ଅଗଷ୍ଟ ଶେଷ ସୁଦ୍ଧା ପଦୋନ୍ନତି ପାଇବେ ୫୬ ହଜାର ଶିକ୍ଷକ

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନସ୍ଥ ସମସ୍ତ ବ୍ୟବସ୍ଥାକୁ ଚଳଚଞ୍ଚଳ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବାକୁ ପଦକ୍ଷେପ ନିଆଯାଇଥିବା ବିଭାଗୀୟ ସଚିବ ସତ୍ୟବ୍ରତ ସାହୁ ପ୍ରକାଶ କରିଛନ୍ତି। ଏହାସହ ଚଳିତମାସ ଶେଷସୁଦ୍ଧା ରାଜ୍ୟର ୫୬ହଜାର ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିବ। ଅନ୍ୟପଟେ ରାଜ୍ୟର ପ୍ରତ୍ୟେକ ଜିଲାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜଣେ ଲେଖାଏ ବରିଷ୍ଠ ଅଧିକାରୀଙ୍କୁ ନୋଡାଲ୍‌ ଅଫିସର ଭାବେ ନିୟୋଜିତ କରାଯାଇଛି। ଏଥିରେ ଯୁଗ୍ମ ନିର୍ଦ୍ଦେଶକ ଏବଂ ଅତିରିକ୍ତ ନିର୍ଦ୍ଦେଶକମାନେ ଜିଲାର ବିଭିନ୍ନ କାର୍ଯ୍ୟକ୍ରମକୁ ତଦାରଖ କରିବେ। ପ୍ରତ୍ୟେକ ସୋମବାର ବିଭାଗର ପ୍ରମୁଖ ଶାସନ ସଚିବ ବରିଷ୍ଠ ଅଧିକାରୀଙ୍କ ସହିତ ବିଭାଗର ସମସ୍ୟା ସମ୍ପର୍କରେ ବୁଝିବେ। ସୋମବାର ଏନେଇ ସଚିବ ସାହୁ ବିଭାଗର ସମସ୍ତ ନିର୍ଦ୍ଦେଶକ, ଅତିରିକ୍ତ ଯଗ୍ମ ଶାସନ ସଚିବଙ୍କ ସହିତ ବିଭାଗୀୟ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ବିଭିନ୍ନ ପଦୋନ୍ନତି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଛି। ଏହାସହ ଖାଲିଥିବା ପଦବୀଗୁଡ଼ିକୁ ପଦୋନ୍ନତି ଦିଆଯାଇ ଖୁବ୍‌ଶୀଘ୍ର ପୂରଣ କରିବା ପାଇଁ ଚିଠା ପ୍ରସ୍ତୁତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri