ବର୍ଷ ଶେଷ ସୁଦ୍ଧା ୧,୦୬,୦୯୫ ହୋଇଛନ୍ତି ଉପକୃତ

ବ୍ରହ୍ମପୁର ଅଫିସ,୧୫।୩: ବ୍ରହ୍ମପୁର ମହାନଗର ନିଗମ(ବିଇଏମ୍‌ସି) ପକ୍ଷରୁ ମଙ୍ଗଳବାର ବିଇଏମ୍‌ସି ନୂତନ ସମ୍ମିଳନୀ କକ୍ଷରେ ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ (ଏନୟୁଏଚ୍‌ଏମ୍‌) ଦ୍ୱାରା ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମେୟର ସଂଘମିତ୍ରା ଦଳେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ସମ୍ପର୍କରେ ଜାଣିବା ସହ ଏହାଦ୍ୱାରା ସମ୍ପାଦିତ ସମସ୍ତ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ଆସନ୍ତା ଦିନରେ ଲାଞ୍ଜିପଲୀଠାରେ ଏକ ନୂତନ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ମେୟର ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡେପୁଟି ମେୟର ଇ. ବିବେକ ରେଡ୍ଡୀ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ.ଉମା ଶଙ୍କର ମିଶ୍ର, ଡେପୁଟି କମିଶନର ବିନୋଦ କୁମାର ବେହେରା, ଆଶୀର୍ବାଦ ପରିଡା, ନଗର ଚିକିତ୍ସାଳୟ ଜିଲା ଚିକିତ୍ସାଧିକାରୀ ଡ.ବିଶ୍ୱମ୍ବର ବେହେରା, ଅତିରିକ୍ତ ଜିଲା ସହରାଞ୍ଚଳ ଜନସ୍ବାସ୍ଥ୍ୟ ଅଧିକାରୀ ଡ.ମନୋଜ କୁମାର ପଣ୍ଡା, ସହରାଞ୍ଚଳ ଜନସ୍ବାସ୍ଥ୍ୟ ଅଧିକାରୀ ଡ.ମାନସ ରଞ୍ଜନ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ।
ବ୍ରହ୍ମପୁରରେ ସହରାଞ୍ଚଳ ସ୍ବାସ୍ଥ୍ୟ କେନ୍ଦ୍ର ସମ୍ପର୍କରେ ସବିଶେଷ ତଥ୍ୟ ଏନ୍‌ୟୁଏଚ୍‌ଏମ୍‌ ପକ୍ଷରୁ ଉପସ୍ଥାପନ କରାଯାଇଥିଲା। ଏନ୍‌ୟୁଏଚ୍‌ଏମ୍‌ ପକ୍ଷରୁ କୁହାଯାଇଛି, ସହରରେ ଜାତୀୟ ଗୁଣାତ୍ମକମାନ ନିର୍ଦ୍ଧାରଣ ପ୍ରମାଣ ପତ୍ର ପ୍ରାପ୍ତ ୭ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ର ଥିବା ବେଳେ ଅନ୍ତର୍ଜାତୀୟ ମାନ ନିର୍ଦ୍ଧାରଣ ପ୍ରମାଣପତ୍ର ପ୍ରାପ୍ତ ୮ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ମଧ୍ୟ ରହିଛି। ବର୍ଷ ଶେଷ ସୁଦ୍ଧା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଦ୍ୱାରା ବହିଃ ବିଭାଗରେ ପ୍ରାୟ ୯୦ ରୋଗୀଙ୍କ ଚିକିତ୍ସା ସୁବିଧା, ଆମ କ୍ଲିନିକ ମାଧ୍ୟମରେ ୧୦ ବିଶେଷଜ୍ଞଙ୍କ ସେବା ଉପଲବ୍ଧ ଥିବା ବେଳେ ୨୦୧୮-୧୯ରେ ୩୬,୦୩୫ ଓ ୨୦୨୨-୨୩ ଡିସେମ୍ବର ସୁଦ୍ଧା ୧ଲକ୍ଷ ୬ ହଜାର ୯୫ ଜଣ ଉପକୃତ ହୋଇଛନ୍ତି। ଏଥିସହ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ଶିବିରରେ ଦୈନିକ ୫୦ ରୋଗୀଙ୍କ ଚିକିତ୍ସା ଓ ଶିଶୁ ଏବଂ ଗର୍ଭବତୀମାନଙ୍କର ଟୀକାକରଣ କାର୍ଯ୍ୟକ୍ରମ ଶତ ପ୍ରତିଶତ କାର୍ଯ୍ୟକ୍ଷମ ହୋଇଥିବା ସୂଚନା ମିଳିଛି। ଏଥିସହ ବୈକୁଣ୍ଠନଗର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କାୟାକଳ୍ପ ପୁରସ୍କାର ପାଇଛି। ତତ୍‌ସହିତ ସହରରେ ୬ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପ୍ରତିଷ୍ଠିତ ଏବଂ କାର୍ଯ୍ୟକ୍ଷମ ରହିଛି। ଏହି ଶିବିରକୁ ଏନ୍‌ୟୁଏଚ୍‌ଏମ୍‌ ସହରାଞ୍ଚଳ କାର୍ଯ୍ୟ ପରିଚାଳକ ଲମ୍ବୋଦର ଦିଗାଲ ଓ ସହକାର୍ଯ୍ୟ ପରିଚାଳକ ମଳୟ କୁମାର ବିଶ୍ୱାଳ ପରିଚାଳନାରେ ସହଯୋଗ କରିଥିଲେ। ଶିବିରରେ ବହୁ କର୍ପୋରେଟରଙ୍କ ସମେତ ସ୍ବାସ୍ଥ୍ୟ କର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri