୧୮ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୁଧବାର ମେକ୍‌ ଇନ୍‌ ଓଡ଼ିଶାର ତୃତୀୟ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ରାଜ୍ୟ ସରକାର ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଲାଗି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହାକୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କରିଥିବା ସୂଚନା ମିଳିଛି। ତେବେ ବିଧାନସଭା ଚାଲିଥିବାରୁ କ୍ୟାବିନେଟ୍‌ ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ କୌଣସି ସୂଚନା ଦିଆଯାଇ ନାହିଁ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କ୍ୟାବିନେଟ୍‌ରେ ମୋଟ ୧୮ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏ ସମସ୍ତ ପ୍ରସ୍ତାବ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭକୁ ଦୃଷ୍ଟିରେ ରଖି କରାଯାଇଛି। ଶିଳ୍ପ, ସ୍ବାସ୍ଥ୍ୟ, ଏମ୍‌ଏସ୍‌ଏମ୍‌ଇ, କୃଷି,
ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ, ପଞ୍ଚାୟତିରାଜ ବିଭାଗ, ଶକ୍ତି ବିଭାଗ, ସୂଚନା ଓ ପ୍ରଯୁକ୍ତି ବିଭାଗର ବିଭିନ୍ନ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ସୌରଶକ୍ତି ନୀତି, ଶିଳ୍ପ ନୀତି, ଖାଦ୍ୟ ପ୍ରକ୍ରିୟାକରଣ ଆଦି କ୍ଷେତ୍ରରେ ପ୍ରୋତ୍ସାହନ ବ୍ୟବସ୍ଥାକୁ ସରଳୀକରଣ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri