୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨ କୋଟି ମଞ୍ଜୁର ହୋଇଛି। ଦୁବାଇ ସିଙ୍ଗାପୁର ପାଇଁ ମାର୍ଚ୍ଚ ଯାଏ ବିମାନ ସେବା ଜାରି ରହିବ ବୋଲି କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି।

ସେହିପରି ଶିଳ୍ପ ବିଭାଗର କଲ୍ୟାଣୀ ଗ୍ରୁପ ତରଫରୁ ଇଣ୍ଡିଗ୍ରେଟେଡ଼ ନ୍ୟୁ ଏଜ ମାନୁଫେକଚର କମ୍ପ୍ଲେକ୍ସ ଢେଙ୍କାନାଳର ଗଜମରା ଠାରେ ୧୧ ସହ ଏକର ଜମିରେ ନିର୍ମାଣ ହେବ । ୧୭ ହଜାର ୨୫୦ କୋଟି ଟଙ୍କାର ନିବେଶ ହେବ । ୨୦ ହଜାର ନିଯୁକ୍ତି ସୃଷ୍ଟି ହେବ । ଟାଇଟନିୟମ, ସ୍ପେଶାଲ ଷ୍ଟିଲ, ଅଟୋ କମ୍ପନେଟ, ଏରୋସ୍ପେଶ, ପ୍ରତିରକ୍ଷା ସାମଗ୍ରୀ ପ୍ରସ୍ତୁତ ହେବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ।

ଅପରପକ୍ଷରେ ୧୭ତମ ବିଧାନସଭାର ବଜେଟ ଅଧିବେଶନ ଫେବୃଆରୀ ୧୭ ତାରିଖରୁ ଆରମ୍ଭ ହେବ। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ସରକାରଙ୍କ ପକ୍ଷରୁ ୨୦ ତାରିଖରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଆଗତ କରାଯିବ। ଫେବୃଆରୀ ୧୭ରୁ ଆରମ୍ଭ ହେବାକୁ ଥିବା ଏହି ଅଧିବେଶନ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ୨ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ଅଧିବେଶନରେ ମୋଟ୍‌ ୨୯ଟି କାର୍ଯ୍ୟ ଦିବସ ରହିଛି। ୧୭ରେ ଗୃହକୁ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍‌ପାଟି ସମ୍ବୋଧିତ କରିବେ। ଏହାପରେ ରାଜ୍ୟପାଳଙ୍କ ସମ୍ବୋଧନ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୦ ତାରିଖରେ ଗୃହରେ ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ।

ଫେବୃଆରୀ ୨୫ରୁ ମାର୍ଚ୍ଚ ୮ ତାରିଖ ଯାଏ ଗୃହରେ କୌଣସି କାର୍ଯ୍ୟ ଦିବସ ନ ଥିବାବେଳେ ବିଧାନସଭା ବନ୍ଦ ରହିବ। ପୁନର୍ବାର ମାର୍ଚ୍ଚ ୯ରୁ ଗୃହ କାର୍ଯ୍ୟ ଆରମ୍ଭ ହେବ। ମାର୍ଚ୍ଚ ୩୧ରେ ଗୃହରେ ବଜେଟ ପାରିତ କରାଯିବ। ମୁଖ୍ୟତଃ ଭାଜପା ସରକାର ରାଜ୍ୟ ବଜେଟ ଆକାର କିପରି କରୁଛନ୍ତି ଏବଂ କେତେ ଟଙ୍କାର ବଜେଟ ଚଳିତ ଥର ଆସୁଛି ତାହା ଉପରେ ସମସ୍ତଙ୍କ ନଜର ରହିଛି। ୨୦୨୫-୨୬ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଆଣିଥିଲେ। ତେଣୁ ଏଥର ସରକାର ପୂର୍ବ ଆର୍ଥିକ ବର୍ଷ ତୁଳନାରେ ଅଧିକ ଟଙ୍କାର ବଜେଟ ଆଣିପାରନ୍ତି ବୋଲି ସରକାରୀ ସୂତ୍ରରୁ ଜାଣିବାକୁ ମିଳିଛି। ବଜେଟ ଅଧିବେଶନ ଭିତରେ ମୋଟ୍‌ ୨୨ଟି ଛୁଟିଦିନ ରହୁଛି। ତେବେ ଏପ୍ରିଲରେ ରାଜ୍ୟର ୪ ରାଜ୍ୟ ସଭା ଆସନ ଖାଲି ହେବାକୁ ଥିବାବେଳେ ଏଥର ବଜେଟ ଅଧିବେଶନ ସମୟରେ ବଡ଼ ଧରଣର ରାଜନୀତି ଦେଖିବାକୁ ମିଳିପାରେ। ଉଭୟ ବିରୋଧୀ ଏବଂ ଶାସକ ଦଳ ମଧ୍ୟରେ ଅନେକ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇପାରେ। ଗତଥର ତୁଳନାରେ ବିରୋଧୀ ଦଳର ସଦସ୍ୟମାନେ ନିଜର ବିରୋଧର ଧାରା ସାମାନ୍ୟ ବୃଦ୍ଧି କରିପାରନ୍ତି ବୋଲି ବଜେଟ ଅଧିବେଶନ ସମ୍ପର୍କିତ ଘୋଷଣା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri