Posted inଜାତୀୟ

୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ

ନୂଆଦିଲ୍ଲୀ, ୧୨।୯: ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି। ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ମଧ୍ୟ ଉପସ୍ଥିତ । ଉପରାଷ୍ଟ୍ରପତିଙ୍କ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଉପସ୍ଥିତ ଅଛନ୍ତି।

ସୂଚନାଥାଉକି, ଗତକାଲି ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ରାଧାକ୍ରିଷ୍ଣନ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଉପରାଷ୍ଟ୍ରପତି ର୍ନିବାଚନରେ NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ୪୫୨ ଭୋଟ ପାଇଛନ୍ତି। ଏହି ବିଜୟ ସହିତ, ରାଧାକୃଷ୍ଣନ ଦେଶର ଉପରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ।

ନୂଆଦିଲ୍ଲୀର ନୂତନ ସଂସଦ ଭବନରେ ମଙ୍ଗଳବାର ସକାଳ ୧୦ରୁ ସାଢ଼େ ୫ଟା ପର୍ଯ୍ୟନ୍ତ ନୂତନ ଉପରାଷ୍ଟ୍ରପତି ପାଇଁ ଭୋଟିଂ କରାଯାଇଥିଲା। ଏହା ପରେ, ଭୋଟ ଗଣନା କରାଯାଇଥିଲା, ଯେଉଁଥିରେ ରାଧାକ୍ରିଷ୍ଣନ ବିଜୟୀ ହୋଇଥିଲେ। ଭାରତର ଉପରାଷ୍ଟ୍ରପତି ପଦ ପାଇଁ NDA ପ୍ରାର୍ଥୀ ରାଧାକ୍ରିଷ୍ଣନ ଏବଂ ଇଣ୍ଡିଆ ବ୍ଲକ ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ସୁଦର୍ଶନ ରେଡ୍ଡୀ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri