ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍‌କୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ବରଗଡ଼,୨୮ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍‌କୁ ବୁଧବାର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ୧୩୮ କିଲୋମିଟର ବିଶିଷ୍ଟ ଏହି ନୂଆ ରେଳ ଲାଇନ୍‌ ନିର୍ମାଣ ପାଇଁ ୨,୯୬୨ କୋଟି ଟଙ୍କା ଖର୍ଚ୍ଚ ହେବ। ସୁନ୍ଦରଗଡ଼ ସବ୍‌ଡେଗାରୁ ଛତିଶଗଡ଼ ଭାଲୁମୁଡ଼ା ଡବଲ ଲାଇନକୁ ବି ମଞ୍ଜୁରୀ ମିଳିଛି।

କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି କହିଛନ୍ତି, ଜାତୀୟ ଶିଳ୍ପ କରିଡର ବିକାଶ କାର୍ଯ୍ୟକ୍ରମ ଅଧୀନରେ କ୍ୟାବିନେଟ ୧୨ଟି ସ୍ମାର୍ଟ ସହରକୁ ଅନୁମୋଦନ କରିଛି। ତେବେ ସରକାର ୧୦ଟି ରାଜ୍ୟରେ ଏହି ପ୍ରକଳ୍ପ ପାଇଁ ୨୮,୬୦୨ କୋଟି ଟଙ୍କା ବିନିଯୋଗ କରିବେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକ ପରେ ଅଶ୍ୱିନୀ ବୈଷ୍ଣବ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି, ସ୍ମାର୍ଟ ସିଟି ପ୍ରକଳ୍ପ ପ୍ରାୟ ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଯୋଗାଇବ। ଏହା ମଧ୍ୟ ପରୋକ୍ଷରେ ୩୦ ଲକ୍ଷ ନୂତନ ନିଯୁକ୍ତି ସୃଷ୍ଟି କରିବ। କେନ୍ଦ୍ରମନ୍ତ୍ରୀଙ୍କ କହିବାନୁସାରେ, ଏଥିରେ ୧.୫୨ ଲକ୍ଷ କୋଟି ଟଙ୍କା ବିନିଯୋଗ ହେବାର ସମ୍ଭାବନା ରହିଛି। ଏହା ଅଧୀନରେ ୧୪ଟି ନୂଆ ରେଳ ଷ୍ଟେଶନ ମଧ୍ୟ ନିର୍ମାଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri