ବିରୂପା ବ୍ରିଜ୍‌ ଉପରେ  ସାଇକେଲ୍‌ ମୋବାଇଲ ରଖି …

କଟକ,୨୩।୯: ବିରୂପା ନଦୀକୁ ଡେଇଁ ଜଣେ ଛାତ୍ର ନିଖୋଜ ଅଛନ୍ତି। ଏଯାବତ୍‌ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲାରେ। ନିଖୋଜ ଛାତ୍ର ହେଲେ ଚୌଦ୍ୱାର ୧୨ ନଂ ୱାର୍ଡର ପ୍ରଦୀପ କୁମାର ଦାସ। ସେ ଯୁକ୍ତ ୩ରେ ପଢ଼ୁଥିଲେ।
ତେବେ ସକାଳେ ଛାତ୍ର ଜଣଙ୍କ ବିରୂପା ବ୍ରିଜ ଉପରେ ସାଇକେଲ ମୋବାଇଲ ବ୍ୟାଗ ରଖି ନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ପରିବାର ଲୋକଙ୍କ ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।
ଅଗ୍ନିଶମ ବାହିନୀ ପହଞ୍ଚି ଛାତ୍ରଙ୍କୁ ଖୋଜାଖୋଜି କରୁଛି। ପରିବାର ଲୋକେ ମଧ୍ୟ ପହଞ୍ଚିଛନ୍ତି। ତେବେ ଛାତ୍ର ଜଣଙ୍କ କେଉଁ କାରଣ ପାଇଁ ନଦୀକୁ ଡେଇଲେ ଏହା ପଛରେ କ’ଣ କାରଣ ରହିଛି ତାହା ଜଣାପଡ଼ି ନ ଥିବା ବେଳେ  ଛାତ୍ର ଜଣଙ୍କ ଘରୁ ରାଗକି  ଆସି ଏପରି ପଦକ୍ଷେପ ନେଇଥିବା କୁହାଯାଉଛି।
କାହିଁକି ନେଲେ  ଚରମ ନିଷ୍ପତ୍ତି ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ର୍ନିଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ଧରୁନି। ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ନିମନ୍ତେ ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବିଜେଡି ମଧ୍ୟ ଆସନ୍ତାକାଲି ପାଇଁ ଦେଇଥିବା ହରତାଳ ଡାକରାକୁ ପ୍ରତ୍ୟାହାର କରିଛି। ଇତି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭରତପୁର ଥାନାରେ ର୍ନିଯାତନା ଅଭିଯୋଗ ଆଣିଥିବା ଯୁବତୀ ତାଙ୍କ ବାପା ଓ ମେଜର ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୀଡ଼ିତାଙ୍କ ବାପା କହିଲେ ଝିଅ ସବୁବେଳେ ରାତିରେ…
ଭୁୁବନେଶ୍ୱର,୨୩।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ନେଉନି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭରତପୁର ଥାନାରେ ନିର୍ଯାତନା ଅଭିଯୋଗ ଆଣିଥିବା ଯୁବତୀ ତାଙ୍କ ବାପା ଓ ମେଜର।
ଅବସରପ୍ରାପ୍ତ ସେନା ଅଧିକାରୀଙ୍କ ପ୍ରତିନିଧି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ । ଆଲୋଚନା ସକାରାତ୍ମକ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ସବୁ ସମସ୍ୟାର ସମାଧାନ ନିମନ୍ତେ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ପୀ ବାପା।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ  ସେ କହିଛନ୍ତି, ଆମ ଅନୁରୋଧ ରଖି ସାକ୍ଷାତ କରିବାକୁ ସମୟ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛୁ। ଦୁଇ ଦିନ ପୂର୍ବେ ପୋଲିସ ଅଧିକାରୀମାନେ ୟୁନିଫର୍ମ ପିନ୍ଧି ପ୍ରତିବାଦ ଜଣାଇଥିବାରୁ ଏହି ତଦନ୍ତ ନିରପେକ୍ଷ ହେବ କି ନାହିଁ ମନରେ ସନ୍ଦେହ ଥିଲା। ତେଣୁ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲୁ। ମୁଖ୍ୟମନ୍ତ୍ରୀ ଆମର ଏହି ଦାବିକୁ ମାନି ନେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ତଦନ୍ତ ରିପୋର୍ଟରେ ସତ ଉନ୍ମୋଚନ ହେବ ବୋଲି ବିଶ୍ୱାସ ଥିବା ସେ କହିଛନ୍ତି। ଏଥିସହ ଯେଉଁମାନେ ଝିଅର ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି  ସେମାନଙ୍କୁ ଚିହ୍ନଟ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଯୁବତୀଙ୍କ ବାପା କହିଛନ୍ତି।
ଝିଅ ରେଷ୍ଟୁରାଣ୍ଟ ଚଳାଉଥିବାରୁ ସବୁବେଳେ ରାତିରେ ଘରକୁ ଫେରେ। ତେଣୁ ଏହାକୁ ନେଇ ଭବିଷ୍ୟତରେ ଯେପରି କୌଣସି ସମସ୍ୟା ନହୁଏ ତାହା ସମାଧାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଛନ୍ତି  ତାଙ୍କ ବାପା । ମୁଖ୍ୟମନ୍ତ୍ରୀ ମଧ୍ୟ ଏହାକୁ ଗୁରୁତର ସହ ବିଚାରକୁ ନେଇଛନ୍ତି।
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଭେଟିଥିବା ବେଳେ  ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ                                                                                                                                               ଉପସ୍ଥିତ ଥିଲେ।
ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ନିମନ୍ତେ ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପରେ ବିଜେଡି ମଧ୍ୟ ମଙ୍ଗଳବାର ପାଇଁ ଦେଇଥିବା ହରତାଳ ଡାକରାକୁ ପ୍ରତ୍ୟାହାର କରିଛି।
ବାପା କହିଲେ …

Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri