Posted inଜାତୀୟ

ପଶ୍ଚିମବଙ୍ଗରେ ଶୀଘ୍ର ଲାଗୁ ହେବ ସିଏଏ: ଶୁଭେନ୍ଦୁ ଅଧିକାରୀ…

କୋଲକାତା,୧।୧୧ : ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ମଙ୍ଗଳବାର କହିଛନ୍ତି ଯେ ଦେଶରେ ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ଲାଗୁ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍‌ ଶୀଘ୍ର ପଶ୍ଚିମବଙ୍ଗରେ ମଧ୍ୟ ଏହା ଲାଗୁ କରାଯିବ।

ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ତାନରୁ ଆସୁଥିବା ଏବଂ ବର୍ତ୍ତମାନ ଗୁଜରାଟର ଦୁଇଟି ଜିଲାରେ ରହୁଥିବା ହିନ୍ଦୁ, ଶିଖ, ବୌଦ୍ଧ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନମାନଙ୍କୁ ନାଗରିକତା ଅଧିନିୟମ, ୧୯୫୫ ଅନୁଯାୟୀ କେନ୍ଦ୍ର ନାଗରିକତ୍ୱ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛି।

କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବିଜ୍ଞପ୍ତି ଅନୁଯାୟୀ ଗୁଜରାଟର ଆନନ୍ଦ ଏବଂ ମେହସାଣା ଜିଲାରେ ରହୁଥିବା ହିନ୍ଦୁ, ଶିଖ, ବୌଦ୍ଧ, କୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନଙ୍କୁ ଧାରା ୫ ଅନୁସାରେ ନାଗରିକତ୍ୱ ପ୍ରଦାନ ପାଇଁ ପଞ୍ଜିକରଣ କରିବାକୁ ଅନୁମତି ଦିଆଯିବ। ୧୯୫୫ର ଧାରା ୬ ଅନୁଯାୟୀ ଏବଂ ନାଗରିକତା ନିୟମ, ୨୦୦୯ ଅନୁଯାୟୀ ଦେଶୀକରଣ ପ୍ରମାଣପତ୍ର ଦିଆଯିବ। କେନ୍ଦ୍ରର ବିଜ୍ଞପ୍ତି ସହ ଜଡିତ ଏକ ପ୍ରଶ୍ନର ଉତ୍ତରରେ ଶୁଭେନ୍ଦୁ କହିଛନ୍ତି ଯେ ପାକିସ୍ଥାନ ପରି ପଡୋଶୀ ଦେଶରୁ କିଛି ସଂଖ୍ୟାଲଘୁ ଗୋଷ୍ଠୀଙ୍କୁ ନାଗରିକତ୍ୱ ପ୍ରଦାନ କାର୍ଯ୍ୟ ଗୁଜରାଟର ଦୁଇଟି ଜିଲାରେ କାର୍ଯ୍ୟକାରୀ ହୋଇସାରିଛି। ନନ୍ଦିଗ୍ରାମର ବିଧାୟକ ଶୁଭେନ୍ଦୁ କହିଛନ୍ତି, ପଶ୍ଚିମବଙ୍ଗକୁ ସିଏଏ କାର୍ଯ୍ୟକାରିତା ପ୍ରକ୍ରିୟାରୁ ବାଦ ଦିଆଯାଇପାରିବ ନାହିଁ। ମାତୁଆ ସମ୍ପ୍ରଦାୟର ସଦସ୍ୟ ଏବଂ ନାମସୁଦ୍ରଙ୍କ ପରି ଅନ୍ୟ ପଛୁଆ ଜାତିର ଲୋକମାନେ ଖୁବ ଶୀଘ୍ର ଏହାଦ୍ୱାରା ଲାଭ ପାଇବେ।

ଏହି ଅବସରରେ କେନ୍ଦ୍ର ପରିବହନ ରାଷ୍ଟ୍ର ମନ୍ତ୍ରୀ ଶାନ୍ତନୁ ଠାକୁର କହିଛନ୍ତି ଯେ ମୁଁ କେବଳ କହିପାରେ ଯେ ଯଦି ସିଏଏ କାର୍ଯ୍ୟକାରୀ ହୁଏ ତେବେ ଏହା ମାତୁଆ ସମ୍ପ୍ରଦାୟ ସମେତ ପଛୁଆ ଜାତିର ସଦସ୍ୟଙ୍କ ପାଇଁ ବହୁତ ସହାୟକ ହେବ। ବନଗାଓଁ ଲୋକସଭା ଆସନରୁ ଶାନ୍ତନୁ ଠାକୁର, ମାତୁଆ ସମ୍ପ୍ରଦାୟର ଏମ୍‌ପି ଭାବେ ନିର୍ବାଚିତ ହୋଇଛନ୍ତି।

ଉଲ୍ଲେଖନୀୟ ବିଷୟ ହେଉଛି, ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ଥାନରୁ ଆସୁଥିବା ହିନ୍ଦୁ, ଶିଖ, ବୌଦ୍ଧ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନମାନଙ୍କୁ ସିଏଏ ଅନ୍ତର୍ଗତ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯିବ। ଯେହେତୁ ଏହି ଅଧିନିୟମ ଅନୁଯାୟୀ ସରକାର ଏପର୍ଯ୍ୟନ୍ତ ନିୟମ ପ୍ରସ୍ତୁତ କରିନାହାଁନ୍ତି, ତେଣୁ ଏପର୍ଯ୍ୟନ୍ତ କାହାକୁ ନାଗରିକତ୍ୱ ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri