ଫୁସ୍‌ଫୁସ୍‌ରେ ପହଞ୍ଚିଲା ବେଳକୁ ଓମିକ୍ରନ୍‌ ଦୁର୍ବଳ

ଭୁବନେଶ୍ୱର, ୧୮।୧(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଅଧିକ ସଂକ୍ରାମକ। କିନ୍ତୁ ଫୁସ୍‌ଫୁସ୍‌ରେ ପହଞ୍ଚତ୍ଲା ବେଳକୁ ଏହି ଭୂତାଣୁ ଦୁର୍ବଳ ହୋଇଯାଉଛି। ଫଳରେ ଏହା ସାଧାରଣ ମଣିଷର କିଛି କ୍ଷତି କରିପାରୁନି। କିନ୍ତୁ ଯିଏ ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ, ସେମାନଙ୍କୁ ଓମିକ୍ରନ୍‌ କ୍ଷତି ଘଟାଇବ। ତେଣୁ ଏଥିପାଇଁ ଆମକୁ ସତର୍କ ରହିବା ଜରୁରୀ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ଡା. କ୍ଷୀରୋଦ ରାଉତ ପରାମର୍ଶ ଦେଇଛନ୍ତି। ସୋମବାର ରାଜ୍ୟ ସରକାରଙ୍କ
ପକ୍ଷରୁ ଆୟୋଜିତ କୋଭିଡ୍‌ ସଚେତନତା କାର୍ଯ୍ୟକ୍ରମରେ ଡା. ରାଉତ ଉପସ୍ଥିତ ରହି ଲୋକଙ୍କ ମନରେ ଓମିକ୍ରନ୍‌କୁ ନେଇ ରହିଥିବା ଦ୍ୱନ୍ଦ୍ୱକୁ ଏପରି ତଥ୍ୟଭିତ୍ତିକ ମତ ଦେଇ ଦୂର କରିଛନ୍ତି। ସେ କହିଛନ୍ତି ଯେ, ଡେଲ୍‌ଟା ତୁଳନାରେ ଓମିକ୍ରନ୍‌ରେ କ୍ଷତି ପରିମାଣ କମ୍‌ ହୋଇପାରେ। ଯେଉଁମାନେ ଟିକା ନେଉଛନ୍ତି, ତାଙ୍କ ଉପରେ ଓମିକ୍ରନ୍‌ ପ୍ରଭାବ କମ୍‌ ପଡୁଛି। ଓମିକ୍ରନ୍‌ ଭାରିଆଣ୍ଟ ଶୀଘ୍ର ବ୍ୟାପୁଥିବାରୁ ଶୀଘ୍ର ଦୁର୍ବଳ ହେଉଛି। ମାର୍ଚ୍ଚ ଶେଷ ବେଳକୁ ଓମିକ୍ରନ୍‌ ସଂକ୍ରମଣ ତଳମୁହଁା ହେବ ବୋଲି ଆଶା କରାଯାଉଛି। ଆହୁରି ମଧ୍ୟ ସେ କହିଛନ୍ତି, ଓମିକ୍ରନ୍‌ ହେଉଛି ଏକ କ୍ଷୁଦ୍ର ଭୂତାଣୁ, ଯାହା ବଡ଼ ଆକାରରେ ମାଡୁଛି। ଡେଲ୍‌ଟା ହେଉ କି ଗାମା, କୌଣସି ଭୂତାଣୁ ଏଯାଏ ଶେଷ ହୋଇନି। ଡେଲ୍‌ଟା ସ୍ଥାନ ଧୀରେ ଧୀରେ ଓମିକ୍ରନ ନେଉଛି। ଡେଲଟା ଭୟାବହତା ଆମେ ସମସ୍ତେ ଜାଣିଛୁ, ଡେଲ୍‌ଟା ଏବେ ବି ଅଛି ଏହାକୁ ଆମେ ଭୁଲିବା ନାହିଁ। ଓମିକ୍ରନ୍‌ ଯୋଗୁ ହର୍ଡ ଇମ୍ୟୁନିଟି ବଢୁଛି ବୋଲି ଲୋକେ କହୁଛନ୍ତି। କିନ୍ତୁ ତା’ବୋଲି ନୁହେଁ ଯେ ଆମେ ରୋଗକୁ ଆମନ୍ତ୍ରଣ କରିବା। ଆଉ ନିୟମ ନ ମାନି ବୁଲିବା। ଆମେ ଜାଣିନୁ ଆମକୁ ଡେଲ୍‌ଟା ହେଉଛି କି ଓମିକ୍ରନ। ତେଣୁ ଆମକୁ ପ୍ରିକଶନ ନେବାକୁ ହେବ। ଆଉ ରୋଗକୁ ରୋକିବାକୁ ହେବ ବୋଲି ଡା. ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri