Posted inଜାତୀୟ

ପିଏମ୍‌-ଶ୍ରୀ ଯୋଜନାକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ପିଏମ୍‌-ଶ୍ରୀ ଯୋଜନାକୁ ବୁଧବାର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ପିଏମ୍‌-ଶ୍ରୀ ଯୋଜନା ଅଧୀନରେ ଦେଶର ୧୪,୫୦୦ ବିଦ୍ୟାଳୟର ନବୀକରଣ ନିଷ୍ପତ୍ତି ଅନୁମୋଦନ ହୋଇଛି। ଏଥିରେ କେନ୍ଦ୍ରୀୟ ଏବଂ ନବୋଦୟ ବିଦ୍ୟାଳୟଙ୍କୁ ମଧ୍ୟ ଅନ୍ତର୍ଭୁକ୍ତ କରାଯିବ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ୨୭୨୨,୬୦ କୋଟି ଟଙ୍କା ବ୍ୟୟରେ ୨୦୨୨ ରୁ ୨୦୨୭ ପର୍ଯ୍ୟନ୍ତ ୧୪୬,୦୦ ବିଦ୍ୟାଳୟର ଗୁଣବତ୍ତା ଉନ୍ନତ ହେବ। ଏହା ଅଧୀନରେ ପ୍ରତ୍ୟେକ ବ୍ଲକର ଦୁଇଟି ବିଦ୍ୟାଳୟକୁ ନବୀକରଣ କରାଯିବ। ରାଜ୍ୟ ସରକାରଙ୍କ ସହିତ ପରାମର୍ଶ ପରେ ଏହି ବିଦ୍ୟାଳୟଗୁଡ଼ିକୁ ଚୟନ କରାଯିବ। ବିଦ୍ୟାଳୟର ଗୁଣବତ୍ତା ଦେଖିବା ପରେ ହିଁ କୌଣସି ବିଦ୍ୟାଳୟ ଚୟନ କରାଯିବ। ଏହି ଯୋଜନାର ମୌଳିକ ଉଦ୍ଦେଶ୍ୟ ହେଉଛି ବିଦ୍ୟାଳୟଗୁଡ଼ିକରେ ଗୁଣାତ୍ମକ ଅଭିବୃଦ୍ଧି ହେବା ଉଚିତ।
ଏହା ବ୍ୟତୀତ ରେଳ ଜମିକୁ ଦୀର୍ଘ ସମୟ ପାଇଁ ଲିଜ ନେବାକୁ ମଧ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଏହି ଜମିଗୁଡିକ ପିଏମ୍‌ ଗତି ଶକ୍ତି ଢାଞ୍ଚା ଅଧୀନରେ ବ୍ୟବହୃତ ହେବ। ଆସନ୍ତା ୫ ବର୍ଷ ମଧ୍ୟରେ ଏହି ଜମିଗୁଡିକରେ ୩୦୦ କାର୍ଗୋ ଟର୍ମିନାଲ ବିକଶିତ ହେବ। ଆସନ୍ତା ୯୦ ଦିନ ମଧ୍ୟରେ ପ୍ରଧାନମନ୍ତ୍ରୀ ଗତି ଶକ୍ତି ଯୋଜନା କାର୍ଯ୍ୟକାରୀ ହେବ ବୋଲି କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁରୁ ଦିବସ ଅବସରରେ ପିଏମ୍‌-ଶ୍ରୀ ଯୋଜନା ଘୋଷଣା କରିଥିଲେ। ଏହି ଯୋଜନା ଘୋଷଣା କରି ପ୍ରଧାନମନ୍ତ୍ରୀ କହିଥିଲେ, ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଏହି ବିଦ୍ୟାଳୟଗୁଡ଼ିକ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri