୧୬୫୪ କୋଟିର ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମୋହର

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଗ୍ରାମାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ଜଳ ଜୀବନ ମିଶନ(ଜେଜେଏମ୍‌) ଯୋଜନାରେ ସରକାର ରାଜ୍ୟର ୪ଟି ଜିଲା ଖୋର୍ଦ୍ଧା,କଳାହାଣ୍ଡି, ବରଗଡ଼ ଓ ନୟାଗଡ଼ ଜିଲାର ୧୧ଟି ବ୍ଲକରେ ଥିବା ୨୩୦ ପଞ୍ଚାୟତର ୧୨୫୬ ଗ୍ରାମର ୧୨ ଲକ୍ଷ ୧୭ ହଜାର ଲୋକଙ୍କୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବେ। ଏ ବାବଦରେ ୧୬୫୩.୯୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏହି ପ୍ରକଳ୍ପକୁ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ କରାଯାଇଛି। ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୯ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।

ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ଖୋର୍ଦ୍ଧା ଜିଲାର ୪ଟି ବ୍ଲକର ୬୩ ପଞ୍ଚାୟତ ଅନ୍ତର୍ଗତ ୩୫୬ ଗ୍ରାମର ୪,୧୬,୮୮୬ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଟାଙ୍ଗୀ ବ୍ଲକର ୧୭ଟି ପଞ୍ଚାୟତର ୧୧୦ଟି ଗ୍ରାମର ୧,୦୩,୦୮୫ ଜଣ, ଭୁବନେଶ୍ୱର ବ୍ଲକର ୧୫ ପଞ୍ଚାୟତର ୮୭ ଗ୍ରାମର ୯୧,୩୪୫ ଜଣଙ୍କୁ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିରେ ଏକାମ୍ର ନିର୍ବାଚନମଣ୍ଡଳୀର ୬ଟି ପଞ୍ଚାୟତ ରହିଛି। ସେହିପରି ବାଲିପାଟଣା ବ୍ଲକର ୧୫ ପଞ୍ଚାୟତର ୭୫ ଗ୍ରାମର ୧,୦୭,୯୯୭ ଏବଂ ବାଲିଅନ୍ତା ବ୍ଲକର ୧୬ଟି ପଞ୍ଚାୟତର ୮୪ ଗ୍ରାମର ୧,୧୪,୪୫୯ ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦିଆଯିବ। ଏହି ପାନୀୟ ଜଳ ପ୍ରକଳ୍ପ ପାଇଁ ୫୫୬ କୋଟି ୫୧ଲକ୍ଷ ୫ ହଜାର ୯୦୫ ଟଙ୍କାର ଟେଣ୍ଡରକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ପ୍ରକଳ୍ପଗୁଡ଼ିକ ୨୪ ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି।

ସେହିପରି ଜେଜେଏମ୍‌ ମିଶନ ଯୋଜନାରେ କଳାହାଣ୍ଡି ଜିଲାର ୨ଟି ବ୍ଲକ ଧୁଆମୂଳରାମପୁର ଓ କୋକସରା ବ୍ଲକର ୩୬ ପଞ୍ଚାୟତର ୧୫୫ ଗ୍ରାମର ୧,୨୬,୩୨୮ ଲୋକଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏହି ପ୍ରକଳ୍ପ ପାଇଁ ଡକାଯାଇଥିବା ୨୪୮ କୋଟି ୯୧ ଲକ୍ଷ ୫ ହଜାର ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଏହି ପ୍ରକଳ୍ପ କାର୍ଯ୍ୟ ୨ ବର୍ଷରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।

ଜେଜେଏମ୍‌ ମିଶନ ଯୋଜନାରେ ବରଗଡ଼ ଜିଲାର ୩ଟି ବ୍ଲକ ଅମ୍ବାଭୋନା, ଭଟଲି ଓ ସୋହେଲା ବ୍ଲକର ୫୮ଟି ପଞ୍ଚାୟତର ୩୧୬ ଗ୍ରାମର ୨,୯୫,୨୯୦ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଅମ୍ବାଭୋନା ବ୍ଲକର ୧୫ ପଞ୍ଚାୟତର ୧୦୪ ଗ୍ରାମର ୬୫,୭୧୫ ଜଣ, ଭଟଲି ବ୍ଲକର ୧୬ ପଞ୍ଚାୟତର ୮୪ ଗ୍ରାମର ୯୦୩୨୧ ଜଣ ଏବଂ ସୋହେଲା ବ୍ଲକର ୨୭ ପଞ୍ଚାୟତର ୧୨୮ ଗ୍ରାମର ୧,୯୩,୨୫୪ ଜଣଙ୍କୁ ପାନୀୟ ଜଳ ଯୋଗାଇ ଦିଆଯିବ। ଏହି ପ୍ରକଳ୍ପ ପାଇଁ ଡକାଯାଇଥିବା ୪୫୩ କୋଟି ୧୦ ଲକ୍ଷ ୩୩ ହଜାର ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ମୋହର ଲାଗିଛି। ପ୍ରକଳ୍ପଗୁଡ଼ିକ ୨୪ ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି।
ସେହିପରି ଜଳ ଜୀବନ ମିଶନ ଯୋଜନାରେ ନୟାଗଡ଼ ଜିଲାର ୨ଟି ବ୍ଲକ ରଣପୁର ଏବଂ ଓଡ଼ଗାଁ ବ୍ଲକ ଅଧୀନରେ ଥିବା ୭୩ ପଞ୍ଚାୟତର ୪୨୯ ଗ୍ରାମର ପ୍ରାୟ ୩,୦୮,୨୩୧ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିପାଇଁ ଡକାଯାଇଥିବା ୩୯୫ କୋଟି ୪୩ ଲକ୍ଷ ୭୯ ହଜାର ୭୨୨ ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏହି ପ୍ରକଳ୍ପ କାର୍ଯ୍ୟ ୨୪ ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri