Posted inଜାତୀୟ

ବିଧାନ ପରିଷଦର ୩ ଆସନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

ବେଙ୍ଗାଲୁରୁ, ୭।୬: କର୍ନାଟକ ବିଧାନ ପରିଷଦର ୩ଟି ଆସନ ପାଇଁ ନିର୍ବାଚନ ଆୟୋଗ ମଙ୍ଗଳବାର ତାରିଖ ଘୋଷଣା କରିଛନ୍ତି। ଏହି ଆସନଗୁଡିକ ପାଇଁ ଜୁନ ୩୦ରେ ମତଦାନ ଅନୁଷ୍ଠିତ ହେବ ଏବଂ ଫଳାଫଳ ସେହି ଦିନ ବାହାରିବ।

ଜୁନ ମାସରେ ବିଧାନ ପରିଷଦର ୩ ଜଣ ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ସାବାଡି ଲକ୍ଷ୍ମଣ ଓ ବାବୁରାଓ ସିଙ୍କ କାର୍ଯ୍ୟକାଳ ଯଥାକ୍ରମେ ଜୁନ ୧୪ ଏବଂ ଜୁନ ୧୭ରେ ଶେଷ ହେବ। ଉଭୟ ନିକଟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନରେ ମଧ୍ୟ ଜିତିଥିଲେ। ସେହିପରି ଆର ଶଙ୍କରଙ୍କ କାର୍ଯ୍ୟକାଳ ଜୁନ ୩୦ରେ ଶେଷ ହେବାକୁ ଯାଉଛି। ଏହି ୩ ଆସନ ଖାଲି ପଡିବାକୁ ଯାଉଥିବାରୁ ନିର୍ବାଚନ ଆୟୋଗ ମତଦାନ ପାଇଁ ତାରିଖ ଘୋଷଣା କରିଛନ୍ତି।

ସୂଚନାନୁଯାୟୀ, ଜୁନ ୧୩ରେ ବିଜ୍ଞପ୍ତି ଜାରି କରାଯିବ। ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ଜୁନ ୨୦ ଥିବା ବେଳେ ନାମାଙ୍କନପତ୍ର ଗୁଡିକ ଜୁନ ୨୧ରେ ଯାଞ୍ଚ ହେବ। ସେହିପରି ନାମାଙ୍କନପତ୍ର ପ୍ରତ୍ୟାହାର ପାଇଁ ଶେଷ ତାରିଖ ଜୁନ ୨୩ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri