ବର୍ଷ ଶେଷ ସୁଦ୍ଧା ୧,୦୬,୦୯୫ ହୋଇଛନ୍ତି ଉପକୃତ

ବ୍ରହ୍ମପୁର ଅଫିସ,୧୫।୩: ବ୍ରହ୍ମପୁର ମହାନଗର ନିଗମ(ବିଇଏମ୍‌ସି) ପକ୍ଷରୁ ମଙ୍ଗଳବାର ବିଇଏମ୍‌ସି ନୂତନ ସମ୍ମିଳନୀ କକ୍ଷରେ ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ (ଏନୟୁଏଚ୍‌ଏମ୍‌) ଦ୍ୱାରା ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମେୟର ସଂଘମିତ୍ରା ଦଳେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ସମ୍ପର୍କରେ ଜାଣିବା ସହ ଏହାଦ୍ୱାରା ସମ୍ପାଦିତ ସମସ୍ତ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ଆସନ୍ତା ଦିନରେ ଲାଞ୍ଜିପଲୀଠାରେ ଏକ ନୂତନ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ମେୟର ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡେପୁଟି ମେୟର ଇ. ବିବେକ ରେଡ୍ଡୀ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ.ଉମା ଶଙ୍କର ମିଶ୍ର, ଡେପୁଟି କମିଶନର ବିନୋଦ କୁମାର ବେହେରା, ଆଶୀର୍ବାଦ ପରିଡା, ନଗର ଚିକିତ୍ସାଳୟ ଜିଲା ଚିକିତ୍ସାଧିକାରୀ ଡ.ବିଶ୍ୱମ୍ବର ବେହେରା, ଅତିରିକ୍ତ ଜିଲା ସହରାଞ୍ଚଳ ଜନସ୍ବାସ୍ଥ୍ୟ ଅଧିକାରୀ ଡ.ମନୋଜ କୁମାର ପଣ୍ଡା, ସହରାଞ୍ଚଳ ଜନସ୍ବାସ୍ଥ୍ୟ ଅଧିକାରୀ ଡ.ମାନସ ରଞ୍ଜନ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ।
ବ୍ରହ୍ମପୁରରେ ସହରାଞ୍ଚଳ ସ୍ବାସ୍ଥ୍ୟ କେନ୍ଦ୍ର ସମ୍ପର୍କରେ ସବିଶେଷ ତଥ୍ୟ ଏନ୍‌ୟୁଏଚ୍‌ଏମ୍‌ ପକ୍ଷରୁ ଉପସ୍ଥାପନ କରାଯାଇଥିଲା। ଏନ୍‌ୟୁଏଚ୍‌ଏମ୍‌ ପକ୍ଷରୁ କୁହାଯାଇଛି, ସହରରେ ଜାତୀୟ ଗୁଣାତ୍ମକମାନ ନିର୍ଦ୍ଧାରଣ ପ୍ରମାଣ ପତ୍ର ପ୍ରାପ୍ତ ୭ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ର ଥିବା ବେଳେ ଅନ୍ତର୍ଜାତୀୟ ମାନ ନିର୍ଦ୍ଧାରଣ ପ୍ରମାଣପତ୍ର ପ୍ରାପ୍ତ ୮ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ମଧ୍ୟ ରହିଛି। ବର୍ଷ ଶେଷ ସୁଦ୍ଧା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଦ୍ୱାରା ବହିଃ ବିଭାଗରେ ପ୍ରାୟ ୯୦ ରୋଗୀଙ୍କ ଚିକିତ୍ସା ସୁବିଧା, ଆମ କ୍ଲିନିକ ମାଧ୍ୟମରେ ୧୦ ବିଶେଷଜ୍ଞଙ୍କ ସେବା ଉପଲବ୍ଧ ଥିବା ବେଳେ ୨୦୧୮-୧୯ରେ ୩୬,୦୩୫ ଓ ୨୦୨୨-୨୩ ଡିସେମ୍ବର ସୁଦ୍ଧା ୧ଲକ୍ଷ ୬ ହଜାର ୯୫ ଜଣ ଉପକୃତ ହୋଇଛନ୍ତି। ଏଥିସହ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ଶିବିରରେ ଦୈନିକ ୫୦ ରୋଗୀଙ୍କ ଚିକିତ୍ସା ଓ ଶିଶୁ ଏବଂ ଗର୍ଭବତୀମାନଙ୍କର ଟୀକାକରଣ କାର୍ଯ୍ୟକ୍ରମ ଶତ ପ୍ରତିଶତ କାର୍ଯ୍ୟକ୍ଷମ ହୋଇଥିବା ସୂଚନା ମିଳିଛି। ଏଥିସହ ବୈକୁଣ୍ଠନଗର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କାୟାକଳ୍ପ ପୁରସ୍କାର ପାଇଛି। ତତ୍‌ସହିତ ସହରରେ ୬ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପ୍ରତିଷ୍ଠିତ ଏବଂ କାର୍ଯ୍ୟକ୍ଷମ ରହିଛି। ଏହି ଶିବିରକୁ ଏନ୍‌ୟୁଏଚ୍‌ଏମ୍‌ ସହରାଞ୍ଚଳ କାର୍ଯ୍ୟ ପରିଚାଳକ ଲମ୍ବୋଦର ଦିଗାଲ ଓ ସହକାର୍ଯ୍ୟ ପରିଚାଳକ ମଳୟ କୁମାର ବିଶ୍ୱାଳ ପରିଚାଳନାରେ ସହଯୋଗ କରିଥିଲେ। ଶିବିରରେ ବହୁ କର୍ପୋରେଟରଙ୍କ ସମେତ ସ୍ବାସ୍ଥ୍ୟ କର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?