୧୬୫୪ କୋଟିର ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମୋହର

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଗ୍ରାମାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ଜଳ ଜୀବନ ମିଶନ(ଜେଜେଏମ୍‌) ଯୋଜନାରେ ସରକାର ରାଜ୍ୟର ୪ଟି ଜିଲା ଖୋର୍ଦ୍ଧା,କଳାହାଣ୍ଡି, ବରଗଡ଼ ଓ ନୟାଗଡ଼ ଜିଲାର ୧୧ଟି ବ୍ଲକରେ ଥିବା ୨୩୦ ପଞ୍ଚାୟତର ୧୨୫୬ ଗ୍ରାମର ୧୨ ଲକ୍ଷ ୧୭ ହଜାର ଲୋକଙ୍କୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବେ। ଏ ବାବଦରେ ୧୬୫୩.୯୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏହି ପ୍ରକଳ୍ପକୁ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ କରାଯାଇଛି। ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୯ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।

ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ଖୋର୍ଦ୍ଧା ଜିଲାର ୪ଟି ବ୍ଲକର ୬୩ ପଞ୍ଚାୟତ ଅନ୍ତର୍ଗତ ୩୫୬ ଗ୍ରାମର ୪,୧୬,୮୮୬ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଟାଙ୍ଗୀ ବ୍ଲକର ୧୭ଟି ପଞ୍ଚାୟତର ୧୧୦ଟି ଗ୍ରାମର ୧,୦୩,୦୮୫ ଜଣ, ଭୁବନେଶ୍ୱର ବ୍ଲକର ୧୫ ପଞ୍ଚାୟତର ୮୭ ଗ୍ରାମର ୯୧,୩୪୫ ଜଣଙ୍କୁ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିରେ ଏକାମ୍ର ନିର୍ବାଚନମଣ୍ଡଳୀର ୬ଟି ପଞ୍ଚାୟତ ରହିଛି। ସେହିପରି ବାଲିପାଟଣା ବ୍ଲକର ୧୫ ପଞ୍ଚାୟତର ୭୫ ଗ୍ରାମର ୧,୦୭,୯୯୭ ଏବଂ ବାଲିଅନ୍ତା ବ୍ଲକର ୧୬ଟି ପଞ୍ଚାୟତର ୮୪ ଗ୍ରାମର ୧,୧୪,୪୫୯ ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦିଆଯିବ। ଏହି ପାନୀୟ ଜଳ ପ୍ରକଳ୍ପ ପାଇଁ ୫୫୬ କୋଟି ୫୧ଲକ୍ଷ ୫ ହଜାର ୯୦୫ ଟଙ୍କାର ଟେଣ୍ଡରକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ପ୍ରକଳ୍ପଗୁଡ଼ିକ ୨୪ ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି।

ସେହିପରି ଜେଜେଏମ୍‌ ମିଶନ ଯୋଜନାରେ କଳାହାଣ୍ଡି ଜିଲାର ୨ଟି ବ୍ଲକ ଧୁଆମୂଳରାମପୁର ଓ କୋକସରା ବ୍ଲକର ୩୬ ପଞ୍ଚାୟତର ୧୫୫ ଗ୍ରାମର ୧,୨୬,୩୨୮ ଲୋକଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏହି ପ୍ରକଳ୍ପ ପାଇଁ ଡକାଯାଇଥିବା ୨୪୮ କୋଟି ୯୧ ଲକ୍ଷ ୫ ହଜାର ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଏହି ପ୍ରକଳ୍ପ କାର୍ଯ୍ୟ ୨ ବର୍ଷରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।

ଜେଜେଏମ୍‌ ମିଶନ ଯୋଜନାରେ ବରଗଡ଼ ଜିଲାର ୩ଟି ବ୍ଲକ ଅମ୍ବାଭୋନା, ଭଟଲି ଓ ସୋହେଲା ବ୍ଲକର ୫୮ଟି ପଞ୍ଚାୟତର ୩୧୬ ଗ୍ରାମର ୨,୯୫,୨୯୦ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଅମ୍ବାଭୋନା ବ୍ଲକର ୧୫ ପଞ୍ଚାୟତର ୧୦୪ ଗ୍ରାମର ୬୫,୭୧୫ ଜଣ, ଭଟଲି ବ୍ଲକର ୧୬ ପଞ୍ଚାୟତର ୮୪ ଗ୍ରାମର ୯୦୩୨୧ ଜଣ ଏବଂ ସୋହେଲା ବ୍ଲକର ୨୭ ପଞ୍ଚାୟତର ୧୨୮ ଗ୍ରାମର ୧,୯୩,୨୫୪ ଜଣଙ୍କୁ ପାନୀୟ ଜଳ ଯୋଗାଇ ଦିଆଯିବ। ଏହି ପ୍ରକଳ୍ପ ପାଇଁ ଡକାଯାଇଥିବା ୪୫୩ କୋଟି ୧୦ ଲକ୍ଷ ୩୩ ହଜାର ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ମୋହର ଲାଗିଛି। ପ୍ରକଳ୍ପଗୁଡ଼ିକ ୨୪ ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି।
ସେହିପରି ଜଳ ଜୀବନ ମିଶନ ଯୋଜନାରେ ନୟାଗଡ଼ ଜିଲାର ୨ଟି ବ୍ଲକ ରଣପୁର ଏବଂ ଓଡ଼ଗାଁ ବ୍ଲକ ଅଧୀନରେ ଥିବା ୭୩ ପଞ୍ଚାୟତର ୪୨୯ ଗ୍ରାମର ପ୍ରାୟ ୩,୦୮,୨୩୧ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିପାଇଁ ଡକାଯାଇଥିବା ୩୯୫ କୋଟି ୪୩ ଲକ୍ଷ ୭୯ ହଜାର ୭୨୨ ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏହି ପ୍ରକଳ୍ପ କାର୍ଯ୍ୟ ୨୪ ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri