Posted inଜାତୀୟ

୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ

ନୂଆଦିଲ୍ଲୀ, ୧୨।୯: ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି। ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ମଧ୍ୟ ଉପସ୍ଥିତ । ଉପରାଷ୍ଟ୍ରପତିଙ୍କ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଉପସ୍ଥିତ ଅଛନ୍ତି।

ସୂଚନାଥାଉକି, ଗତକାଲି ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ରାଧାକ୍ରିଷ୍ଣନ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଉପରାଷ୍ଟ୍ରପତି ର୍ନିବାଚନରେ NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ୪୫୨ ଭୋଟ ପାଇଛନ୍ତି। ଏହି ବିଜୟ ସହିତ, ରାଧାକୃଷ୍ଣନ ଦେଶର ଉପରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ।

ନୂଆଦିଲ୍ଲୀର ନୂତନ ସଂସଦ ଭବନରେ ମଙ୍ଗଳବାର ସକାଳ ୧୦ରୁ ସାଢ଼େ ୫ଟା ପର୍ଯ୍ୟନ୍ତ ନୂତନ ଉପରାଷ୍ଟ୍ରପତି ପାଇଁ ଭୋଟିଂ କରାଯାଇଥିଲା। ଏହା ପରେ, ଭୋଟ ଗଣନା କରାଯାଇଥିଲା, ଯେଉଁଥିରେ ରାଧାକ୍ରିଷ୍ଣନ ବିଜୟୀ ହୋଇଥିଲେ। ଭାରତର ଉପରାଷ୍ଟ୍ରପତି ପଦ ପାଇଁ NDA ପ୍ରାର୍ଥୀ ରାଧାକ୍ରିଷ୍ଣନ ଏବଂ ଇଣ୍ଡିଆ ବ୍ଲକ ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ସୁଦର୍ଶନ ରେଡ୍ଡୀ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri