୨୦୨୧ ଶେଷ ସୁଦ୍ଧା ପୃଥିବୀରେ ଶତାୟୁଙ୍କ ସଂଖ୍ୟା ୬ ଲକ୍ଷ ଛୁଇଁବ

ଜେନେଭା,୨।୩: ସ୍ବାସ୍ଥ୍ୟ ସେବା ଓ ଚିକିତ୍ସା ବିଜ୍ଞାନର ବିକାଶ ଯୋଗୁ ଏବେ ପୃଥିବୀରେ ଶତାୟୁଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଫଳରେ ୧୦୦ ଅବା ୧୦୦ରୁ ଅଧିକ ବର୍ଷ ଜୀବିତ ରହିବା ସହଜ ହୋଇପାରୁଛି। ବିକଶିତ ଏବଂ ବିକାଶଶୀଳ ଦେଶରେ ଶତାୟୁଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ଅନୁସାରେ ଚଳିତ ୨୦୨୧ ବର୍ଷ ଶେଷସୁଦ୍ଧା ପୃଥିବୀରେ ଶତାୟୁଙ୍କ ସଂଖ୍ୟା ୬ ଲକ୍ଷ ଛୁଇଁବ। ଏବେ ପୃଥିବୀରେ ୫ ଲକ୍ଷ ୭୩ ହଜାର ୪୨୩ ଜଣ ଶତାୟୁ ରହିଛନ୍ତି। ସେଥିମଧ୍ୟରୁ ଆମେରିକାରେ ଶତାୟୁଙ୍କ ସଂଖ୍ୟା ସର୍ବାଧିକ ଅର୍ଥାତ୍‌ ୯୭ ହଜାର ରହିଛି। ଆମେରିକା ତଳକୁ ଏହି ତାଲିକାରେ ଜାପାନ ଦ୍ୱିତୀୟ ସ୍ଥାନରେ ଅଛି। ଜାପାନରେ ଶତାୟୁଙ୍କ ସଂଖ୍ୟା ୭୯ ହଜାରରେ ପହଞ୍ଚିଛି। ୧୯୫୦ରେ ପୃଥିବୀରେ ୩୩ ହଜାର ୮୯୯ ଜଣ ଶତାୟୁ ଥିଲେ। ୧୯୬୨ ବେଳକୁ ଶତାୟୁଙ୍କ ସଂଖ୍ୟା କମି ୨୦ ହଜାର ୧୧୯ରେ ପହଞ୍ଚିଥିଲା। ପରବର୍ତ୍ତୀ ସମୟରେ ଚିକିତ୍ସା ବିଜ୍ଞାନରେ ବିକାଶ ଯୋଗୁ ଏହି ସଂଖ୍ୟା ବଢ଼ିବାରେ ଲାଗିଥିଲା। ୧୯୯୦ରୁ ୨୦୧୫ ମଧ୍ୟରେ ଶତାୟୁଙ୍କ ସଂଖ୍ୟା ୪ ଗୁଣା ବୃଦ୍ଧି ପାଇଥିଲା। ୧୯୯୦ରେ ଏହି ସଂଖ୍ୟା ୯୫ ହଜାର ଥିବାବେଳେ ୨୦୧୫ରେ ଏହା ୪ ଲକ୍ଷ ୫୧ ହଜାର ଛୁଇଁଥିଲା। ୨୦୫୦ ବେଳକୁ ପୃଥିବୀରେ ଶତାୟୁଙ୍କ ସଂଖ୍ୟା ୩୬ ଲକ୍ଷ ୭୬ ହଜାରରେ ପହଞ୍ଚିବ। ସେତେବେଳେ ଚାଇନାରେ ସର୍ବାଧିକ ଶତାୟୁ ରହିବେ। ଶତାୟୁ ବାସ କରୁଥିବା ପୃଥିବୀର ୫ ଶୀର୍ଷ ଦେଶରେ ଚାଇନା, ଜାପାନ, ଆମେରିକା, ଇଟାଲୀ ଏବଂ ଭାରତ ରହିବେ। ଭାରତ ତାଲିକାର ୫ମ ସ୍ଥାନରେ ରହିବ। ଚାଇନାରେ ଶତାୟୁଙ୍କ ସଂଖ୍ୟା ୬ ଲକ୍ଷ ୨୦ ହଜାରରେ ପହଞ୍ଚିବ। ଅପରପକ୍ଷରେ ଭାରତରେ ୨ ଲକ୍ଷ ୭ ହଜାର ଶତାୟୁ ବାସ କରୁଥିବେ ବୋଲି ଜାତିସଂଘ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୧୫ରେ ଭାରତରେ ଶତାୟୁଙ୍କ ସଂଖ୍ୟା ୨୭ ହଜାରରେ ପହଞ୍ଚିଥିଲା। ମାତ୍ର ଏହି ସଂଖ୍ୟା ଏବେ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?