Posted inଜାତୀୟ

ପିଏମ୍‌-ଶ୍ରୀ ଯୋଜନାକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ପିଏମ୍‌-ଶ୍ରୀ ଯୋଜନାକୁ ବୁଧବାର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ପିଏମ୍‌-ଶ୍ରୀ ଯୋଜନା ଅଧୀନରେ ଦେଶର ୧୪,୫୦୦ ବିଦ୍ୟାଳୟର ନବୀକରଣ ନିଷ୍ପତ୍ତି ଅନୁମୋଦନ ହୋଇଛି। ଏଥିରେ କେନ୍ଦ୍ରୀୟ ଏବଂ ନବୋଦୟ ବିଦ୍ୟାଳୟଙ୍କୁ ମଧ୍ୟ ଅନ୍ତର୍ଭୁକ୍ତ କରାଯିବ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ୨୭୨୨,୬୦ କୋଟି ଟଙ୍କା ବ୍ୟୟରେ ୨୦୨୨ ରୁ ୨୦୨୭ ପର୍ଯ୍ୟନ୍ତ ୧୪୬,୦୦ ବିଦ୍ୟାଳୟର ଗୁଣବତ୍ତା ଉନ୍ନତ ହେବ। ଏହା ଅଧୀନରେ ପ୍ରତ୍ୟେକ ବ୍ଲକର ଦୁଇଟି ବିଦ୍ୟାଳୟକୁ ନବୀକରଣ କରାଯିବ। ରାଜ୍ୟ ସରକାରଙ୍କ ସହିତ ପରାମର୍ଶ ପରେ ଏହି ବିଦ୍ୟାଳୟଗୁଡ଼ିକୁ ଚୟନ କରାଯିବ। ବିଦ୍ୟାଳୟର ଗୁଣବତ୍ତା ଦେଖିବା ପରେ ହିଁ କୌଣସି ବିଦ୍ୟାଳୟ ଚୟନ କରାଯିବ। ଏହି ଯୋଜନାର ମୌଳିକ ଉଦ୍ଦେଶ୍ୟ ହେଉଛି ବିଦ୍ୟାଳୟଗୁଡ଼ିକରେ ଗୁଣାତ୍ମକ ଅଭିବୃଦ୍ଧି ହେବା ଉଚିତ।
ଏହା ବ୍ୟତୀତ ରେଳ ଜମିକୁ ଦୀର୍ଘ ସମୟ ପାଇଁ ଲିଜ ନେବାକୁ ମଧ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଏହି ଜମିଗୁଡିକ ପିଏମ୍‌ ଗତି ଶକ୍ତି ଢାଞ୍ଚା ଅଧୀନରେ ବ୍ୟବହୃତ ହେବ। ଆସନ୍ତା ୫ ବର୍ଷ ମଧ୍ୟରେ ଏହି ଜମିଗୁଡିକରେ ୩୦୦ କାର୍ଗୋ ଟର୍ମିନାଲ ବିକଶିତ ହେବ। ଆସନ୍ତା ୯୦ ଦିନ ମଧ୍ୟରେ ପ୍ରଧାନମନ୍ତ୍ରୀ ଗତି ଶକ୍ତି ଯୋଜନା କାର୍ଯ୍ୟକାରୀ ହେବ ବୋଲି କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁରୁ ଦିବସ ଅବସରରେ ପିଏମ୍‌-ଶ୍ରୀ ଯୋଜନା ଘୋଷଣା କରିଥିଲେ। ଏହି ଯୋଜନା ଘୋଷଣା କରି ପ୍ରଧାନମନ୍ତ୍ରୀ କହିଥିଲେ, ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଏହି ବିଦ୍ୟାଳୟଗୁଡ଼ିକ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri