୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ ଏହି ସୂଚନା ଦେଇଛନ୍ତି।

ମୁଖ୍ୟ ସଚିବ କହିଛନ୍ତି ଯେ, ଗ୍ରାମ୍ୟ ଉନ୍ନୟନ ବିଭାଗର ‘ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା’କୁ ଆଉ ୫ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ଏହି ଯୋଜନା ଅଧୀନରେ ରାଜ୍ୟରେ ୪,୬୦୦ କିଲୋମିଟର ନୂତନ ସଡ଼କ ନିର୍ମାଣ ପାଇଁ କ୍ୟାବିନେଟ୍‌ ଅନୁମୋଦନ ପ୍ରଦାନ କରିଛି। ବିଶେଷକରି ଯେଉଁ ସବୁ ଗାଁକୁ ଏପର୍ଯ୍ୟନ୍ତ ସଡ଼କ ସଂଯୋଗ ହୋଇନାହିଁ, ସେହି ଗ୍ରାମଗୁଡ଼ିକୁ ସଡ଼କ ସଂଯୋଗ କରିବାକୁ ପ୍ରାଥମିକତା ଦିଆଯିବ। ଦୁର୍ଗମ ଓ ଦୁର୍ଗମତମ ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ କରିବା ପାଇଁ ମଧ୍ୟ ସରକାର ବିଶେଷ ପଦକ୍ଷେପ ନେବେ।

ସେହିପରି ‘ସେତୁ ବନ୍ଧ ଯୋଜନା’କୁ ମଧ୍ୟ ୫ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ଏହି ଯୋଜନା ଅନ୍ତର୍ଗତ ରାଜ୍ୟର ୩,୧୬୭ଟି ପୁରୁଣା ସେତୁର ମରାମତି ଓ ସୁଦୃଢ଼ୀକରଣ କରାଯିବ, ଯାହାଦ୍ୱାରା ସେତୁଗୁଡ଼ିକର ସୁରକ୍ଷା ଓ ଯାତାୟାତ ବ୍ୟବସ୍ଥା ଅଧିକ ସୁଦୃଢ଼ ହେବ।

କ୍ୟାବିନେଟ୍‌ ବୈଠକରେ ସମବାୟ ବିଭାଗର ୧୯୫୬ ମସିହାର ପୁରୁଣା ସମବାୟ ଆଇନର ସଂଶୋଧନ ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଛି। ସଂଶୋଧିତ ଆଇନ ମାଧ୍ୟମରେ ସମବାୟ ବ୍ୟବସ୍ଥାକୁ ଅଧିକ ସ୍ୱଚ୍ଛ, ଆଧୁନିକ ଓ ଦକ୍ଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

ରାଜ୍ୟର ଭିତ୍ତିଭୂମି ବିକାଶ, ଗ୍ରାମାଞ୍ଚଳର ସଡ଼କ ସଂଯୋଗ ଓ ସମବାୟ କ୍ଷେତ୍ରରେ ସଂସ୍କାର ଆଣିବା ଦିଗରେ ଏହି କ୍ୟାବିନେଟ୍‌ ନିଷ୍ପତ୍ତିଗୁଡ଼ିକୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କୁହାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର

ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ…

ତେଲ ବଜାରରେ ବଡ଼ ହଲଚଲ: ସେପ୍ଟେମ୍ବର ୧ରେ ପେଟ୍ରୋଲ-ଡିଜେଲ ଦରରେ…

ନୂଆଦିଲ୍ଲୀ, ୧।୯: ଦିନର ଆରମ୍ଭ ଏବେ କେବଳ ସୂର୍ଯ୍ୟଙ୍କ କିରଣ ସହ ନୁହେଁ, ପେଟ୍ରୋଲ-ଡିଜେଲର ନୂଆ ଦର ସହ ମଧ୍ୟ ହେଉଛି। ଇନ୍ଧନ ଦର ସିଧାସଳଖ ଭାବେ…

ଗୁରୁ-ଶନିଙ୍କ ନବପଞ୍ଚମ ଯୋଗ: ପହିଲାରୁ ଖୋଲିଲା ୫ ରାଶିଙ୍କ ଭାଗ୍ୟ, ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗୁରୁ ଓ ଶନି ଗ୍ରହଙ୍କ ମଧ୍ୟରେ ଏକ ଶୁଭ ଯୋଗ ସୃଷ୍ଟି ହୋଇଛି। ଗୁରୁ ଓ ଶନି ୧୨୦ ଡିଗ୍ରୀରେ ଅବସ୍ଥିତ ହୋଇ…

ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବଢ଼ିଲା ବିବାଦ, ସମସ୍ୟା କରିବ ୧୭(ଏ)

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏବେ କାମଚଳା ଡିଜିପିଙ୍କୁ ନେଇ ପୋଲିସବାହିନୀ କାର୍ଯ୍ୟ ଚଳାଇଛି । ଗତ ଅଗଷ୍ଟ ୧୬ ତାରିଖରେ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି. ଖୁରାନିଆଙ୍କ…

ସାବଧାନ! ଆଜିଠୁ ବଦଳିଲା ୭ ବଡ଼ ନିୟମ: କ’ଣ ମହଙ୍ଗା, କ’ଣ ହେଲା ଶସ୍ତା, ଜାଣନ୍ତୁ…

ନୂଆଦିଲ୍ଲୀ, ୧।୯: ସେପ୍ଟେମ୍ବର ୧ ତାରିଖରୁ କେବଳ କ୍ୟାଲେଣ୍ଡରର ପୃଷ୍ଠା ବଦଳିନାହିଁ, ବରଂ ସାଧାରଣ ଲୋକଙ୍କ ଦୈନନ୍ଦିନ ଖର୍ଚ୍ଚ ସହ ଜଡ଼ିତ ଅନେକ ନିୟମ ଓ ଦରରେ…

ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍

​ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ…

ମୋଦି ବିଦେଶରୁ ଜାରି କରିଛନ୍ତି ନୂଆ ଭିଡ଼ିଓ, ସୁନା କ୍ରୟ ସହ ବିଦେଶ ଯାତ୍ରା ଉପରେ ଦେଲେ ବଡ଼ ପରାମର୍ଶ

ବିଶକେକ/ନୂଆଦିଲ୍ଲୀ,୧।୯: ପ୍ରଧାନମନ୍ତ୍ରୀ ମୋଦି ବିଦେଶରୁ ସୋସିଆଲ ମିଡିଆରେ ଏକ ନୂଆ ଭିଡିଓ ଜାରି କରିଛନ୍ତି, ଯେଉଁଥିରେ ସେ ଦେଶର ଅଭିବୃଦ୍ଧି ହାର ବିଷୟରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ…

ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ

ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍‌ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri