ଚଳିତ ବର୍ଷ ଶେଷ ସୁଦ୍ଧା ସମସ୍ତ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଟିକା: ସୁପ୍ରିମ୍‌କୋର୍ଟଙ୍କୁ କହିଲେ କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୩୧।୫: କରୋନା ସଂକ୍ରମଣକୁ ନେଇ ବିଭିନ୍ନ ମାମଲାର ବିଚାର ସୁପ୍ରିମ୍‌କୋର୍ଟରେ ଜାରି ରହିଛି। ଏକ ମାମଲାର ଶୁଣାଣି ସମୟରେ କେନ୍ଦ୍ର ସରକାର ପକ୍ଷରୁ ସୁପ୍ରିମ୍‌କୋର୍ଟଙ୍କ ସମ୍ମୁଖରେ କୁହାଯାଇଛି ଯେ, ଚଳିତ ୨୦୨୧ ବର୍ଷ ଶେଷ ସୁଦ୍ଧା ଦେଶର ସମସ୍ତ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଟିକାଦାନ କରାଯାଇ ସାରିଥିବ। ଜାନୁୟାରୀରୁ ବର୍ତ୍ତମାନ ସୁଦ୍ଧା ଦେଶର ୫ ପ୍ରତିଶତ ଲୋକଙ୍କୁ ଭାକ୍ସିନ୍‌ର ଉଭୟ ଡୋଜ୍‌ ମିଳିଥିବା କେନ୍ଦ୍ର ସରକାର କହିଛନ୍ତି। ତେବେ କେତେକ ବିଶେଷଜ୍ଞଙ୍କ ଅନୁସାରେ ଚଳିତ ବର୍ଷ ଶେଷସୁଦ୍ଧା ଦେଶର ୩୫ରୁ ୪୦ ପ୍ରତିଶତ ଜନସଂଖ୍ୟାଙ୍କୁ ଟିକାଦାନ କରାଯାଇ ପାରିବ। ବିଦେଶରୁ ଟିକା ଆମଦାନୀ ପାଇଁ କେତେକ ରାଜ୍ୟ ସରକାର ଗ୍ଲୋବାଲ ଟେଣ୍ଡର ଘୋଷଣା କରିଛନ୍ତି। ଏହା କେନ୍ଦ୍ର ସରକାରଙ୍କ ନୀତି ଅନ୍ତର୍ଗତ କି ବୋଲି ସର୍ବୋଚ୍ଚ ନ୍ୟାୟାଳୟ ପ୍ରଶ୍ନ କରିଛନ୍ତି। ଏହାର ଉତ୍ତରରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ଫାଇଜର କମ୍ପାନୀ ସହିତ ଭାରତ ସରକାର ଆଲୋଚନା କରୁଛନ୍ତି। ଆଳୋଚନା ସଫଳ ହେଲେ ଚଳିତ ବର୍ଷ ଶେଷସୁଦ୍ଧା ଟିକାକରଣ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିବ। କୋଓ୍ବିନ୍‌ ଆପ୍‌ ଦ୍ୱାରା ପଞ୍ଜିକରଣ କରାଯିବା ଯୋଗୁ ଗ୍ରାମାଞ୍ଚଳରେ ସମସ୍ୟା ଉପୁଜୁଥିବା ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏନେଇ ନିଜର ନୀତିରେ କେନ୍ଦ୍ର ସରକାର ପରିବର୍ତ୍ତନ ଆଣିବା ଉପରେ କୋର୍ଟ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?