Posted inଜାତୀୟ

ସିଏଏ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ: ନଡ୍ଡା

ନୂଆଦିଲ୍ଲୀ,୨୦ା୧୦: ନାଗରିକତ୍ୱ ସଂଶୋଧନ ଅଧିନିୟମ(ସିଏଏ) ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ। କୋଭିଡ୍‌ ମହାମାରୀ ଯୋଗୁ ଏହା ବିଳମ୍ବ ହୋଇଯାଇଛି ବୋଲି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ସୋମବାର ପଶ୍ଚିମବଙ୍ଗର ସିଲିଗୁଡ଼ିରେ ଆୟୋଜିତ ଏକ ରାଲିରେ କହିଛନ୍ତି। ସେ କହିଛନ୍ତି ଯେ, ଭାଜପା ସିଏଏ ଲାଗୁ କରିବାକୁ ପ୍ରତିଶ୍ରୁତିବଦ୍ଧ ଏବଂ ସମସ୍ତେ ଏହାର ଲାଭ ପାଇବେ।
୨୦୨୧ରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାପୂର୍ବରୁ ଦଳର ସାଂଗଠନିକ ସ୍ଥିତି ସମୀକ୍ଷା ପାଇଁ ନଡ୍ଡା ସିଲିଗୁଡ଼ି ଗସ୍ତ କରିଛନ୍ତି। ଏହି ଅବସରରେ ସେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସମାଲୋଚନା କରିଛନ୍ତି। ଟିଏମ୍‌ସି ସରକାର ବିଭାଜନ କରି ଶାସନ କରିବାରେ ଆଗ୍ରହୀ। ଟିଏମ୍‌ସି ତୁଳନାରେ ଭାଜପା ସମସ୍ତଙ୍କ ବିକାଶ ପାଇଁ କାମ କରୁଛି ବୋଲି ନଡ୍ଡା କହିଛନ୍ତି।
ସୂଚନାଥାଉ କି, ଗତବର୍ଷ ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ ମଧ୍ୟରେ ସଂସଦରେ ସିଏଏ ପାରିତ ହୋଇଥିଲା। ଆଫଗାନିସ୍ତାନ, ପାକିସ୍ତାନ ଓ ବାଂଲାଦେଶରେ ଧର୍ମ ଆଧାରରେ ନିର୍ଯାତନା ପାଇ ୨୦୧୪ ଡିସେମ୍ବର ୩୧ ସୁଦ୍ଧା ଭାରତରେ ଆଶ୍ରୟ ନେଇଥିବା ହିନ୍ଦୁ, ଖ୍ରୀଷ୍ଟିଆନ, ଶିଖ୍‌, ବୌଦ୍ଧ, ଜୈନ ଏବଂ ପାର୍ସୀଙ୍କୁ ଏହି ଆଇନ ନାଗରିକତ୍ୱ ପ୍ରଦାନ କରିବ। ଏ କ୍ଷେତ୍ରରେ ମୁସଲମାନମାନଙ୍କୁ ବଞ୍ଚତ୍ତ କରାଯାଇଥିବାରୁ ଆଇନକୁ ପ୍ରବଳ ବିରୋଧ ହୋଇଆସୁଛି। ଅନ୍ୟପକ୍ଷରେ ସଂସଦରେ ସିଏଏ ପାସ୍‌ ହେବା ଏବଂ ବିଜ୍ଞପ୍ତି ପ୍ରକାଶ ପାଇବା ସତ୍ତ୍ୱେ ନିୟମ ଅଭାବରୁ ଏହି ଆଇନର କାର୍ଯ୍ୟକାରିତା ଅଟକିଯାଇଛି। ସିଏଏ ସମ୍ପର୍କିତ ନିୟମଗୁଡ଼ିକ ପ୍ରସ୍ତୁତ କରିବାରେ ଆହୁରି ୩ ମାସ ସମୟ ଆବଶ୍ୟକ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଗତ ଅଗଷ୍ଟରେ ସଂସଦୀୟ ସ୍ଥାୟୀ କମିଟିକୁ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri