କାଳିଆ ପାଖକୁ ରାଖୀ ପଠାଇ ଚର୍ଚ୍ଚାରେ ସାଇ ସୁକନ୍ୟା

ଭଦ୍ରକ, ୨ା୯ (ସନାତନ ରାଉତ): ଭାବର ଠାକୁର କାଳିଆ ପାଖକୁ ରାଖୀ ପଠାଇ ଚର୍ଚ୍ଚାକୁ ଆସିଛନ୍ତି ଭଦ୍ରକ ଜିଲା ତିହିଡ଼ି ଅଞ୍ଚଳର ସାଇ ସୁକନ୍ୟା। ଜଗନ୍ନାଥ ଓ ବଳଭଦ୍ରଙ୍କୁ ନିଜର ବଡ଼ଭାଇ ମାନି ତିହିଡ଼ି ବ୍ଲକ ବାମନବିନ୍ଧା ଗ୍ରାମର ସଞ୍ଜୟ ମହାନ୍ତିଙ୍କ ଝିଅ ତଥା ଷଷ୍ଠ ଶ୍ରେଣୀ ଛାତ୍ରୀ ସାଇ ସୁକନ୍ୟା(୧୧) ସ୍ନେହରେ ଶ୍ରୀମନ୍ଦିର କାର୍ଯ୍ୟାଳୟକୁ ଡାକ ଯୋଗେ ରାଖୀ ପଠାଇଥିଲେ। ରାଖୀ ସହ ୫୦୦ ଟଙ୍କା ପଠାଇ ମୋ ବଡ଼ ଭାଇମାନଙ୍କୁ ରାଖୀ ବାନ୍ଧି ମୁଁ ଦେଇଥିବା ଟଙ୍କାରେ ମିଠା କିଣି ଖାଇବାକୁ ଦେବାକୁ ସେ ଚିଠିରେ ଲେଖିଥିଲେ। ରାଖୀ ପାଇବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏହାକୁ ଗ୍ରହଣ କରାଯାଇଛି ବୋଲି ପ୍ରଶାସନ ପକ୍ଷରୁ ଏକ ଧନ୍ୟବାଦ ପତ୍ର ଶୁକ୍ରବାର ସାଇ ସୁକନ୍ୟାଙ୍କ ପାଖକୁ ଆସିଛି। ବଡ଼ଠାକୁରଙ୍କ ଆଶୀର୍ବାଦ ସ୍ବରୂପ ନିର୍ମାଲ୍ୟ, ରଥ ଦଉଡ଼ି ଓ ରଥକାଠ ତାଙ୍କ ପାଖକୁ ପଠାଯାଇଛି। ଆପଣ ପଠାଇଥିବା ରାଖୀ ହସ୍ତଗତ ହୋଇଛି। ବଡ଼ଠାକୁର ବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଲାଗି କରାଯିବା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଇଛି ବୋଲି ଆସିଥିବା ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri