ଚଳିତ ବର୍ଷ ଶେଷ ସୁଦ୍ଧା ସମସ୍ତ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଟିକା: ସୁପ୍ରିମ୍‌କୋର୍ଟଙ୍କୁ କହିଲେ କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୩୧।୫: କରୋନା ସଂକ୍ରମଣକୁ ନେଇ ବିଭିନ୍ନ ମାମଲାର ବିଚାର ସୁପ୍ରିମ୍‌କୋର୍ଟରେ ଜାରି ରହିଛି। ଏକ ମାମଲାର ଶୁଣାଣି ସମୟରେ କେନ୍ଦ୍ର ସରକାର ପକ୍ଷରୁ ସୁପ୍ରିମ୍‌କୋର୍ଟଙ୍କ ସମ୍ମୁଖରେ କୁହାଯାଇଛି ଯେ, ଚଳିତ ୨୦୨୧ ବର୍ଷ ଶେଷ ସୁଦ୍ଧା ଦେଶର ସମସ୍ତ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଟିକାଦାନ କରାଯାଇ ସାରିଥିବ। ଜାନୁୟାରୀରୁ ବର୍ତ୍ତମାନ ସୁଦ୍ଧା ଦେଶର ୫ ପ୍ରତିଶତ ଲୋକଙ୍କୁ ଭାକ୍ସିନ୍‌ର ଉଭୟ ଡୋଜ୍‌ ମିଳିଥିବା କେନ୍ଦ୍ର ସରକାର କହିଛନ୍ତି। ତେବେ କେତେକ ବିଶେଷଜ୍ଞଙ୍କ ଅନୁସାରେ ଚଳିତ ବର୍ଷ ଶେଷସୁଦ୍ଧା ଦେଶର ୩୫ରୁ ୪୦ ପ୍ରତିଶତ ଜନସଂଖ୍ୟାଙ୍କୁ ଟିକାଦାନ କରାଯାଇ ପାରିବ। ବିଦେଶରୁ ଟିକା ଆମଦାନୀ ପାଇଁ କେତେକ ରାଜ୍ୟ ସରକାର ଗ୍ଲୋବାଲ ଟେଣ୍ଡର ଘୋଷଣା କରିଛନ୍ତି। ଏହା କେନ୍ଦ୍ର ସରକାରଙ୍କ ନୀତି ଅନ୍ତର୍ଗତ କି ବୋଲି ସର୍ବୋଚ୍ଚ ନ୍ୟାୟାଳୟ ପ୍ରଶ୍ନ କରିଛନ୍ତି। ଏହାର ଉତ୍ତରରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ଫାଇଜର କମ୍ପାନୀ ସହିତ ଭାରତ ସରକାର ଆଲୋଚନା କରୁଛନ୍ତି। ଆଳୋଚନା ସଫଳ ହେଲେ ଚଳିତ ବର୍ଷ ଶେଷସୁଦ୍ଧା ଟିକାକରଣ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିବ। କୋଓ୍ବିନ୍‌ ଆପ୍‌ ଦ୍ୱାରା ପଞ୍ଜିକରଣ କରାଯିବା ଯୋଗୁ ଗ୍ରାମାଞ୍ଚଳରେ ସମସ୍ୟା ଉପୁଜୁଥିବା ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏନେଇ ନିଜର ନୀତିରେ କେନ୍ଦ୍ର ସରକାର ପରିବର୍ତ୍ତନ ଆଣିବା ଉପରେ କୋର୍ଟ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri