ରାଜ୍ୟ କ୍ୟାବିନେଟ୍‌ରେ ୧୭ ପ୍ରସ୍ତାବ ଉପରେ ମୋହର: ସପ୍ତମ ବେତନ ହାରରେ ଦରମା ପାଇବେ ଗ୍ରାଣ୍ଟ ଇନ୍‌ ଏଡ୍‌ ସ୍କୁଲର…

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଶେଷ ହୋଇଛି। ଏହି ବୈଠକରେ ମୋଟ ୧୭ ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି।

ବୈଠକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, ରାଜ୍ୟ କ୍ୟାବିନେଟରେ ଆଜି ମୋଟ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟର ଶତପ୍ରତିଶତ ଅନୁଦାନପ୍ରାପ୍ତ ବେସରକାରୀ ହାଇସ୍କୁଲ, ମଇ ସ୍କୁଲ ଓ ମଦ୍ରାସାରେ କାର୍ଯ୍ୟରତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀମାନଙ୍କୁ ସଂଶୋଧିତ ବେତନ ନିୟମ-୨୦୧୭(ସପ୍ତମ ବେତନ ହାରରେ) ଦରମା ପ୍ରଦାନ କରାଯିବ । ପୂର୍ବରୁ ସେମାନଙ୍କୁ ୨୦୨୦ ମସିହାରେ ୨୦୧୮ ମସିହାର ଫର୍ମୂଲା ଆଧାରରେ ଦରମା ପ୍ରଦାନ କରାଯାଉଥିଲା । କିନ୍ତୁ ଏବେ ୨୦୨୨ ଜାନୁୟାରୀ ପହିଲାକୁ ଆଧାର କରି ସଂଶୋଧିତ ଦରମା ପ୍ରଦାନ କରାଯିବ । ଏହା ଦ୍ୱାରା ରାଜ୍ୟର ମୋଟ ୨୬,୧୬୪ଜଣ ଶିକ୍ଷକ ଓ ଅଣଶିକ୍ଷକ ଉପକୃତ ହେବେ । ୨୦୨୧ ଡିସେମ୍ବର ୩୧ତାରିଖ ସୁଦ୍ଧା ୧୦୦ ପ୍ରତିଶତ ଗ୍ରାଣ୍ଟ ଇନ୍‌ ଏଡ୍‌ ପାଉଥିବା ସ୍କୁଲଗୁଡ଼ିକ ଏହି ସଂଶୋଧିତ ଦରମା ପାଇବାକୁ ଯୋଗ୍ୟ ହେବେ ।

ସେହିଭଳିି ମହିଳାଙ୍କୁ ଛତୁ, ଫୁଲ, ଆଳୁ, ପନିପରିବା ଓ ମସଲା ଆଦି ଚାଷ ନିମନ୍ତେ ପ୍ରୋତ୍ସାହିତ କରିବା ପାଇଁ ସରକାର ଗୋଟିଏ ୫ବର୍ଷିଆ ଓ ଗୋଟିଏ ୩ବର୍ଷିଆ ଯୋଜନାରେ ମୋଟ ପ୍ରାୟ ୧୫୦୦କୋଟି ଟଙ୍କା ବ୍ୟୟ କରିବେ । ‘କୃଷିରେ ମହିଳାମାନଙ୍କ ସଶକ୍ତିକରଣ ଓ ମହିଳା ଏସଏଚଜିଙ୍କ ପାଇଁ ଉଦ୍ୟୋଗର ପ୍ରୋତ୍ସାହନ’ ଯୋଜନା କାର୍ଯ୍ୟକାରୀ ହୋଇଛି । ଏଥିରେ ରାଜ୍ୟ ସରକାର ୨୦୨୨-୨୩ରୁ ୨୦୨୬-୨୭ ମସିହା ପର୍ଯ୍ୟନ୍ତ ୫ବର୍ଷ ପାଇଁ ମୋଟ ୩୬୭.୧୯କୋଟି ଟଙ୍କା ବ୍ୟୟ କରିବେ । ‘ଆଳୁ, ପନିପରିବା ଓ ମସଲା ଉନ୍ନୟନ ଯୋଜନା’ରେ ମହିଳା ଏସ୍‌ଏଚ୍‌ଜି, କୃଷକ ଉତ୍ପାଦନ ସଂଗଠନ ଓ ଚାଷୀମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ୨୦୨୨-୨୩ ଆର୍ଥିକ ବର୍ଷରୁ ୨୦୨୫-୨୬ ମସିହା ପର୍ଯ୍ୟନ୍ତ ୩ବର୍ଷ ନିମନ୍ତେ ମୋଟ ୧୧୪୨.୨୪କୋଟି ଟଙ୍କା ବ୍ୟୟ କରିବେ । ଏହାଦ୍ୱାରା ରାଜ୍ୟରେ ଆଳୁ, ପିଆଜ, ପନିପରିବା ଓ ମସଲା ଉତ୍ପାଦନ ବୃଦ୍ଧି ପାଇବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?