୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨ କୋଟି ମଞ୍ଜୁର ହୋଇଛି। ଦୁବାଇ ସିଙ୍ଗାପୁର ପାଇଁ ମାର୍ଚ୍ଚ ଯାଏ ବିମାନ ସେବା ଜାରି ରହିବ ବୋଲି କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି।

ସେହିପରି ଶିଳ୍ପ ବିଭାଗର କଲ୍ୟାଣୀ ଗ୍ରୁପ ତରଫରୁ ଇଣ୍ଡିଗ୍ରେଟେଡ଼ ନ୍ୟୁ ଏଜ ମାନୁଫେକଚର କମ୍ପ୍ଲେକ୍ସ ଢେଙ୍କାନାଳର ଗଜମରା ଠାରେ ୧୧ ସହ ଏକର ଜମିରେ ନିର୍ମାଣ ହେବ । ୧୭ ହଜାର ୨୫୦ କୋଟି ଟଙ୍କାର ନିବେଶ ହେବ । ୨୦ ହଜାର ନିଯୁକ୍ତି ସୃଷ୍ଟି ହେବ । ଟାଇଟନିୟମ, ସ୍ପେଶାଲ ଷ୍ଟିଲ, ଅଟୋ କମ୍ପନେଟ, ଏରୋସ୍ପେଶ, ପ୍ରତିରକ୍ଷା ସାମଗ୍ରୀ ପ୍ରସ୍ତୁତ ହେବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ।

ଅପରପକ୍ଷରେ ୧୭ତମ ବିଧାନସଭାର ବଜେଟ ଅଧିବେଶନ ଫେବୃଆରୀ ୧୭ ତାରିଖରୁ ଆରମ୍ଭ ହେବ। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ସରକାରଙ୍କ ପକ୍ଷରୁ ୨୦ ତାରିଖରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଆଗତ କରାଯିବ। ଫେବୃଆରୀ ୧୭ରୁ ଆରମ୍ଭ ହେବାକୁ ଥିବା ଏହି ଅଧିବେଶନ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ୨ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ଅଧିବେଶନରେ ମୋଟ୍‌ ୨୯ଟି କାର୍ଯ୍ୟ ଦିବସ ରହିଛି। ୧୭ରେ ଗୃହକୁ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍‌ପାଟି ସମ୍ବୋଧିତ କରିବେ। ଏହାପରେ ରାଜ୍ୟପାଳଙ୍କ ସମ୍ବୋଧନ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୦ ତାରିଖରେ ଗୃହରେ ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ।

ଫେବୃଆରୀ ୨୫ରୁ ମାର୍ଚ୍ଚ ୮ ତାରିଖ ଯାଏ ଗୃହରେ କୌଣସି କାର୍ଯ୍ୟ ଦିବସ ନ ଥିବାବେଳେ ବିଧାନସଭା ବନ୍ଦ ରହିବ। ପୁନର୍ବାର ମାର୍ଚ୍ଚ ୯ରୁ ଗୃହ କାର୍ଯ୍ୟ ଆରମ୍ଭ ହେବ। ମାର୍ଚ୍ଚ ୩୧ରେ ଗୃହରେ ବଜେଟ ପାରିତ କରାଯିବ। ମୁଖ୍ୟତଃ ଭାଜପା ସରକାର ରାଜ୍ୟ ବଜେଟ ଆକାର କିପରି କରୁଛନ୍ତି ଏବଂ କେତେ ଟଙ୍କାର ବଜେଟ ଚଳିତ ଥର ଆସୁଛି ତାହା ଉପରେ ସମସ୍ତଙ୍କ ନଜର ରହିଛି। ୨୦୨୫-୨୬ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଆଣିଥିଲେ। ତେଣୁ ଏଥର ସରକାର ପୂର୍ବ ଆର୍ଥିକ ବର୍ଷ ତୁଳନାରେ ଅଧିକ ଟଙ୍କାର ବଜେଟ ଆଣିପାରନ୍ତି ବୋଲି ସରକାରୀ ସୂତ୍ରରୁ ଜାଣିବାକୁ ମିଳିଛି। ବଜେଟ ଅଧିବେଶନ ଭିତରେ ମୋଟ୍‌ ୨୨ଟି ଛୁଟିଦିନ ରହୁଛି। ତେବେ ଏପ୍ରିଲରେ ରାଜ୍ୟର ୪ ରାଜ୍ୟ ସଭା ଆସନ ଖାଲି ହେବାକୁ ଥିବାବେଳେ ଏଥର ବଜେଟ ଅଧିବେଶନ ସମୟରେ ବଡ଼ ଧରଣର ରାଜନୀତି ଦେଖିବାକୁ ମିଳିପାରେ। ଉଭୟ ବିରୋଧୀ ଏବଂ ଶାସକ ଦଳ ମଧ୍ୟରେ ଅନେକ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇପାରେ। ଗତଥର ତୁଳନାରେ ବିରୋଧୀ ଦଳର ସଦସ୍ୟମାନେ ନିଜର ବିରୋଧର ଧାରା ସାମାନ୍ୟ ବୃଦ୍ଧି କରିପାରନ୍ତି ବୋଲି ବଜେଟ ଅଧିବେଶନ ସମ୍ପର୍କିତ ଘୋଷଣା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ,…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୮।୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?