୧୫ଟି ପ୍ରସ୍ତାବରେ କ୍ୟାବିନେଟ୍ ମୋହର, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଓଡିଶା ସରକାର

ଭୁବନେଶ୍ୱର,୧୦।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ୨୮ତମ ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏହି ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

କ୍ୟାବିନେଟ୍‌ରେ ୨୦୨୫-୨୬ ଖାଦ୍ୟ ଓ ଧାନ ସଂଗ୍ରହଣ ନୀତିକୁ ଅନୁମୋଦନ ଦିଆଯାଇଛି, ଯେଉଁଥିରେ ଖରିଫ ଋତୁରେ ୬୩ ଲକ୍ଷ ମେଟ୍ରିକ ଟନ୍ ଚାଉଳ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ନବକୃଷ୍ଣ ଚୌଧୁରୀ ସେଚ ଉନ୍ନୟନ ଯୋଜନାକୁ ୨୦୨୫-୩୦ ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇ ୧,୪୩୭ କୋଟି ଟଙ୍କା ବ୍ୟୟବରାଦ ମଞ୍ଜୁର ହୋଇଛି, ଯାହାଦ୍ୱାରା ୧,୨୩,୪୮୮ ହେକ୍ଟର ଚାଷ ଜମିକୁ ଜଳସେଚନ ଯୋଗାଇ ଦିଆଯିବ।

ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ୧୯,୯୪୧ କୋଟି ଏବଂ ଆନ୍ତଃରାଜ୍ୟ ନଦୀ ସଂଯୋଗୀକରଣ ଯୋଜନା ପାଇଁ ୧,୭୯୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଓଡ଼ିଶା ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ ନିୟମ ୨୦୨୫ ଏବଂ ସ୍ୱଚ୍ଛ ଓଡ଼ିଶା ଯୋଜନା ପାଇଁ ୧,୬୦୦ କୋଟି ଟଙ୍କା ଅନୁମୋଦିତ ହୋଇଛି।

ଏହାସହ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ଯୋଗାଇ ଦିଆଯିବ। ଓଡ଼ିଶା ଜନବିଶ୍ୱାସ ଅଧ୍ୟାଦେଶ ୨୦୨୫କୁ ମଞ୍ଜୁରୀ ମିଳିଥିବା ବେଳେ ଛୋଟ ଅପରାଧୀଙ୍କ ପାଇଁ ଦଣ୍ଡ ବଦଳରେ ଜରିମାନା ବ୍ୟବସ୍ଥା କରାଯାଇଛି। ଏହାସହ ୧୭ତମ ବିଧାନସଭାର ୪ର୍ଥ ଅଧିବେଶନର ସତ୍ରାବସାନକୁ ମଞ୍ଜୁରୀ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୮।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri