ଇଚ୍ଛାଧୀନ କୋଟା ଟାସ୍କଫୋର୍ସ ରିପୋର୍ଟ ସଂଶୋଧନକୁ କ୍ୟାବିନେଟ ମୋହର

ଭୁବନେଶ୍ୱର,୨୨ା୬(ଅନିଲ ଦାସ) ଇଚ୍ଛାଧୀନ କୋଟା ବଳରେ ସରକାରୀ ଜମି ହାତେଇଥିବା ବ୍ୟକ୍ତିଙ୍କୁ ଆଇନଗତ ମାଲିକାନା ହକ୍‌ ଦେବା ନେଇ ୭ମାସ ବ୍ୟବଧାନରେ ଦ୍ୱିତୀୟ ଥର ପାଇଁ ଟାସ୍କଫୋର୍ସଙ୍କ ନିଷ୍ପତ୍ତିର ସଂଶୋଧନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ବୁଧବାର ଅନୁମୋଦନ କରିଛି। ଏଥିରେ ଟାସ୍କଫୋର୍ସ ରିପୋର୍ଟ ପରିଶିଷ୍ଟ ‘ଭିଏ’ରେ ଉଲ୍ଲିଖିତ ଦଖଲ ପରବର୍ତ୍ତୀ ହସ୍ତାନ୍ତର ମାମଲାଗୁଡ଼ିକରେ ଲିଜ୍‌ ଦଲିଲ ସମ୍ପାଦନ ଓ ଅନ୍ୟାନ୍ୟ ଆବଣ୍ଟନ ପରବର୍ତ୍ତୀ କାର୍ଯ୍ୟାବଳୀ ସମ୍ପର୍କିତ ନିଷ୍ପତ୍ତି ଉପରେ ରାଜ୍ୟ କ୍ୟାବିନେଟ୍‌ ମୋହର ମାରିଛନ୍ତି। ଟାସ୍କଫୋର୍ସ ତାଙ୍କ ରିପୋର୍ଟର ଅନୁଚ୍ଛେଦ ୪୮(୭)ରେ ସୁପାରିସ କରିଛନ୍ତି ଯେ, ଇଚ୍ଛାଧୀନ କୋଟା ଆବଣ୍ଟନଗ୍ରାହୀ ଓ ଏକାଧିକ ଆବଣ୍ଟନ ଗ୍ରାହୀମାନଙ୍କ ଦ୍ୱାରା ଦଖଲ ପରବର୍ତ୍ତୀ ହସ୍ତାନ୍ତର ମାମଲାଗୁଡ଼ିକ ରଦ୍ଦ କରାଯିବା ଉଚିତ୍‌। ଏହି ରିପୋର୍ଟରେ ଏହା ମଧ୍ୟ ସୂଚିତ ହୋଇଛି ଯେ, ନ୍ୟାୟସଙ୍ଗତ ଉପାୟରେ ବିହିତ ପ୍ରକ୍ରିୟା ଓ ନିର୍ଦ୍ଧାରିତ ବ୍ୟବସ୍ଥା ଅନୁସରଣରେ ପ୍ରାପ୍ତ ହୋଇଥିବା ଏକକ ପ୍ଲଟ/ ଗୃହ/ ଫ୍ଲାଟର ଆବଣ୍ଟନ କ୍ଷେତ୍ରରେ ଏହା ରଦ୍ଦ କରାଯିବ ନାହିଁ। କ୍ୟାବିନେଟ୍‌ରେ ନିଷ୍ପତ୍ତି ନିଆଯାଇଛି ଯେ, ନ୍ୟାୟସଙ୍ଗତ ଉପାୟରେ ଏବଂ ବିହିତ ପ୍ରକ୍ରିୟା ଓ ନିର୍ଦ୍ଧାରିତ ବ୍ୟବସ୍ଥା ଅନୁସରଣରେ ଆବଣ୍ଟିତ ଏକକ ପ୍ଲଟ/ଫ୍ଲାଟ/ଗୃହ (ଯାହା ଦଖଲ ସ୍ବତ୍ୱ ଭିତ୍ତିରେ ପରବର୍ତ୍ତୀ ସମୟରେ ମୂଳ ଆବଣ୍ଟନ ଗ୍ରାହୀମାନଙ୍କ ଦ୍ୱାରା ବିଧିସମ୍ମତ ଉତ୍ତରାଧିକାରୀମାନଙ୍କୁ ହସ୍ତାନ୍ତର କରାଯାଇଛି), ସେଭଳି ମାମଲାଗୁଡ଼ିକୁ ଟାସ୍କଫୋର୍ସ ରିପୋର୍ଟ ପରିଧିରୁ ବାଦ୍‌ ଦିଆଯିବ। ସୂଚନାଯୋଗ୍ୟ, ରାଜ୍ୟରେ ଇଚ୍ଛାଧୀନ କୋଟାକୁ ନେଇ ହଟଚମଟ ପରେ ୨୦୧୧ରେ ସମସ୍ତ ଇଚ୍ଛାଧୀନ କୋଟାକୁ ରାଜ୍ୟ ସରକାର ରଦ୍ଦ କରି ଦେଇଥିଲେ। ଉକ୍ତ ରିପୋର୍ଟକୁ ୨୦୧୪ ଡିସେମ୍ବର ୧୮ରେ କ୍ୟାବିନେଟ ଅନୁମୋଦନ କରିଥିଲେ। ଟାସ୍କଫୋର୍ସ ରିପୋର୍ଟର ଅନୁଚ୍ଛେଦ ୪୮(୭)ରେ ସୁପାରିସ କରାଯାଇଛି ଯେ, ଇଚ୍ଛାଧୀନ କୋଟାରେ ପ୍ରଥମେ ପ୍ଲଟ ଓ ଘର ପାଇ ତାକୁ ଅନ୍ୟ ନଁାକୁ ଟ୍ରାନ୍ସଫର କରି ପୁଣିଥରେ ଦ୍ୱିତୀୟ ଥର ଇଚ୍ଛାଧୀନ କୋଟାରେ ପ୍ଲଟ୍‌ ଅବା ଘର ପାଇଥିବା ହିତାଧିକାରୀଙ୍କ ପୂର୍ବ ହସ୍ତାନ୍ତରଣକୁ ରଦ୍ଦ କରାଯିବ। ସେହିପରି ଏସବୁ ପାଇଁ ଅନୁମତି ଦେଇଥିବା ସିଡିଏ, ବିଡିଏ ଓ ଗୃହ ନିର୍ମାଣ ବୋର୍ଡର ଅଧିକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବାର ଆବଶ୍ୟକତା ରହିଛି। ତେବେ ଦୀର୍ଘ ୧୨ ବର୍ଷ ପରେ ମଧ୍ୟ କୌଣସି ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ।
ଏଥିସହିତ ଗଞ୍ଜାମ ଜିଲାର କନିଷି ତହସିଲ ଅନ୍ତର୍ଗତ ଶୀତଳପଲ୍ଲୀ ମୌଜାରେ ଟାଟା ଷ୍ଟିଲ ଲିମିଟେଡ୍‌ ଦ୍ୱାରା ମଲଟି ସ୍ପେଶାଲିଟି ହସ୍ପିଟାଲ ପ୍ରତିଷ୍ଠା ପାଇଁ ଦିଆଯାଇଥିବା ୪୩ ଏକର ୦୫୦ ଡିସିମିଲ ସରକାରୀ ଜମି ବାବଦରେ ସରକାର ଇନ୍‌ସିଡେଣ୍ଟାଲ ଚାର୍ଜ ଓ ଦଖଲ ଦିନଠାରୁ ଆଜି ପର୍ଯ୍ୟନ୍ତ ଲାଗୁ ହେଉଥିବା ଭୂ ରାଜସ୍ବ ଓ ବାର୍ଷିକ ଦେୟ ସେସ୍‌ ଏବଂ ସମସ୍ତ ବକେୟା ଦେୟ ଉପରେ ସୁଧଛାଡ଼ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଉକ୍ତ ଜମିକୁ ଲିଜରେ ନେବା ନିମନ୍ତେ ଟାଟା ଷ୍ଟିଲ ବର୍ତ୍ତମାନଠାରୁ ରିହାତି ମୂଲ୍ୟରେ ଏକର ପ୍ରତି ୧୦୦ ଟଙ୍କା ହିସାବରେ ବାର୍ଷିକ ଭୂ ରାଜସ୍ବ ଓ ଭୂ ରାଜସ୍ବର ୭୫ ପ୍ରତିଶତ ହିସାବରେ ବାର୍ଷିକ ଦେୟ ପ୍ରଦାନ କରିବ। ରାଜସ୍ବ ବିପର୍ଯ୍ୟୟ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri