ଅପପ୍ରଚାର କରି ବନ୍ଧାହେଲେ ୧୬

ସମ୍ବଲପୁର,୩୦।୪(ବ୍ୟୁରୋ): ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥରମାଡ଼, ପୋଡ଼ାଜଳା, ଆକ୍ରମଣ ଭଳି ଘଟଣା ଘଟିଥିଲା। ଏପରି କି ଚନ୍ଦ୍ରଶେଖର ମିର୍ଦ୍ଧା ନାମକ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହାକୁ ନେଇ ଜିଲା ପ୍ରଶାସନ ଏପ୍ରିଲ ୧୩ରୁ ନେଟ୍‌ସେବା ବନ୍ଦ କରି ସହରରେ କର୍ଫ୍ୟୁ ଲଗାଇଥିଲା। ୧୦ଦିନ ପରେ ଏପ୍ରିଲ ୨୪ରେ ନେଟ୍‌ସେବା ସମ୍ପୂର୍ଣ୍ଣ ସ୍ବାଭାବିକ ହୋଇଥିଲା। ହେଲେ ପୋଲିସ ପକ୍ଷରୁ କଡା ତାଗିଦ କରାଯାଇଥିଲା। କିନ୍ତୁ ପୋଲିସକୁ ଭୟ ନ କରି ସାମାଜିକ ଗଣମାଧ୍ୟମରେ ସାମ୍ପ୍ରଦାୟିକ ଘଟଣାକୁ ନେଇ ବିଭିନ୍ନ ଅପପ୍ରଚାର ହେଉଛି। ଏହି ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୋଟ ୧୬ଜଣଙ୍କୁ ବାନ୍ଧି ବ୍ୟକ୍ତିଗତ ମୁଚାଲିକାରେ ଥାନାରୁ ଜାମିନ ଦେଇଛି। ଏହାସହ ଦୁଇଟି ହ୍ବାଟ୍ସଆପ ଗ୍ରୁପ ଆଡ୍‌ମିନଙ୍କୁ ନୋଟିସ କରାଯାଇଛି। ଆଗକୁ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶନିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବାତୁଳା ଗଙ୍ଗାଧର ସୂଚନା ଦେଇଛନ୍ତି ା
ସେ ଆହୁରି କହିଛନ୍ତି, ଜନସାଧାରଣଙ୍କ ସୁବିଧା ପାଇଁ ମୋବାଇଲ ନେଟ୍‌ସେବା ଦିଆଯାଇଥିଲା। ସାମାଜିକ ଗଣମାଧ୍ୟମ ଫେସ୍‌ବୁକ, ହ୍ବାଟ୍ସଆପ, ଟୁଇଟର, ଇନ୍‌ଷ୍ଟାଗ୍ରାମ, ସ୍ନାପ୍‌ଚାର୍ଟ ଭଳି ପ୍ଲାଟଫର୍ମରେ ହିଂସା ସମ୍ବନ୍ଧୀୟ ପ୍ରଚାର ଉପରେ ରୋକ ଲଗାଯାଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଟୋଲ ଫ୍ରି ନମ୍ବର ସହ ପୋଲିସ ଅଧିକାରୀଙ୍କ ନମ୍ବର ସର୍ବସାଧାରଣ କରାଯାଇଛି। ଏହା ସତ୍ତ୍ୱେ ସାମାଜିକ ଗଣମାଧ୍ୟମରେ ଅପପ୍ରଚାର ନେଇ ଦୁଇଟି ଗ୍ରୁପ ଆଡମିନଙ୍କ ସହ ୧୬ଜଣଙ୍କୁ ଥାନାକୁ ଆଣି ବ୍ୟକ୍ତିଗତ ଜମାନତରେ ଛାଡି ଦିଆଯାଇଛି। ଏଭଳି ଅପପ୍ରଚାର କଲେ ଆଗକୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପୋଲିସ ସବୁ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଉପରେ ନଜର ରଖିଛି ା ଏପ୍ରିଲ ୧୪ ତାରିଖ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ଘଟଣାରେ ପୋଲିସ ଏପର୍ଯ୍ୟନ୍ତ ୫୬ଜଣଙ୍କୁ ଗିରଫ କରିଛି। ସେହିପରି ଚନ୍ଦ୍ରଶେଖର ହତ୍ୟା ଘଟଣାରେ ୮ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଅନ୍ୟପଟେ ଏପ୍ରିଲ ୧୨ ତାରିଖ ବାଇକ୍‌ ଶୋଭାଯାତ୍ରା ସମୟରେ ଘଟିଥିବା ଘଟଣାରେ ପୋଲିସ ୩୮ଜଣଙ୍କୁ ଗିରଫ କରିଛି। ଏହିପରି ମୋଟ ଗିରଫ ସଂଖ୍ୟା ୧୦୨ରେ ପହଞ୍ଚତ୍ଛି। ଏବେ ସ୍ଥିତି ନିୟନ୍ତ୍ରଣରେ ରହିଛି। ବର୍ତ୍ତମାନ ଟାଉନ ଥାନା ଓ ଧନୁପାଲି ଥାନା ଅଞ୍ଚଳରେ ରାତ୍ର କର୍ଫ୍ୟୁ ବଳବତ୍ତର ରହିଛି। ଏହାକୁ ମଧ୍ୟ ଉଠାଇ ଦିଆଯାଇପାରେ ବୋଲି ଏସ୍‌ପି ଗଙ୍ଗାଧର କହିଥିଲେ। ସୂଚନାଯୋଗ୍ୟ, ହିଂସା ଘଟଣା ପରେ ସମ୍ବଲପୁର ଜିଲାରେ ନେଟ୍‌ସେବା ବନ୍ଦ କରାଯିବା ସହ କ୍ଷେତରାଜପୁର, ସଦର, ଧନୁପାଲି, ଅଇଁଠାପାଲି, ଟାଉନ ଥାନା, ବରେଇପାଲି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ କରାଯାଇଥିଲା। ପର୍ଯ୍ୟାୟକ୍ରମେ ୪ଟି ଥାନା ଅଞ୍ଚଳରୁ କର୍ଫ୍ୟୁ ହଠାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri