୧୫ଟି ପ୍ରସ୍ତାବରେ କ୍ୟାବିନେଟ୍ ମୋହର, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଓଡିଶା ସରକାର

ଭୁବନେଶ୍ୱର,୧୦।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ୨୮ତମ ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏହି ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

କ୍ୟାବିନେଟ୍‌ରେ ୨୦୨୫-୨୬ ଖାଦ୍ୟ ଓ ଧାନ ସଂଗ୍ରହଣ ନୀତିକୁ ଅନୁମୋଦନ ଦିଆଯାଇଛି, ଯେଉଁଥିରେ ଖରିଫ ଋତୁରେ ୬୩ ଲକ୍ଷ ମେଟ୍ରିକ ଟନ୍ ଚାଉଳ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ନବକୃଷ୍ଣ ଚୌଧୁରୀ ସେଚ ଉନ୍ନୟନ ଯୋଜନାକୁ ୨୦୨୫-୩୦ ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇ ୧,୪୩୭ କୋଟି ଟଙ୍କା ବ୍ୟୟବରାଦ ମଞ୍ଜୁର ହୋଇଛି, ଯାହାଦ୍ୱାରା ୧,୨୩,୪୮୮ ହେକ୍ଟର ଚାଷ ଜମିକୁ ଜଳସେଚନ ଯୋଗାଇ ଦିଆଯିବ।

ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ୧୯,୯୪୧ କୋଟି ଏବଂ ଆନ୍ତଃରାଜ୍ୟ ନଦୀ ସଂଯୋଗୀକରଣ ଯୋଜନା ପାଇଁ ୧,୭୯୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଓଡ଼ିଶା ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ ନିୟମ ୨୦୨୫ ଏବଂ ସ୍ୱଚ୍ଛ ଓଡ଼ିଶା ଯୋଜନା ପାଇଁ ୧,୬୦୦ କୋଟି ଟଙ୍କା ଅନୁମୋଦିତ ହୋଇଛି।

ଏହାସହ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ଯୋଗାଇ ଦିଆଯିବ। ଓଡ଼ିଶା ଜନବିଶ୍ୱାସ ଅଧ୍ୟାଦେଶ ୨୦୨୫କୁ ମଞ୍ଜୁରୀ ମିଳିଥିବା ବେଳେ ଛୋଟ ଅପରାଧୀଙ୍କ ପାଇଁ ଦଣ୍ଡ ବଦଳରେ ଜରିମାନା ବ୍ୟବସ୍ଥା କରାଯାଇଛି। ଏହାସହ ୧୭ତମ ବିଧାନସଭାର ୪ର୍ଥ ଅଧିବେଶନର ସତ୍ରାବସାନକୁ ମଞ୍ଜୁରୀ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?