି ଅଭିଯୋଗ କରିଛନ୍ତି। ଘଟଣାସ୍ଥଳକୁ ପୋଲିସ ସାଇଣ୍ଟିଫିକ ଟିମ୍‌ ଆସୁଥିବା ଜଣାଯାଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri