ଘରୋଇ ହସ୍ପିଟାଲରେ ହେବ ସି-ସେକ୍ସନ ଅଡିଟ୍‌

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରେ ସିଜରିିଆନ ପ୍ରସବ (ଡେଲିଭରି) ଚିନ୍ତାଜନକ ସ୍ଥିତିକୁ ଗଲାଣି। ସ୍ବାଭାବିକ ପ୍ରସବଠାରୁ ସିଜରିଆନ ଡେଲିଭରି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଉଦ୍‌ବେଗ ପ୍ରକାଶ କରିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଘରୋଇ ହସ୍ପିଟାଲରେ ପ୍ରସବଜନିତ ସିଜରିଆନ(ସି-ସେକ୍ସନ) ଅଡିଟ୍‌ କରିବାକୁ ନିଷ୍ପତ୍ତି ହୋଇଛି। ଏନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ ପକ୍ଷରୁ ସମସ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ ସହରାଞ୍ଚଳର ଜନସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ମେ’ ୧ରୁ ଏହି ଅଡିଟ୍‌ ଆରମ୍ଭ କରିବାକୁ କୁହାଯାଇଛି।
ପୂର୍ବରୁ ସମସ୍ତ ସରକାରୀ ହସ୍ପିଟାଲ ପାଇଁ ଏହି ଅଡିଟ୍‌ ବ୍ୟବସ୍ଥା ଲାଗୁ କରାଯାଇଛି। ଏବେ ଏହି ଅଡିଟ୍‌ ଘରୋଇ ହସ୍ପିଟାଲକୁ ସମ୍ପ୍ରସାରିତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଅସ୍ତ୍ରୋପଚାରଜନିତ ପ୍ରସବ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧିପାଉଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ(ଏନ୍‌ଏଫ୍‌ଏମ୍‌ଏସ୍‌-୪) ଅନୁଯାୟୀ ୨୦୧୫-୧୬ ଓ ଏନ୍‌ଏଫ୍‌ଏମ୍‌ଏସ୍‌-୫ ଅନୁଯାୟୀ ୨୦୧୯-୨୧ ମଧ୍ୟରେ ଏହି ପ୍ରସବଜନିତ ଅସ୍ତ୍ରୋପଚାର ହାର ୫୩.୭%ରୁ ବୃଦ୍ଧି ପାଇ ୭୦.୭%ରେ ପହଞ୍ଚତ୍ଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗଠିତ ପ୍ରଜନନ ଶିଶୁ ସ୍ବାସ୍ଥ୍ୟ ପ୍ୟାନେଲ ଦ୍ୱାରା ଧାର୍ଯ୍ୟ ସ୍ତରଠାରୁ ଏହା ବହୁ ଅଧିକ। ଏଥିଯୋଗୁ ରାଜ୍ୟରେ ଏବେ ପ୍ରସବଜନିତ ଅସ୍ତ୍ରୋପଚାର ସମ୍ପର୍କରେ ଅଡିଟ୍‌ କରିବା ଅପରିହାର୍ଯ୍ୟ ହୋଇପଡିଛି। ଏହାକୁ ଦୃଷ୍ଟିରେ ରଖି ସରକାର ଏବେ ସମସ୍ତ ଘରୋଇ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ପ୍ରସବଜନିତ ଅସ୍ତ୍ରୋପଚାରର ଅଡିଟ୍‌ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ପ୍ରସଙ୍ଗରେ ୩ଟି ପର୍ଯ୍ୟାୟରେ ଅଡିଟ୍‌ କରାଯିବ। ପ୍ରଥମେ ନିର୍ଦ୍ଧାରିତ ଫର୍ମାଟରେ ଅଡିଟ୍‌ କରାଯିବ। ପରବର୍ତ୍ତୀ ସମୟରେ ଏହାକୁ ଫର୍ମାଟ-ବି’ରେ ସ୍ଥାନିତ କରାଯିବ। ଜନସ୍ବାସ୍ଥ୍ୟ ଅଧିକାରୀ ଓ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଠିକ୍‌ ଭାବେ ଅଡିଟ୍‌ କରିବା ପରେ ଫର୍ମାଟ-ସି’ରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶାଳୟକୁ ପଠାଇବେ। ଏ ସଂକ୍ରାନ୍ତରେ ସମସ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ ଜଣେ ପ୍ରୋଗ୍ରାମ ଅଫିସରଙ୍କୁ ଦାୟିତ୍ୱ ଦେବାକୁ କୁହାଯାଇଛି, ଯିଏକି ସମସ୍ତ ଘରୋଇ ସ୍ବାସ୍ଥ୍ୟ ସଂସ୍ଥା ସହ ସମନ୍ବୟ ରକ୍ଷା କରି ଏହି ଅଡିଟ୍‌ କିପରି ଠିକ୍‌ ଭାବେ କାର୍ଯ୍ୟ କରାଯିବ ସେ ସମ୍ପର୍କରେ ତଦାରଖ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?