Posted inଜାତୀୟ

ସପ୍ତାହେ ମଧ୍ୟରେ ଦେଶରେ ଲାଗୁହେବ ସିଏଏ: କେନ୍ଦ୍ରମନ୍ତ୍ରୀଙ୍କ ସୂଚନା…

ନୂଆଦିଲ୍ଲୀ,୨୯।୧ : ନାଗରିକ ସଂଶୋଧନ ଅଧିନିୟମ (ସିଏଏ) ବିଷୟରେ କେନ୍ଦ୍ର ମନ୍ତ୍ରୀ ଶାନ୍ତନୁ ଠାକୁର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି ଏହି ଆଇନ ସାରା ଦେଶରେ କେବେ କାର୍ଯ୍ୟକାରୀ ହେବ। ଆସନ୍ତା ଏକ ସପ୍ତାହ ମଧ୍ୟରେ ଦେଶରେ ନାଗରିକ ସଂଶୋଧନ ଆଇନ କାର୍ଯ୍ୟକାରୀ ହେବ ବୋଲି କେନ୍ଦ୍ର ମନ୍ତ୍ରୀ ଦାବି କରିଛନ୍ତି। ମୁଁ ଗ୍ୟାରେଣ୍ଟି ଦେଉଛି ଆସନ୍ତା ୭ ଦିନ ମଧ୍ୟରେ କେବଳ ପଶ୍ଚିମବଙ୍ଗ ନୁହେଁ ସମଗ୍ର ଦେଶରେ ଏହା ଲାଗୁ ହେବ। ଦକ୍ଷିଣ ୨୪ ପରଗଣାର କାକଦ୍ୱୀପ ଠାରେ ଏକ ସାଧାରଣ ସଭାରେ ଶାନ୍ତନୁ ଠାକୁର ନିଜ ଅଭିଭାଷଣରେ ଏଭଳି କହିଛନ୍ତି।

ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନ ସମେତ ତିନି ପଡୋଶୀ ଦେଶରୁ ୬ଟି ସମ୍ପ୍ରଦାୟକୁ ଫାଷ୍ଟ ଟ୍ରାକ ନାଗରିକତା ପ୍ରଦାନ କରିବାକୁ ସିଏଏ ଆଇନ ଲକ୍ଷ୍ୟ ରଖିଛି। ଏହି ଆଇନକୁ ଅନୁମୋଦନ କରାଯାଇଛି କିନ୍ତୁ ଏହାକୁ କାର୍ଯ୍ୟକାରୀ କରିବାର ନିୟମ ଏପର୍ଯ୍ୟନ୍ତ ସୂଚିତ କରାଯାଇ ନାହିଁ । ତେବେ ଶାନ୍ତନୁଙ୍କ ଅନୁଯାୟୀ ଆସନ୍ତା ସପ୍ତାହରେ ଏହା ହୋଇପାରେ।

ପଶ୍ଚିମବଙ୍ଗଳାର ବନଗାଓଁର ଭାଜପା ଲୋକସଭା ଏମପି ଶାନ୍ତନୁ ଠାକୁର ତାଙ୍କ ସିଏଏ ବିବୃତ୍ତିରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ମତାମତକୁ ଦୋହରାଇଛନ୍ତି। ଗତ ବର୍ଷ ଡିସେମ୍ବରରେ ଶାହା କହିଥିଲେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ସିଏଏ କାର୍ଯ୍ୟକାରୀ କରିବେ ଏବଂ ଏହାକୁ କେହି ରୋକି ପାରିବେ ନାହିଁ। ସେ ତାଙ୍କ ମନ୍ତବ୍ୟ ମାଧ୍ୟମରେ ଏହାକୁ ବିରୋଧ କରୁଥିବା ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?