ରାଜ୍ୟ କ୍ୟାବିନେଟ୍‌ରେ ୧୭ ପ୍ରସ୍ତାବ ଉପରେ ମୋହର: ସପ୍ତମ ବେତନ ହାରରେ ଦରମା ପାଇବେ ଗ୍ରାଣ୍ଟ ଇନ୍‌ ଏଡ୍‌ ସ୍କୁଲର…

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଶେଷ ହୋଇଛି। ଏହି ବୈଠକରେ ମୋଟ ୧୭ ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି।

ବୈଠକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, ରାଜ୍ୟ କ୍ୟାବିନେଟରେ ଆଜି ମୋଟ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟର ଶତପ୍ରତିଶତ ଅନୁଦାନପ୍ରାପ୍ତ ବେସରକାରୀ ହାଇସ୍କୁଲ, ମଇ ସ୍କୁଲ ଓ ମଦ୍ରାସାରେ କାର୍ଯ୍ୟରତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀମାନଙ୍କୁ ସଂଶୋଧିତ ବେତନ ନିୟମ-୨୦୧୭(ସପ୍ତମ ବେତନ ହାରରେ) ଦରମା ପ୍ରଦାନ କରାଯିବ । ପୂର୍ବରୁ ସେମାନଙ୍କୁ ୨୦୨୦ ମସିହାରେ ୨୦୧୮ ମସିହାର ଫର୍ମୂଲା ଆଧାରରେ ଦରମା ପ୍ରଦାନ କରାଯାଉଥିଲା । କିନ୍ତୁ ଏବେ ୨୦୨୨ ଜାନୁୟାରୀ ପହିଲାକୁ ଆଧାର କରି ସଂଶୋଧିତ ଦରମା ପ୍ରଦାନ କରାଯିବ । ଏହା ଦ୍ୱାରା ରାଜ୍ୟର ମୋଟ ୨୬,୧୬୪ଜଣ ଶିକ୍ଷକ ଓ ଅଣଶିକ୍ଷକ ଉପକୃତ ହେବେ । ୨୦୨୧ ଡିସେମ୍ବର ୩୧ତାରିଖ ସୁଦ୍ଧା ୧୦୦ ପ୍ରତିଶତ ଗ୍ରାଣ୍ଟ ଇନ୍‌ ଏଡ୍‌ ପାଉଥିବା ସ୍କୁଲଗୁଡ଼ିକ ଏହି ସଂଶୋଧିତ ଦରମା ପାଇବାକୁ ଯୋଗ୍ୟ ହେବେ ।

ସେହିଭଳିି ମହିଳାଙ୍କୁ ଛତୁ, ଫୁଲ, ଆଳୁ, ପନିପରିବା ଓ ମସଲା ଆଦି ଚାଷ ନିମନ୍ତେ ପ୍ରୋତ୍ସାହିତ କରିବା ପାଇଁ ସରକାର ଗୋଟିଏ ୫ବର୍ଷିଆ ଓ ଗୋଟିଏ ୩ବର୍ଷିଆ ଯୋଜନାରେ ମୋଟ ପ୍ରାୟ ୧୫୦୦କୋଟି ଟଙ୍କା ବ୍ୟୟ କରିବେ । ‘କୃଷିରେ ମହିଳାମାନଙ୍କ ସଶକ୍ତିକରଣ ଓ ମହିଳା ଏସଏଚଜିଙ୍କ ପାଇଁ ଉଦ୍ୟୋଗର ପ୍ରୋତ୍ସାହନ’ ଯୋଜନା କାର୍ଯ୍ୟକାରୀ ହୋଇଛି । ଏଥିରେ ରାଜ୍ୟ ସରକାର ୨୦୨୨-୨୩ରୁ ୨୦୨୬-୨୭ ମସିହା ପର୍ଯ୍ୟନ୍ତ ୫ବର୍ଷ ପାଇଁ ମୋଟ ୩୬୭.୧୯କୋଟି ଟଙ୍କା ବ୍ୟୟ କରିବେ । ‘ଆଳୁ, ପନିପରିବା ଓ ମସଲା ଉନ୍ନୟନ ଯୋଜନା’ରେ ମହିଳା ଏସ୍‌ଏଚ୍‌ଜି, କୃଷକ ଉତ୍ପାଦନ ସଂଗଠନ ଓ ଚାଷୀମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ୨୦୨୨-୨୩ ଆର୍ଥିକ ବର୍ଷରୁ ୨୦୨୫-୨୬ ମସିହା ପର୍ଯ୍ୟନ୍ତ ୩ବର୍ଷ ନିମନ୍ତେ ମୋଟ ୧୧୪୨.୨୪କୋଟି ଟଙ୍କା ବ୍ୟୟ କରିବେ । ଏହାଦ୍ୱାରା ରାଜ୍ୟରେ ଆଳୁ, ପିଆଜ, ପନିପରିବା ଓ ମସଲା ଉତ୍ପାଦନ ବୃଦ୍ଧି ପାଇବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri