ମାର୍ଚ୍ଚ ସୁଦ୍ଧା ୩ ଜିଲାକୁ ସମ୍ପ୍ରସାରଣ ହେବ ମୋବାଇଲ ଚକ୍ଷୁ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର, ୩।୨(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏବଂ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ଉପସ୍ଥିତିରେ ମଙ୍ଗଳବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ୨୦୨୦ ଡିସେମ୍ବର ସୁଦ୍ଧା ୨୦ଟି ମୋବାଇଲ୍‌ ଚକ୍ଷୁ ପରୀକ୍ଷା କେନ୍ଦ୍ର କାର୍ଯ୍ୟକାରୀ ହୋଇଛି। ୨୦୨୧ ମାର୍ଚ୍ଚ ମାସ ସୁଦ୍ଧା ଏହା ଅନୁଗୋଳ, ଜଗତ୍‌ସିଂହପୁର ଓ ନୟାଗଡ଼ ଜିଲାକୁ ସମ୍ପ୍ରସାରଣ ହେବ। ୨୦୨୧-୨୨ରେ ୭ଟି ଜିଲା ବାଲେଶ୍ୱର, ବୌଦ୍ଧ, କଟକ, ପୁରୀ, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲାରେ ମୋବାଇଲ୍‌ ଚକ୍ଷୁ ପରୀକ୍ଷା କେନ୍ଦ୍ର କାର୍ଯ୍ୟ କରିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ସେହିପରି ୨୦୧୮-୧୯ରେ ରାଜ୍ୟରେ ୫୦ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିର୍ଦ୍ଧାରିତ ଚକ୍ଷୁ ପରୀକ୍ଷା କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇଛି। ସେହିପରି ୨୦୧୯-୨୦ରେ ୫୦ଟି ଏବଂ ୨୦୨୦-୨୧ରେ ୫୦ଟି ଚକ୍ଷୁ ପରୀକ୍ଷା କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇଛି। ୨୦୨୧-୨୨ରେ ରାଜ୍ୟର ୧୨୦ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚକ୍ଷୁ ପରୀକ୍ଷା କେନ୍ଦ୍ର ନିର୍ମାଣ ଲାଗି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ସେହିପରି ଓଡ଼ିଶା ରାଜ୍ୟ ଔଷଧ ନିଗମ ପକ୍ଷରୁ ୫୩ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆବଶ୍ୟକ ଯନ୍ତ୍ରପାତି ଯୋଗାଇ ଦିଆଯାଇଥିବା ବେଳେ ୨୦୨୧ ସୁଦ୍ଧା ଅଧିକ ୧୨୦ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସମସ୍ତ ଯନ୍ତ୍ରପାତି ଯୋଗାଇ ଦିଆଯିବ। ଫଣ୍ଡ୍‌ସ କ୍ୟାମେରା ମାଧ୍ୟମରେ ସମସ୍ତ ଜିଲା ସଦର ମହକୁମା ହସ୍ପିଟାଲରେ ୨୦୧୯-୨୦ ସୁଦ୍ଧା ୩ ଲକ୍ଷରୁ ଊର୍ଦ୍ଧ୍ୱ, ୨୦୨୦-୨୧ରେ ୨ ଲକ୍ଷ ୫୦ ହଜାରରୁ ଊର୍ଦ୍ଧ୍ୱ ଚକ୍ଷୁ ପରୀକ୍ଷା ହୋଇଛି ବୋଲି ଆୟୋଜିତ ସମୀକ୍ଷା ବୈଠକରୁ ଜଣାପଡ଼ିଛି। ଏହି ବୈଠକରେ ଓଡ଼ିଶା ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶିକା ଯାମିନୀ ଷଡ଼ଙ୍ଗୀ, ଡିଏମ୍‌ଇଟି ପ୍ରଫେସର ସି.ବି.କେ. ମହାନ୍ତି, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବତନ୍ତ୍ର ସଚିବ ଡ. ଅଜିତ ମହାନ୍ତି ଏବଂ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri